No Result
View All Result
୨୦ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଶଙ୍ଖ ଭବନ ଜମି ଲିଜ୍ ପ୍ରସଙ୍ଗ ହେଉ ଅବା ନିର୍ମାଣ କାର୍ଯ୍ୟ ଏଥିରେ କୈାଣସି ଅସଙ୍ଗତି ନାହିଁ । ରାଜସ୍ୱ ମନ୍ତ୍ରୀ ବୋଧହୁଏ ଜାଣିନାହାନ୍ତି, ଯେଉଁ ଉଚ୍ଚ କ୍ଷମତା ସମ୍ପନ୍ନ କମିଟିର ବୈଠକର ନିଷ୍ପତ୍ତି ଅନୁଯାୟୀ ବିଜୁ ଜନତା ଦଳ ରାଜ୍ୟ କାର୍ଯ୍ୟାଳୟ ପାଇଁ ଜମି ଆବଣ୍ଟିତ ହୋଇଥିଲା, ସେହି ସମାନ ନିଷ୍ପତ୍ତି ବଳରେ ବିଜେପି ଦଳୀୟ କାର୍ଯ୍ୟାଳୟ ପାଇଁ ଜମି ପ୍ରଦାନ କରାଯାଇଥିଲା। ଜମି ଆବଣ୍ଟନ ପାଇଁ ବିଧି ଅନୁଯାୟୀ ବିଜେଡି ଆବେଦନ କରିଥିଲା ଏବଂ ସରକାରୀ ସ୍ତରରେ ଯାହା ନିର୍ଦ୍ଦେଶ ଦିଆଯାଇଥିଲା, ତାକୁ ଅନୁପାଳନ ମଧ୍ୟ କରିଥିଲା ।

ଏଥିରେ କୈାଣସି ପ୍ରକାରର ତ୍ରୁଟି ବିଚ୍ୟୁତି ନାହିଁ । ନୂଆ ମନ୍ତ୍ରୀ ହୋଇଥିବା ଶ୍ରୀ ପୂଜାରୀ ସମସ୍ତ ତଥ୍ୟ ସଂକ୍ରାନ୍ତରେ ଅବଗତ ନ’ହୋଇ ଗଣମାଧ୍ୟମ ସାମ୍ନାକୁ ଆସି ମନଇଛା ବକ୍ତବ୍ୟ ଦେବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ । ସରକାରୀ ନିଷ୍ପତ୍ତି ଅନୁଯାୟୀ ଅତ୍ୟନ୍ତ ସ୍ୱଛତାର ସହ ବିଜେଡି ସମସ୍ତ କାର୍ଯ୍ୟ କରିଛି ।

No Result
View All Result