୨୨ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ଭୁବନେଶ୍ୱର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆଜିର ପ୍ରତ୍ୟକ୍ଷ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଆଜି ମୋଟ ୨୫ ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିଲା । ସେଥିମଧ୍ୟରୁ ୨୦ଟି ଅଭିଯୋଗ ବ୍ୟକ୍ତିଗତ ଥିବାବେଳେ ୫ଟି ଗୋଷ୍ଠୀଗତ ଅଭିଯୋଗ ଥିଲା । ସମସ୍ତ ଅଭିଯୋଗ ଗୁଡିକୁ ବିଚାରକୁ ନେଇ ତ୍ୱରିତ ପଦକ୍ଷେପ ଗ୍ରହଣ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ଶ୍ରୀ ଚଞ୍ଚଳ ରାଣା ନିର୍ଦ୍ଦେଶ ଦେଇଛନ୍ତି ।

ଜନସାଧାରଣ ମାନଙ୍କୁ ସେବା ଯୋଗାଇ ଦେବା ଉପରେ ଜିଲ୍ଲାପାଳ ଗୁରୁତ୍ୱାରୋପ କରିଥିଲେ । ଆଜିର ମିଳିତ ଜନଶୁଣାଣି ଅବସରରେ ଜିଲ୍ଲାପାଳ ଶ୍ରୀ ଚଞ୍ଚଳ ରାଣା, ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରୁଦ୍ର ନାରାୟଣ ମହାନ୍ତି, ଭୁବନେଶ୍ବର ଉପ ଜିଲ୍ଲାପାଳ ଶ୍ରୀ ନୀତିଶ ତ୍ରିପାଠୀ,















