୨୩ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) କନ୍ଧମାଳ :-> ଦୀର୍ଘ ଚାରି ମାସ ଧରି ଫୁଲବାଣୀ ପୌର ପରିଷଦ ଅଧ୍ୟକ୍ଷାଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବକୁ ନେଇ ଚାଲି ଥିବା ନାଟକର ଅନ୍ତ ଘଟିଛି । ମଙ୍ଗଳବାର ପ୍ରସ୍ତାବ ଉପରେ ଅନୁଷ୍ଠିତ ମତଦାନରେ ପରାଜିତ ହୋଇଛନ୍ତି ଅଧ୍ୟକ୍ଷା ସ୍ମିତାରାଣୀ ମହାନ୍ତି । ୧୩ ଜଣ କାଉନସିଲରଙ୍କ ମଧ୍ୟରୁ ୧୧ ଜଣ ମତଦାନରେ ଅଂଶଗ୍ରହଣ କରିଥିଲେ ।

୧୦ ଜଣ ଅନାସ୍ଥା ସପକ୍ଷରେ ଭୋଟ ଦେଇ ଥିବା ବେଳେ ଗୋଟିଏ ଭୋଟ ନାକଚ ହୋଇଥିଲା । ବିଜେପିର ଦୁଇ କାଉନସିଲର ଆଜିର ବୈଠକରେ ଅନୁପସ୍ଥିତ ରହିଥିଲେ । ସୂଚନାଯୋଗ୍ୟ, ସ୍ମିତାରାଣୀ ବିଜେପି ପ୍ରାର୍ଥୀ ଭାବେ ନିର୍ବାଚନ ଜିତି ପୌରାଧ୍ୟକ୍ଷା ହୋଇଥିଲେ । ବର୍ତ୍ତମାନ ଫୁଲବାଣୀ ପୌର ପରିଷଦରେ ବିଜେଡିର ୭ ଜଣ କାଉନସିଲର ଥିବା ବେଳେ ବିଜେପିର ୪ ଜଣ ଅଛନ୍ତି । ଦୁଇ ସ୍ବାଧୀନ କାଉନସିଲର ବିଜେଡିକୁ ସମର୍ଥନ ଦେଉଛନ୍ତି ।















