୦୫ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡ଼ା :-> ଶ୍ରାବଣ ମାସର ତୃତୀୟ ସୋମବାର ରେ ମହାଦେବଙ୍କୁ ଜଳଲାଗି ପାଇଁ ବିଭିନ୍ନ ଶିବ ମନ୍ଦିରରେ ପ୍ରବଳ ଭକ୍ତଙ୍କ ଭିଡ ପରିଲକ୍ଷିତ ହୋଇଛି। ପବିତ୍ର ଗୁରୁ ପୁର୍ଣ୍ଣିମାରୁ ଆରମ୍ଭ ହୋଇଛି ଏହି ଶ୍ରାବଣ ମାସ । ବିଶ୍ବାସ ରହିଛି ଶ୍ରାବଣ ମାସରେ ଦେବଦେବ ମହାଦେବଙ୍କ ନିକଟରେ ଜଳଲାଗି କଲେ କୋଟି ପୁଣ୍ୟ ମିଳେ । ସେଇ ବିଶ୍ବାସ ନେଇ ମାନସିକଧାରୀ ମହାଦେବଙ୍କ ନିକଟରେ ଜଳିଭିଷେକ କରନ୍ତି ଏହି ପବିତ୍ର ମାସରେ । ମନରେ ଅକୁଣ୍ଠ ଭକ୍ତିଭାବ ଓ ବିଶ୍ୱାସ ନେଇ ମହାଦେବଙ୍କ ନିକଟରେ ଜଳିଭିଷେକ କରିଛନ୍ତି କାଉଡ଼ିଆ । ରାଜ୍ୟର ବିଭିନ୍ନ ସ୍ଥାନ ଭଳି କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ମଧ୍ୟ ତୃତୀୟ ସୋମବାରରେ ବିଭିନ୍ନ ଶୈବପୀଠରେ ମହାଦେବଙ୍କ ନିକଟରେ ଜଳଲାଗି କରିବାପାଇଁ ଶତାଧିକ କାଉଡ଼ିଆଙ୍କ ଭିଡ଼ ଲାଗିଥିଲା । ସକାଳୁ ସକାଳୁ ବାଲିଗୁଡା ଖଡ଼ଗନଦୀ ଘାଟରେ ଶତାଧିକ କାଉଡ଼ିଆଙ୍କର ଭିଡ଼ ଜମିଥିଲା । ନହୀରୁ ବାଲି ଆଣି ତୁଠରେ ବାଲୁକା ଲିଙ୍ଗ ସ୍ଥାପନା କରି ଯଥା ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା କରିବାପରେ ସଙ୍କଳ୍ପ ହୋଇ ଜଳନେଇ କାଉଡ଼ିଆ ମାନେ ବାହାରିଥିଲେ ଶିବାଳୟ ଅଭିମୁଖେ ।















