No Result
View All Result
୧୪ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଗଣିଆ :-> ଗଣିଆ ବ୍ଳକ ପରିସରରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବିଧାୟକ ରମେଶ ଚନ୍ଦ୍ର ବେହେରା, ସାଂସଦଙ୍କ ପ୍ରତିନିଧି ଶରତ କୁମାର କର, ବିଡ଼ିଓ ଡ଼ା ବେବିତା ମଞ୍ଜରୀ ନାୟକ, ଅତିରିକ୍ତ ବିଡ଼ିଓ ରତନଲାଲ ଲୋହରା, ବ୍ଳକ ଅଧ୍ୟକ୍ଷା ଝୁନା ଜେନା, ଉପାଧ୍ୟକ୍ଷ ରାଜକିଶୋର ସାହୁ,
ଜିଲ୍ଲା ପରିଷଦ ସଭ୍ୟ ନରେଶ କୁମାର ବେହେରା ସମସ୍ତ ଲୋକପ୍ରତିନିଧି ମାନେ ଉପସ୍ଥିତ ଥିଲେ । ବ୍ଳକ କାର୍ଯ୍ୟାଳୟ ପରିସରରୁ ଏକ ବିଶାଳ ଶୋଭାଯାତ୍ରା ବାହାରି ଗଣିଆ ବଜାର ପରିକ୍ରମା କରିଥିଲା । ଭାରତ ମାତା କି ଜୟ ଧ୍ବନିରେ ପରିବେଶ କମ୍ପି ଉଠିଥିଲା । ଜାତୀୟ ଏକତା ଏବଂ ଦେଶଭକ୍ତିରେ ଅନୁପ୍ରାଣିତ ହେବା ଉଦ୍ଦେଶ୍ୟରେ ପଲ୍ଲୀରୁ ଦିଲ୍ଲୀ ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଜାରି ରହିଛି ।
No Result
View All Result