୨୦ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ :-> ପୁରୀ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ହୋଇଥିଲା । ଏଥିରେ ମୋଟ ୩୨ ଗୋଟି ଅଭିଯୋଗ ମିଳିଥିଲା ।ସେଥି ମଧ୍ୟରୁ ୨୭ ଗୋଟି ବ୍ୟକ୍ତିଗତ, ୨ ଗୋଟି ଗ୍ରାମ ସମସ୍ୟା ସମ୍ପର୍କିତ, ୨ ଗୋଟି ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ରୁ ସହାୟତା ସମ୍ପର୍କିତ ଓ ୧ ଗୋଟି ରେଡକ୍ରସ ସହାୟତା ସମ୍ପର୍କରେ ଆବେଦନ ରହିଥିଲା । ତତକ୍ଷଣାତ ୭ ଗୋଟି ଅଭିଯୋଗ ର ସମାଧାନ ହୋଇଥିଲା ।















