No Result
View All Result
୨୩ ଅଗଷ୍ଟ,୨୦୨୪(ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> ନବୀନ ସୂତ୍ରଧର ଟ୍ରଷ୍ଟ ଆନୁକୂଲ୍ୟରେ ବିଶ୍ଵ ଫଟୋଗ୍ରାଫି ଦିବସ ପରିପ୍ରେକ୍ଷୀରେ ଭୁବନେଶ୍ୱର ଜୟଦେବ ଭବନଠାରେ ତୃତୀୟ ରାଜ୍ୟସ୍ତରୀୟ ଫଟୋ ପ୍ରଦର୍ଶନୀ ଉଦ୍ଯାପିତ ହୋଇ ଯାଇଛି । ଏଥିରେ ଅତିଥି ଭାବେ ବରିଷ୍ଠ ସାମ୍ବାଦିକ ସମ୍ପଦ ମହାପାତ୍ର ଯୋଗଦେଇ ଚିରାଚରିତ ଫଟୋ ଛଡ଼ା କିଛି ଭିନ୍ନ ତଥା ସମାଜର ଉନ୍ନତି ଓ ସଂସ୍କାର ଆଣି ପାରୁଥିବା ଫଟୋ ଉଠାଇବା ଦିଗରେ ଯତ୍ନବାନ ହେବାକୁ ଫଟୋଗ୍ରାଫରଙ୍କୁ ପରାମର୍ଶ ଦେଇଥିଲେ।

କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବିଧାୟକ ବାବୁ ସିଂ, ପୂର୍ବତନ ବିଧାୟକ ସୁରେଶ କୁମାର ରାଉତରାୟ, ସମାଜସେବୀ ରୁଦ୍ର ନାରାୟଣ ସାମାନ୍ତରାୟ, ସମାଜସେବୀ ଚିନ୍ମୟ ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ। ଫଟୋଗ୍ରାଫରଙ୍କ ସମାଜ ପରିବର୍ତ୍ତନରେ ଏହି ଦିବସ ଅନ୍ତରେ ଅବଦାନ ସମ୍ପର୍କରେ ସମସ୍ତେ ଆଲୋକପାତ କରିବା ସହ ଏଭଳି ପ୍ରଦର୍ଶନୀକୁ ବ୍ୟାପକ କରିବାକୁ କହିଥିଲେ।

ପ୍ରଦର୍ଶନୀରେ ଓଡିଶା ର ବିଭିନ୍ନ କୋଣ ଅନୁକୋଣରୁ ବହୁ ଫଟୋଗ୍ରାଫର ଯୋଗ ଦେଇ ନିଜେ ଉଠାଇଥିବା ଫୋଟୋ ଗୁଡିକୁ ପ୍ରଦର୍ଶନ କରିଥିଲେ l ସେଥି ମଧ୍ୟରୁ ୩ ଜଣଙ୍କୁ ଶ୍ରେଷ୍ଠ ଫଟୋଗ୍ରାଫର ଭାବେ ସମ୍ମାନିତ କରାଯାଇଥିବା ବେଳେ ୫ଜଣ ଯୁବ ଫଟୋଗ୍ରାଫରଙ୍କୁ ଉଦୀୟମାନ ଫଟୋଗ୍ରାଫର ଭାବେ ସମ୍ମାନିତ କରାଯାଇଥିଲା l

ସେଥି ମଧ୍ୟରେ କନ୍ଧମାଳ ଜିଲ୍ଲାରୁ ଏକମାତ୍ର ବାଲିଗୁଡା ଅଞ୍ଚଳର ସୁରେନ୍ଦ୍ର କୁମାର ସେଠୀ (ବୁଲୁ ଭାଇ) ୫ଟି ଫୋଟୋ ପ୍ରଦାନ କରିଥିବା ବେଳେ ୪ଟି ଫୋଟୋ ପ୍ରଦର୍ଶନୀରେ ସ୍ଥାନିତ ପାଇ ଉଦୀୟମାନ ଫଟୋଗ୍ରାଫର ଭାବେ ସମ୍ମାନିତ କରାଯାଇଥିଲା।ଏହି କାର୍ଯ୍ୟକ୍ରମକୁ ବିନୋଦ ବିହାରୀ ବେହେରା ସଞ୍ଚାଳନ କରିଥିବା ବେଳେ ଅନୁଷ୍ଠାନର ଅଧ୍ୟକ୍ଷ ଲକ୍ଷ୍ମୀକାନ୍ତ ଦାସ ଧନ୍ୟବାଦ ଦେଇଥିଲେ। ବୁଲୁ ଭାଇ ଜଣେ ଉଦୀୟମାନ ଫଟୋଗ୍ରାଫର ଭାବେ ସମ୍ମାନିତ ହୋଇଥିବାରୁ କନ୍ଧମାଳ ଜିଲ୍ଲାର ଗର୍ବ ଓ ଗୌରବ ବୋଲି ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି l
No Result
View All Result