No Result
View All Result
୨୪ ଅଗଷ୍ଟ,୨୦୨୪(ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ :-> ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା (ଏସ. ଓ. ପି ) ଅନୁସାରେ, ବାହାର ଓ ଭିତର ରତ୍ନଭଣ୍ଡାରରୁ ସମସ୍ତ ସ୍ଥାନାନ୍ତରଣ ପ୍ରକ୍ରିୟା ଶେଷ ହେବା ପରେ ଏ. ଏସ. ଆଇ.ସଂରକ୍ଷଣ ତଥା ମରାମତି କାର୍ଯ୍ଯ ହାତକୁ ନେବ। ତେବେ ଏହା ପୂର୍ବରୁ ପରିଚାଳନା କମିଟିର ନିଷ୍ପତ୍ତି ପ୍ରକାରେ ଏ.ଏସ.ଆଇ ଦ୍ବାରା ରତ୍ନଭଣ୍ଡାରର ସାମଗ୍ରିକ ବୈଷୟିକ ଯାଞ୍ଚ କରାଯିବାକୁ ଡ଼ି ଜି, ଏ ଏସ ଆଇ ଙ୍କୂ ପତ୍ର ଲେଖିଛନ୍ତି l
ମୁଖ୍ୟ ପ୍ରଶାସକ, ଡ. ଅରବିଂଦ ପାଢୀ ପତ୍ର ଦ୍ୱାରା ଜଣାଇଛନ୍ତି ଅତ୍ୟାଧୁନିକ ଜ୍ଞାନକୌଶଳ ବ୍ୟବହାର କରି ଏହି ସର୍ଭେ କରାଯିବାକୁ ଅନୁରୋଧ କରାଯାଇଥିବାବେଳେ ଏହା ଦ୍ବାରା ଯେପରି ଶ୍ରୀମନ୍ଦିର ଉପରେ କୌଣସି ପ୍ରତିକୂଳ ପ୍ରଭାବ ନ ପଡିବ ସେଥିପ୍ରତି ଧ୍ୟାନ ଦେବାକୁ ସ୍ପଷ୍ଟ ଭାବେ ପତ୍ରରେ ଉଲ୍ଲେଖ କରାଯାଇଛି । ଏଥିସହ ସାମଗ୍ରିକ ବୈଷୟିକ ସର୍ଭେ ପାଇଁ ରାଜ୍ୟ ସରକାର ପ୍ରସ୍ତୁତ କରିଥିବା ଏସ ଓ ପି ମଧ୍ୟ ଏ ଏସ ଆଇ ନିକଟକୁ ପଠାଯାଇଛି l
ଏହି ବୈଷୟିକ ଯାଂଚ ଆଇ ଆଇ ଟି ଏବଂ ସି ବି ଆର ଆଇ ଭଳି ଉଚ୍ଚମାନର ଅନୁଷ୍ଠାନ ମାନଂକ ଦ୍ବାରା କରାଯିବାକୁ ଏ ଏସ ଆଇ କୁ ପରାମର୍ଶ ଦିଆଯାଇଛି । ରତ୍ନଭଣ୍ଡାରର ସାମଗ୍ରିକ ବୈଷୟିକ ଯାଞ୍ଚ ଶେଷ ହେବା ପରେ ତୁରନ୍ତ ସଂରକ୍ଷଣ ଏବଂ ମରାମତି କାମ ହାତକୁ ନେବାକୁ ଏ ଏସ ଆଇ କୁ ଅନୁରୋଧ କରାଯାଇଛି l ଯାହାଫଳରେ ଅସ୍ଥାୟୀ ରତ୍ନଭଣ୍ଡାରରେ ଥିବା ଅଳଙ୍କାର ଏବଂ ମୂଲ୍ୟବାନ ସାମଗ୍ରୀଗୁଡ଼ିକର ଗଣତି ମଣତି କରାଯାଇ ପୁଣି ଥରେ ମୂଳ ରତ୍ନଭଣ୍ଡାରକୁ ସେସବୁକୁ ଫେରାଇ ଅଣାଯାଇ ସୁରକ୍ଷିତ ରଖାଯିବ ବୋଲି ମୁଖ୍ଯ ପ୍ରଶାସକ ଚିଠିରେ ଅନୁରୋଧ କରିଛନ୍ତି ।
No Result
View All Result