No Result
View All Result
0୬ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) କୋରାପୁଟ :-> କୋରାପୁଟ ଜିଲ୍ଲା ସଦର ମହକୁମାରେ ଜିଲ୍ଲାସ୍ତରୀୟ ଗୁରୁଦିବସ ଉତ୍ସବ ପାଳିତ ହୋଇଯାଇଛି l କୋରାପୁଟ ଜିଲ୍ଲାପାଳ ଭି କୀର୍ତି ଭାସନଙ୍କ ଆୟୋଜିତ ଉତ୍ସବରେ କୋରାପୁଟ ବିଧାୟକ ରଘୁରାମ ମାଛ ମୁଖ୍ୟ ଅତିଥି ଭାବେ ଯୋଗଦେଇପ୍ରଦୀପ ପ୍ରଜ୍ବଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ଏହି ଅବସରରେ ଅବସରପ୍ରାପ୍ତ ଶିକ୍ଷକ ଜାତୀୟ ଶିକ୍ଷକ ପୁରସ୍କାର ନିମନ୍ତେ ମନୋନୀତ ଶିକ୍ଷକ ଓ ମେଧାବୀ ଶିକ୍ଷାର୍ଥୀ ମାନଙ୍କୁ ସମ୍ବନ୍ଧିତ କରାଯାଇଥିଲା l
ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷାରେ ଉତ୍ତମ ପ୍ରଦର୍ଶନ କରିଥିବା କୁମୁଲି ସରକାରୀ ଉଚ୍ଚ ବିଦ୍ୟାଳୟ ଓ ଜୟପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟକୁ ସମ୍ବର୍ଦ୍ଧିତ କରାଯାଇଥିଲା l ଅନ୍ୟମାନଙ୍କ ମଧ୍ୟରେ କୋରାପୁଟ ଏସ,ପି ଅଭିନଵ ସନକର, ଜିଲ୍ଲା ପରିଷଦ ସଭାପତି ସସ୍ମିତା ମେଲେକା, ଅତିରିକ୍ତ ଜିଲ୍ଲାପାଳ ଲଗ୍ନଜିତ ରାଉତ,ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଦେବାଶିଷ ପଟ୍ଟନାୟକ ଏବଂ ଜିଲ୍ଲା ମଙ୍ଗଳ ଅଧିକାରୀ ସୁନୀଲ କୁମାର ତାଣ୍ଡି ପ୍ରମୁଖ ଉପସ୍ଥିତ ଥିଲେ l

No Result
View All Result