• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୩୦ତମ ଗୁରୁ କେଳୁଚରଣ ମହାପାତ୍ର ସମ୍ମାନ ଉତ୍ସବ ଉଦ୍‍ଯାପିତ ସମ୍ମାନ ବିତରଣ ସହିତ ଓଡ଼ିଶୀ ନୃତ୍ୟ ‘ତନ୍ତ୍ର’ରେ ଦର୍ଶକ ବିଭୋର

Proprietor Abhimanyu Maharana by Proprietor Abhimanyu Maharana
September 13, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
୩୦ତମ ଗୁରୁ କେଳୁଚରଣ ମହାପାତ୍ର ସମ୍ମାନ ଉତ୍ସବ ଉଦ୍‍ଯାପିତ ସମ୍ମାନ ବିତରଣ ସହିତ ଓଡ଼ିଶୀ ନୃତ୍ୟ ‘ତନ୍ତ୍ର’ରେ ଦର୍ଶକ  ବିଭୋର
Share on FacebookShare on TwitterWhatsapp

୧୨ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର  :->  ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ – ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ନୃତ୍ୟବାସ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୩୦ତମ ଗୁରୁ କେଳୁଚରଣ ମହାପାତ୍ର ସମ୍ମାନ ଉତ୍ସବ ଆଜି ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଛଅଦିନ ଧରି ଅନୁଷ୍ଠିତ ଚମତ୍କାର ଶାସ୍ତ୍ରୀୟ ନୃତ୍ୟ ଓ ସଙ୍ଗୀତ ଉପସ୍ଥାପନା ପରେ ସପ୍ତମ ସଂଧ୍ୟାରେ ସମ୍ମାନ ବିତରଣ ସମାରୋହ ସହିତ ସୃଜନ ଅନୁଷ୍ଠାନ ଦ୍ୱାରା ଓଡ଼ିଶୀ ନୃତ୍ୟାଭିନୟ ‘ତନ୍ତ୍ର’ରେ ଶେଷ ହୋଇଥିଲା । ଉଦ୍‍ଯାପନୀ ଉତ୍ସବର ଅତିଥିମାନେ ଥିଲେ ଭାରତ ସରକାରଙ୍କ ସଙ୍ଗୀତ ନାଟକ ଏକାଡେମୀ ଓ ଡବ୍ଲୁ୨୦ ଓ ଜି୨୦ ଅଧ୍ୟକ୍ଷା ତଥା ବିଶିଷ୍ଟ ଭରତନାଟ୍ୟମ୍‍ ନୃତ୍ୟାଙ୍ଗନା ଶ୍ରୀମତୀ ସନ୍ଧ୍ୟା ପୁରେଚା; ବିଶିଷ୍ଟ ସିନେମା ଓ ଟେଲିଭିଜନ୍‍ ଅଭିନେତ୍ରୀ ଶ୍ରୀମତୀ ମହାଶ୍ୱେତା ରାୟ ଏବଂ ସୃଜନର ନିର୍ଦ୍ଦେଶକ ତଥା ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର କଳା, ଯୋଗାଯୋଗ ଓ ଇଣ୍ଡିଜ ଷ୍ଟଡିଜ୍ ଅଧ୍ୟାପକ ଗୁରୁ ରତିକାନ୍ତ ମହାପାତ୍ର ।

ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ଭାରତ ଓ ବିଶେଷ କରି ଓଡ଼ିଶାର ସମୃଦ୍ଧ ଏବଂ ବିବିଧ ସାଂସ୍କୃତିକ ପରିବେଶର ଚାରି ଜଣ ପ୍ରତିଷ୍ଠିତ ମାନ୍ୟଗଣ୍ୟ ବ୍ୟକ୍ତିତ୍ୱଙ୍କୁ ଶାଲିମାର ଗୁରୁ କେଳୁଚରଣ ମହାପାତ୍ର ସମ୍ମାନ ୨୦୨୪ ରେ ସମ୍ମାନିତ କରି ପ୍ରତ୍ୟେକଙ୍କୁ ଏକ ଲକ୍ଷ ଟଙ୍କା ଓ ମାନପତ୍ର ପ୍ରଦାନ କରାଯାଇଥିଲା । ଓଡ଼ିଶୀ ନୃତ୍ୟରେ ଅତୁଳନୀୟ ଅବଦାନ ପାଇଁ ଶ୍ରୀମତୀ କୁମକୁମ ଲାଲ, ସଙ୍ଗୀତ କ୍ଷେତ୍ରରେ ଜୀବନବ୍ୟାପୀ ସଫଳତା ପାଇଁ ଗୁରୁ ଲକ୍ଷ୍ମୀକାନ୍ତ ପାଲିତ, ବାଦ୍ୟ କ୍ଷେତ୍ରରେ ଜୀବନବ୍ୟାପୀ ସାଧନା ପାଇଁ ଗୁରୁ ଧନେଶ୍ୱର ସ୍ୱାଇଁ ଏବଂ ଓଡ଼ିଆ ସିନେମା ଜଗତକୁ ଉଲ୍ଲେଖନୀୟ ଅବଦାନ ପାଇଁ ଶ୍ରୀ ଉତ୍ତମ ମହାନ୍ତିଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଥିଲା । ସେହିପରି ଶାଲିମାର ଗୁରୁ କେଳୁଚରଣ ମହାପାତ୍ର ଯୁବ ପ୍ରତିଭା ସମ୍ମାନ ୨୦୨୪ ଶାସ୍ତ୍ରୀୟ ନୃତ୍ୟ ଓ ଓଡ଼ିଶୀ ସଙ୍ଗୀତ କ୍ଷେତ୍ରରେ ୪୦ ବର୍ଷରୁ କମ୍‍ ବୟସର ୪ ଜଣ ପ୍ରତିଭାବାନ କଳାକାରଙ୍କୁ ସେମାନଙ୍କ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ପ୍ରତ୍ୟେକଙ୍କୁ ୨୫ ହଜାର ଟଙ୍କା ଓ ମାନପତ୍ର ପ୍ରଦାନ କରାଯାଇଥିଲା ।

ଓଡ଼ିଶୀ ନୃତ୍ୟ ପାଇଁ ପମ୍ପି ପାଲ୍‍ ଓ ରାଜନୀତା ମେହେର, କୁଚିପୁଡ଼ି ନୃତ୍ୟ ପାଇଁ ଅଭିଜିତ୍‍ ଦାସ ଏବଂ ଓଡ଼ିଶୀ ସଙ୍ଗୀତ (ମର୍ଦ୍ଦଳ) ପାଇଁ ରୋହିତ ପ୍ରଧାନଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଥିଲା । ଅନ୍ତିମ ସନ୍ଧ୍ୟାରେ ସମ୍ମାନଜନକ ପୁରସ୍କାର ବିତରଣ ସାମରୋହ ପରେ ଗୁରୁ ରତିକାନ୍ତ ମହାପାତ୍ରଙ୍କ କଳା ନିର୍ଦ୍ଦେଶନା ତଥା ନୃତ୍ୟ ସଂରଚନା ଓ ଲକ୍ଷ୍ମୀକାନ୍ତ ପାଲିତଙ୍କ ସଙ୍ଗୀତ ସଂଯୋଜନାରେ ସୃଜନ ଅନୁଷ୍ଠାନର ଶିଳ୍ପୀମାନଙ୍କ ଦ୍ୱାରା ଓଡ଼ିଶୀ ନୃତ୍ୟାଭିନୟ ‘ତନ୍ତ୍ର’ ଉପସ୍ଥାପିତ ହୋଇଥିଲା । ଐଶରୀୟ ନାରୀକୁ ଆହ୍ୱାନ କରିବା ଏବଂ ସମାଜ ତଥା ମାନବଜାତିର ଉନ୍ନତି ପାଇଁ ତନ୍ତ୍ର ସାଧନାକୁ ଭିତ୍ତି କରି ମୁକ୍ତିର ରାସ୍ତା ଖୋଜିବା ଏହି ଉପସ୍ଥାପନାର ମୂଳ ଉଦ୍ଦେଶ୍ୟ ଥିଲା । ତନ୍ତ୍ର ସଦାସର୍ବଦା ମାନବଜାତିର ଉନ୍ନତି ପାଇଁ ସାଧନ କରାଯାଇଥାଏ । ତନ୍ତ୍ର ସାଧନର ନକରାତ୍ମକ ଚିନ୍ତାଧାରାକୁ ମାନବସମାଜରୁ ଦୂରକରିବାର ଉଦ୍ଦେଶ୍ୟ ରଖି ଏହି ପ୍ରସ୍ତୁତଟିକୁ ପରିବେଷଣ କରାଯାଇଥିଲା ।

ସୃଜନର ଏହି ଉପସ୍ଥାପନରେ ସଙ୍ଗୀତ, ତାଳ ସଂଯୋଜନା, ନୃତ୍ୟ ସଂରଚନା ସହିତ ଶିଳ୍ପୀଙ୍କ ପୋଷାକର ଅନନ୍ୟ ଅଳଙ୍କାରକୁ ପ୍ରଦର୍ଶିତ କରିଥିଲା ଯାହା ଦର୍ଶକଙ୍କୁ ଓଡ଼ିଶୀ ନୃତ୍ୟ ମାଧ୍ୟମରେ ଏକ ମନୋରମ ସୌନ୍ଦର୍ଯ୍ୟର ଅନୁଭୁତି ପ୍ରଦାନ କରିଥିଲା । ଶ୍ରୀ ଦେବୀପ୍ରସାଦ ମିଶ୍ର ଓ ଶ୍ରୀ ଦିଲ୍ଲୀପ କୁମାରଙ୍କ କୁଶଳୀ ତଥା ଭିନ୍ନ ଆଲୋକ ଡିଜାଇନ୍‌ ଏବଂ ଶ୍ରୀ ଆନନ୍ଦ କୃଷ୍ଣ ଓ ଶ୍ରୀ ଭରତ କୃଷ୍ଣଙ୍କ ନିରବିହୀନ ସାଉଣ୍ଡ ଇଞ୍ଜିନିୟରିଂ ନୃତ୍ୟାଭିନୟଟିକୁ ଚିତାକର୍ଷକ କରିଥିଲା । ଏହି ଉତ୍ସବର ପରିକଳ୍ପନା ଗୁରୁ ରତିକାନ୍ତ ମହାପାତ୍ରଙ୍କ ଦ୍ୱାରା କରାଯାଇଥିବା ବେଳେ ଏହାକୁ କାର୍ଯ୍ୟକାରୀ ଶ୍ରୀ ଦେବୀପ୍ରସାଦ ମିଶ୍ର କରିଥିଲେ । ଏହି କାର୍ଯ୍ୟକ୍ରମଟିକୁ ଡଃ. ମୃତ୍ୟୁଞ୍ଜୟ ରଥ ପରିଚାଳନା କରିଥିଲେ ।

୩୦ତମ ଗୁରୁ କେଳୁଚରଣ ମହାପାତ୍ର ସମ୍ମାନ ଉତ୍ସବକୁ ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ଏବଂ ଓଡ଼ିଶା ସରକାରଙ୍କ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସମର୍ଥନ କରିଥିଲେ । ଏହି ସମ୍ମାନ ଉତ୍ସବ ପାଇଁ ଏମ୍‍.ଜି.ଏମ୍‍ ମିନେରାଲ୍ସ ଏବଂ ଶାଲିମାର କେମିକାଲ୍ ୱାର୍କସ୍ ଲିମିଟେଡ୍‌ଙ୍କ ଠାରୁ ଅନୁଦାନ ଗ୍ରହଣ କରାଯାଇଥିଲା । ଶାଲିମାର୍ କୋକାନଟ୍ ଅଏଲ୍‌, ନାଲକୋ, ଏସ୍‌.ବି.ଆଇ, ଇମ୍ଫା, ପ୍ରିୟଦର୍ଶିନୀ ହାଣ୍ଡଲୁମ୍ ଏବଂ ପାରାଦୀପ ଫସଫେଟ୍ ଲିମିଟେଡ୍ ଏହି ଉତ୍ସବର ପ୍ରାୟୋଜକ ଥିଲେ । ଏହି ଉତ୍ସବର ଆତିଥ୍ୟକୁ ରୋଏଲେ ମିଡଟାଉନ୍ ହୋଟେଲ ପ୍ରଦାନ କରିଥିଲା । ଏହି ଉତ୍ସବର ଧରିତ୍ରୀ ଓ ଓଡ଼ିଶା ପୋଷ୍ଟ ମିଡିଆ ପାର୍ଟନର ଏବଂ ନର୍ଥକୀ ଡଟ୍ କମ୍ ୱେବ୍ ପାର୍ଟନର ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ଼ରେ ସାଇକ୍ଲୋଥନ ଓ ମାରାଥନ ରାଲି

ନୟାଗଡ଼ରେ ସାଇକ୍ଲୋଥନ ଓ ମାରାଥନ ରାଲି

May 14, 2026
ନୟାଗଡ଼ ରୋଡ଼ ଉପରେ ପରିବା ଗୋଦାମ : ପ୍ରଶାସନ ଉଦାସିନତା ପାଇଁ ଟ୍ରାଫିକ ଜାମ୍

ନୟାଗଡ଼ ରୋଡ଼ ଉପରେ ପରିବା ଗୋଦାମ : ପ୍ରଶାସନ ଉଦାସିନତା ପାଇଁ ଟ୍ରାଫିକ ଜାମ୍

May 14, 2026
ଉତ୍ପାଦ ପ୍ରସ୍ତୁତି ଫ୍ୟାକ୍ଟ୍ରିରେ ଭୟାନକ ଅଗ୍ନିକାଣ୍ଡ : ପ୍ରଶାସନିକ ଅବହେଳା ଯୋଗୁଁ ଜନଜୀବନ ବିପନ୍ନ

ଉତ୍ପାଦ ପ୍ରସ୍ତୁତି ଫ୍ୟାକ୍ଟ୍ରିରେ ଭୟାନକ ଅଗ୍ନିକାଣ୍ଡ : ପ୍ରଶାସନିକ ଅବହେଳା ଯୋଗୁଁ ଜନଜୀବନ ବିପନ୍ନ

May 14, 2026
ସଂପର୍କ ତରଫରୁ ମହାବିଦ୍ୟାଳୟ ବିଦ୍ୟାର୍ଥୀଙ୍କ ସାମାଜିକ ଦାୟିତ୍ୱବୋଧ ତାଲିମ କାର୍ଯ୍ୟକ୍ରମ

ସଂପର୍କ ତରଫରୁ ମହାବିଦ୍ୟାଳୟ ବିଦ୍ୟାର୍ଥୀଙ୍କ ସାମାଜିକ ଦାୟିତ୍ୱବୋଧ ତାଲିମ କାର୍ଯ୍ୟକ୍ରମ

May 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ଼ରେ ସାଇକ୍ଲୋଥନ ଓ ମାରାଥନ ରାଲି

ନୟାଗଡ଼ରେ ସାଇକ୍ଲୋଥନ ଓ ମାରାଥନ ରାଲି

May 14, 2026
ନୟାଗଡ଼ ରୋଡ଼ ଉପରେ ପରିବା ଗୋଦାମ : ପ୍ରଶାସନ ଉଦାସିନତା ପାଇଁ ଟ୍ରାଫିକ ଜାମ୍

ନୟାଗଡ଼ ରୋଡ଼ ଉପରେ ପରିବା ଗୋଦାମ : ପ୍ରଶାସନ ଉଦାସିନତା ପାଇଁ ଟ୍ରାଫିକ ଜାମ୍

May 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version