• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗତ ୧୦ ବର୍ଷରେ ଓଡ଼ିଶାର ବିକାଶକୁ କେନ୍ଦ୍ର ଅଗ୍ରାଧିକାର ନୁହେଁ, ଅବହେଳା କରିଛନ୍ତି : ବିଜେଡି

Proprietor Abhimanyu Maharana by Proprietor Abhimanyu Maharana
September 18, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଗତ ୧୦ ବର୍ଷରେ ଓଡ଼ିଶାର ବିକାଶକୁ କେନ୍ଦ୍ର ଅଗ୍ରାଧିକାର ନୁହେଁ, ଅବହେଳା କରିଛନ୍ତି : ବିଜେଡି
Share on FacebookShare on TwitterWhatsapp

 ଆନ୍ଧ୍ର ଓ ବିହାରକୁ ସ୍ୱତନ୍ତ୍ର ଅନୁଦାନ, କିନ୍ତୁ ୨୦ ସାଂସଦ ଜିତିଥିବା ଓଡ଼ିଶାକୁ ଅଣଦେଖା

 ରାଜ୍ୟ ଖଣିଜ ଟିକସ ବିରୋଧରେ କେନ୍ଦ୍ର ସରକାରଙ୍କ ରିଭ୍ୟୁ ପିଟିସିନ ପ୍ରତ୍ୟାହାର ପାଇଁ ଓଡ଼ିଶାର ବିଜେପି ସାଂସଦମାନେ ମୁହଁ ଖୋଲନ୍ତୁ

 ଦେଲେ ୫ ହଜାର, ଲେଖିଲେ ୫୦ ହଜାର ; ପ୍ରତାରଣା ନୁହେଁ ତ ଆଉ କ’ଣ ?

୧୮ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :->  ଶଙ୍ଖ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜୁ ଜନତା ଦଳର ବରିଷ୍ଠ ନେତା ଓ ପୂର୍ବତନ ମନ୍ତ୍ରୀ ଶ୍ରୀଯୁକ୍ତ ସଞ୍ଜୟ ଦାସବର୍ମା ଓ ପୂର୍ବତନ ମନ୍ତ୍ରୀ ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ ଜନତା ମଇଦାନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଶାସନ କାଳରେ ଓଡ଼ିଶାର ବିକାଶକୁ ଅଗ୍ରାଧିକାର ଦେଇଥିବା ବକ୍ତବ୍ୟକୁ ଦୃଢ଼ ଭାବେ ଖଣ୍ଡନ କରିଛନ୍ତି । ଶ୍ରୀଯୁକ୍ତ ଦାସବର୍ମା କହିଥିଲେ, ଦୀର୍ଘ ଦୁଇ ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ଧରି ଆମ ଦଳ ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟର ମାନ୍ୟତା ଦାବି କରିଆସୁଛି । ଏଥିପାଇଁ ପଲ୍ଲୀ ଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଆମେ ଆମ ସ୍ୱର ଉତ୍ତୋଳନ କରିଆସୁଛୁ । ଭାରତବର୍ଷର ମହାମହିମ ରାଷ୍ଟ୍ରପତିଙ୍କ ଠାରୁ ଆରମ୍ଭ କରି ନୀତି ଆୟୋଗ ପର୍ଯ୍ୟନ୍ତ ଆମ ଦାବିକୁ କେବଳ ଉପସ୍ଥାପନା କରାଯାଇନି, ଓଡ଼ିଶା ବିଧାନସଭାରେ ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ମାନ୍ୟତା ପାଇଁ ସର୍ବଦଳୀୟ ପ୍ରସ୍ତାବ ମଧ୍ୟ ପାରିତ ହୋଇଛି । କିନ୍ତୁ ଦୁର୍ଭାଗ୍ୟର କଥା ଓଡ଼ିଶାରୁ ବିଜେପି ସରକାର ୨୧ରୁ ୨୦ ସାଂସଦ ହାସଲ କରିଥିବା ବେଳେ ଚଳିତ ବଜେଟ୍‌ରେ କେନ୍ଦ୍ର ସରକାରଙ୍କ ଓଡ଼ିଶା ପ୍ରତି ଆଭିମୁଖ୍ୟ ନୈରାଶ୍ୟଜନକ ।

ବିହାରକୁ ୨୬ ହଜାର କୋଟି ଓ ଆନ୍ଧ୍ରପ୍ରଦେଶକୁ ୧୬ ହଜାର କୋଟି ଟଙ୍କାର ସ୍ୱତନ୍ତ୍ର ଅନୁଦାନ ଦେଇଥିବା ବେଳେ କେନ୍ଦ୍ର ସରକାରଙ୍କ ଓଡ଼ିଶା ପ୍ରତି ଅବହେଳା ଜଳ ଜଳ ହୋଇ ଦେଖାଯାଉଛି । ଆଜି ଭାରତବର୍ଷର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦି କହିଛନ୍ତି ଗଲା ୧୦ ବର୍ଷ ଧରି ଓଡ଼ିଶାକୁ ପର୍ଯ୍ୟାପ୍ତ ସହାୟତା ଦିଆଯାଇଛି । କିନ୍ତୁ ଏଠି ସ୍ପଷ୍ଟତାର ସହ ଆମେ କହିରଖିବାକୁ ଚାହୁଁ, ମାନ୍ୟବର କୋଇଲା ଓ ଖଣିଜ ସମ୍ପଦ ମନ୍ତ୍ରୀ କୋଇଲା ରୟାଲିଟି ସଂଶୋଧନ ସମ୍ପର୍କରେ ସଂସଦର ପ୍ରଶ୍ନ କାଳରେ କହିଛନ୍ତି, ଶେଷଥର ପାଇଁ ୧୦.୦୫.୨୦୧୨ ମସିହାରେ କୋଇଲା ରୟାଲିଟି ଦର ସଂଶୋଧିତ ହୋଇଥିଲା ଏବଂ ଗତ ୧୨ ବର୍ଷ ଧରି କୋଇଲାର ଦର ସଂଶୋଧନ ନ ହେବା ଫଳରେ ଓଡ଼ିଶା ସରକାର ବାର୍ଷିକ ୧୦ ହଜାର କୋଟି ଟଙ୍କାର ରାଜସ୍ୱ ହରାଉଛନ୍ତି । ତତ୍କାଳୀନ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ରାଜ୍ୟର ବୃହତ୍ତର ସ୍ୱାର୍ଥ ପାଇଁ ପୂର୍ବାଞ୍ଚଳ କାଉନସିଲ୍ ବୈଠକରେ କୋଇଲାର ରୟାଲିଟି ସଂଶୋଧନ କରି ୧୪%ରୁ ୨୦% କରିବା ପାଇଁ ଦାବି କରିଆସିଛନ୍ତି ।

କେନ୍ଦ୍ର ସରକାରଙ୍କ ନିୟମ ଅନୁସାରେ ୩ ବର୍ଷରେ ରୟାଲିଟି ସଂଶୋଧନ ହେବାର ଥିଲାବେଳେ ଏହାକୁ ଅଣଦେଖା କରାଯାଇଛି । ଏହାଫଳରେ ଓଡ଼ିଶା ପ୍ରଭୁତ୍ତ କ୍ଷତି ସହିଛି । ସେ ଆହୁରି କହିଥିଲେ, ମାନ୍ୟବର ସୁପ୍ରିମକୋର୍ଟଙ୍କ ୯ ଜଣିଆ ଖଣ୍ଡିପୀଠ ଚଳିତବର୍ଷ ଜୁଲାଇ ୨୪ ଓ ଅଗଷ୍ଟ ୧୪ ତାରିଖରେ ଏକ ଐତିହାସିକ ନିଷ୍ପତ୍ତି ଶୁଣାଇଥିଲେ । ଏହି ନିଷ୍ପତ୍ତି ଅନୁଯାୟୀ, ରାଜ୍ୟ ସରକାର ରାଜ୍ୟର ଖଣିଜ ଅଞ୍ଚଳ ଓ ଖଣିଜ ସମ୍ପଦ ଉପରେ ସେସ୍ ଓ ଟିକସ ଲଗାଇ ପାରିବେ ଏବଂ ୨୦୦୫ ମସିହା ଠାରୁ ଆଜିପର୍ଯ୍ୟନ୍ତ ବକେୟା ରାଜସ୍ୱ ଖଣି ମାଲିକଙ୍କ ଠାରୁ ବିନା ସୁଧରେ ଆଦାୟ କରିପାରିବେ । ଓଡ଼ିଶାରେ ଦେଶର ସମୁଦାୟ ଖଣିଜ ଉତ୍ପାଦନର ୫୦ ଭାଗରୁ ଊର୍ଦ୍ଧ୍ୱ ଥିଲାବେଳେ, ସୁପ୍ରିମକୋର୍ଟଙ୍କ ଏହି ନିର୍ଦ୍ଦେଶ କାର୍ଯ୍ୟକାରୀ ହେଲେ ଓଡ଼ିଶା ସରକାର ବକେୟା ଦେୟ ବାବଦରେ ପ୍ରାୟ ୨ ଲକ୍ଷ କୋଟି ଟଙ୍କା ପାଇବା ସଙ୍ଗେ ସଙ୍ଗେ ପ୍ରତିବର୍ଷ ଖଣିଜ ସେସ୍‌ରୁ ଅତିକମ୍‌ରେ ୫୦ ହଜାର କୋଟି ଟଙ୍କା ପାଇପାରିବେ । ସୁପ୍ରିମକୋର୍ଟଙ୍କ ଏହି ନିଷ୍ପତ୍ତି ବିରୋଧରେ କେନ୍ଦ୍ର ସରକାର ପୁନର୍ବିଚାର ପାଇଁ ଆବେଦନ କରିଛନ୍ତି ।

କେନ୍ଦ୍ର ସରକାରଙ୍କ ଏହି ଆଭିମୁଖ୍ୟ ଯୋଗୁଁ ଓଡ଼ିଶା ସବୁଠାରୁ ଅଧିକ କ୍ଷତି ସହିବ । ଆମର ଦାବି ଓଡ଼ିଶାରୁ ନିର୍ବାଚିତ ୨୦ ଜଣ ବିଜେପି ସାଂସଦ ତୁରନ୍ତ ପ୍ରଧାନମନ୍ତ୍ରୀଙ୍କୁ ଏ ସମ୍ପର୍କରେ ଅବଗତ କରି କେନ୍ଦ୍ର ସରକାର ସୁପ୍ରିମକୋର୍ଟରେ ଦାଖଲ କରିଥିବା ରିଭ୍ୟୁ ପିଟିସନକୁ ପ୍ରତ୍ୟାହାର କରନ୍ତୁ ଏବଂ ଓଡ଼ିଶାର ଦୀର୍ଘଦିନର ଦାବି ପୂରଣରେ ସହାୟକ ହୁଅନ୍ତୁ । ଗଲା ନିର୍ବାଚନରେ ଭାରତୀୟ ଜନତା ପାର୍ଟି ରାଜ୍ୟବାସୀଙ୍କୁ ପ୍ରତିଶ୍ରୁତି ଦେଇଥିଲା ଯେ, ୧୫ ଲକ୍ଷ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଗାଇଦେବ । ବାରମ୍ବାର ‘ଫନି’, ‘ଫାଇଲିନ୍‌’ ଭଳି ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଥିବା ଆମ ରାଜ୍ୟରେ ପକ୍କା ଘର ନିର୍ମାଣ ପାଇଁ ତତ୍କାଳୀନ ରାଜ୍ୟ ସରକାରଙ୍କ ତରଫରୁ ୪୨ ଲକ୍ଷ ହିତାଧିକାରୀଙ୍କୁ ପକ୍କା ଘର ଯୋଗାଇ ଦିଆଯାଉ ବୋଲି ଦାବି କରାଯାଇଥିଲା । କିନ୍ତୁ ଦୁର୍ଭାଗ୍ୟର କଥା ବର୍ତ୍ତମାନ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସମ୍ପର୍କରେ କୌଣସି ସ୍ପଷ୍ଟତା ରଖିନାହାନ୍ତି ।

ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ କହିଥିଲେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୁଭଦ୍ରା ଯୋଜନାର ଶୁଭାରମ୍ଭ କାର୍ଯ୍ୟକ୍ରମରେ ହିତାଧିକାରୀମାନଙ୍କୁ ପ୍ରଦାନ କରାଯାଇଥିବା ଚେକ୍‌ରେ ବଡ଼ ବଡ଼ ଅକ୍ଷରରେ ୫୦ ହଜାର ଟଙ୍କା ଲେଖାଯାଇଥିବା ବେଳେ ତଳେ ଛୋଟ ଅକ୍ଷରରେ ୫ ବର୍ଷରେ ପାଇବେ ବୋଲି ଲେଖାଯାଇଥିଲା । ଦେଲେ ୫ ହଜାର, ଲେଖିଲେ ୫୦ ହଜାର । ୫ ହଜାର ଦେଇ ୫୦ ହଜାର ଲେଖିବାର ଅଭିପ୍ରାୟ ପ୍ରତାରଣା ନୁହେଁ ତ ଆଉ କ’ଣ ବୋଲି ଶ୍ରୀମତୀ ଛୁରିଆ ପ୍ରଶ୍ନ କରିଥିଲେ । ସେହିପରି ପ୍ରଧାନମନ୍ତ୍ରୀ ସୁଭଦ୍ରା ଯୋଜନାରେ ପ୍ରାୟ ୧ କୋଟିରୁ ଊର୍ଦ୍ଧ୍ୱ ମହିଳା ଲାଭବାନ ହେବେ ବୋଲି କହିଥିଲେ, ଯାହାର ଅର୍ଥ ରାଜ୍ୟର ପ୍ରାୟ ୨ କୋଟି ମହିଳା ଭିତରୁ ଅଧିକାଂଶ ଏହି ଯୋଜନାର ସୁଫଳ ପାଇବାରୁ ବଞ୍ଚିତ ହେବେ ବୋଲି ସ୍ପଷ୍ଟ ହୋଇଯାଇଛି । ସେହିପରି ଅଙ୍ଗନବାଡ଼ି, ଆଶାକର୍ମୀ, ସିଆରପି, ଏମବିକେ ଭାବେ କାର୍ଯ୍ୟରତ ମହିଳାମାନେ ଏହି ଯୋଜନାରୁ ସୁଫଳ ପାଇବେ କି ନାହିଁ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ ।

ଗୋଟିଏ ପଟେ ଏହି ମହିଳାମାନେ ସୁଭଦ୍ରା ଯୋଜନାରେ ଅନ୍ତର୍ଭୁକ୍ତ ହୋଇପାରିବେ ବୋଲି ସରକାରଙ୍କ ତରଫରୁ ସ୍ପଷ୍ଟୀକରଣ ଦିଆଯାଇଥିଲେ ହେଁ ସୁଭଦ୍ରାର ନିର୍ଦ୍ଦେଶାବଳୀରେ ମାସିକ ୧୫୦୦ ଟଙ୍କାରୁ ଊର୍ଦ୍ଧ୍ୱ ରୋଜଗାରକ୍ଷମ ମହିଳାମାନେ ଯୋଗ୍ୟ ନୁହନ୍ତି ବୋଲି ଦର୍ଶାଯାଇଛି । ପ୍ରଧାନମନ୍ତ୍ରୀଙ୍କ ଆଜିର କାର୍ଯ୍ୟକ୍ରମକୁ ସଫଳ କରିବାରେ ଅଙ୍ଗନବାଡ଼ି, ଆଶାକର୍ମୀ, ସିଆରପି, ଏମବିକେ ମାନଙ୍କର ଭୂମିକା ରହିଛି । ତେଣୁ ଯଦି ସେମାନେ ଏହି ଯୋଜନାର ସୁଫଳ ପାଇବାରୁ ବଞ୍ଚିତ ହୁଅନ୍ତି, ତା’ହେଲେ ଏହା ତାଙ୍କ ପ୍ରତି ପ୍ରଚାରଣା ସଦୃଶ ହେବ । ତେଣୁ ସରକାର ଏ ବିଷୟକୁ ତୁରନ୍ତ ସ୍ପଷ୍ଟ କରନ୍ତୁ ବୋଲି ଶ୍ରୀମତୀ ଛୁରିଆ କହିବା ସହିତ ମହିଳାମାନଙ୍କ ପ୍ରତି ଅନ୍ୟାୟ ହେଲେ ବିଜୁ ଜନତା ଦଳ ରାଜରାସ୍ତାକୁ ଓହ୍ଲାଇବ ବୋଲି ଚେତାବନୀ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଥଯାତ୍ରା ପାଇଁ ଜଳ-ସ୍ଥଳ-ଆକାଶପଥ ଉପରେ – ପୋଲିସ ରଖିବ ନଜର 

ରଥଯାତ୍ରା ପାଇଁ ଜଳ-ସ୍ଥଳ-ଆକାଶପଥ ଉପରେ – ପୋଲିସ ରଖିବ ନଜର 

July 6, 2026
ଲଘୁଚାପଜନିତ ଲଗାଣ ବର୍ଷାର ପ୍ରଭାବ : ଗଛ ପଡି ରାସ୍ତା ଅବରୋଧ – ବାଲିଗୁଡା ଅଞ୍ଚଳ ବାସୀ ସମ୍ପୂର୍ଣ୍ଣ ଅନ୍ଧାରରେ

ଲଘୁଚାପଜନିତ ଲଗାଣ ବର୍ଷାର ପ୍ରଭାବ : ଗଛ ପଡି ରାସ୍ତା ଅବରୋଧ – ବାଲିଗୁଡା ଅଞ୍ଚଳ ବାସୀ ସମ୍ପୂର୍ଣ୍ଣ ଅନ୍ଧାରରେ

July 6, 2026
କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ : ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ

କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ : ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ

July 6, 2026
ରଣପୁର ବୁଦ୍ଧିଜୀବି ସମ୍ମିଳନୀରେ ଯୋଗ ଦେଲେନାହିଁ ସାଂସଦ ସମ୍ବିତ ପାତ୍ର ଓ ବାଚସ୍ପତି ସୁରମା ପାଢ଼ୀ ; ଯୋଗ ଦେଲେ ସାଂସଦ ପ୍ରତିନିଧି

ରଣପୁର ବୁଦ୍ଧିଜୀବି ସମ୍ମିଳନୀରେ ଯୋଗ ଦେଲେନାହିଁ ସାଂସଦ ସମ୍ବିତ ପାତ୍ର ଓ ବାଚସ୍ପତି ସୁରମା ପାଢ଼ୀ ; ଯୋଗ ଦେଲେ ସାଂସଦ ପ୍ରତିନିଧି

July 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଥଯାତ୍ରା ପାଇଁ ଜଳ-ସ୍ଥଳ-ଆକାଶପଥ ଉପରେ – ପୋଲିସ ରଖିବ ନଜର 

ରଥଯାତ୍ରା ପାଇଁ ଜଳ-ସ୍ଥଳ-ଆକାଶପଥ ଉପରେ – ପୋଲିସ ରଖିବ ନଜର 

July 6, 2026
ଲଘୁଚାପଜନିତ ଲଗାଣ ବର୍ଷାର ପ୍ରଭାବ : ଗଛ ପଡି ରାସ୍ତା ଅବରୋଧ – ବାଲିଗୁଡା ଅଞ୍ଚଳ ବାସୀ ସମ୍ପୂର୍ଣ୍ଣ ଅନ୍ଧାରରେ

ଲଘୁଚାପଜନିତ ଲଗାଣ ବର୍ଷାର ପ୍ରଭାବ : ଗଛ ପଡି ରାସ୍ତା ଅବରୋଧ – ବାଲିଗୁଡା ଅଞ୍ଚଳ ବାସୀ ସମ୍ପୂର୍ଣ୍ଣ ଅନ୍ଧାରରେ

July 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version