• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୋଏଡା ଜଗନ୍ନାଥ ମନ୍ଦିରର ପ୍ରାଣ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି

Proprietor Abhimanyu Maharana by Proprietor Abhimanyu Maharana
September 21, 2024
in ଓଡ଼ିଶା, ଦେଶ, ହୋମ୍
0
ନୋଏଡା ଜଗନ୍ନାଥ ମନ୍ଦିରର ପ୍ରାଣ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି
Share on FacebookShare on TwitterWhatsapp

୨୦ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୂଆଦିଲ୍ଲୀ  :->  ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୋଏଡ଼ା ସ୍ଥିତ ଜଗନ୍ନାଥ ମନ୍ଦିରଠାରେ ଚତୁର୍ଦ୍ଧା ମୂର୍ତ୍ତିଙ୍କର ପ୍ରାଣ ପ୍ରତିଷ୍ଠା ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେବେ ବୋଲି ଜଣାଯାଇଛି । ୨୦୨୫ ମସିହା ଫେବୃଆରୀ ୨ ତାରିଖର ଶୁଭ ଅବସରରେ ନୋଏଡାର ସେକ୍ଟର ୧୨୧ ସ୍ଥିତ ମନ୍ଦିର ପରିସରରେ ଅନୁଷ୍ଠିତ ହେବାକୁ ଯାଉଥିବା ଏହି ମହା ସମାରୋହରେ ରାଷ୍ଟ୍ରପତି ସାମିଲ ହେବାକୁ ମୌଖିକ ପ୍ରତିଶ୍ରୁତି ପ୍ରଦାନ କରିଛନ୍ତି। ମନ୍ଦିର ପରିଚାଳନା କରୁଥିବା ଶ୍ରୀ ଜଗନ୍ନାଥ ସମିତି ତରଫରୁ ସାଧାରଣ ସମ୍ପାଦକ ବିଶିଷ୍ଟ ଚାଟାର୍ଡ ଏକାଉଣ୍ଟାଣ୍ଟ ଡ. ମନୋରଞ୍ଜନ ମହାନ୍ତିଙ୍କ ନେତୃତ୍ବରେ ଏକ ପ୍ରତିନିଧି ଦଳ ନିକଟରେ ରାଷ୍ଟ୍ରପତି ଭବନଠାରେ ଶ୍ରୀମତୀ ମୁର୍ମୁଙ୍କୁ ସାକ୍ଷାତ କରି ଆନୁଷ୍ଠାନିକ ଭାବରେ ନିମନ୍ତ୍ରଣ ପତ୍ର ପ୍ରଦାନ କରିଛନ୍ତି। ଏହି ପ୍ରତିନିଧି ଦଳରେ ଅନ୍ୟମାନଙ୍କ ମଧ୍ୟରେ ଉପ-ସଭାପତି ପ୍ରମୋଦ ବାହାଲ, ଯୁଗ୍ମ ସମ୍ପାଦକ ଧନେଶ୍ଵର ନାୟକ, କୋଷାଧ୍ୟକ୍ଷ ଦିଲ୍ଲୀପ କୁମାର ସ୍ଵାଇଁ, ସଦସ୍ୟ ଦେବବ୍ରତ ମିଶ୍ର ଏବଂ ସୁବ୍ରତ କୁମାର ଜେନା ପ୍ରମୁଖ ଅନର୍ଭୂକ୍ତ ଥିଲେ।

ନୋଏଡାଠାରେ ମହାପ୍ରଭୁଙ୍କର ଏକ ବିଶାଳ ଓ ଭବ୍ୟ ମନ୍ଦିର ନିର୍ମାଣ ହେଉଥିବା ବିଷୟ ଜାଣି ଶ୍ରୀମତୀ ମୁର୍ମୁ ଖୁବ ଆନନ୍ଦ ବ୍ୟକ୍ତ କରିଥିଲେ ଏବଂ ପ୍ରାଣ ପ୍ରତିଷ୍ଠା ପର୍ବରେ ସାମିଲ ହେବା ପାଇଁ ନିଜର ଆଗ୍ରହ ପ୍ରକାଶ କରିଥିଲେ। ଭଗବାନ ଶ୍ରୀଜଗନ୍ନାଥ, ବଡ଼ଭାଇ ପ୍ରଭୁ ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଏବଂ ପ୍ରଭୁ ସୁଦର୍ଶନଙ୍କର ପ୍ରାଣ ପ୍ରତିଷ୍ଠା ଉତ୍ସବରେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ମୁଖ୍ୟ କର୍ତ୍ତାର ଦାୟିତ୍ବ ନିର୍ବାହ କରିବେ ବୋଲି ଜଣାଯାଇଛି । ବିଗ୍ରହମାନଙ୍କୁ ଜୀବନ୍ତ ସ୍ଵରୂପ ପ୍ରଦାନ କରିବା ପାଇଁ ଉଦ୍ଦିଷ୍ଟ ପ୍ରାଣ ପ୍ରତିଷ୍ଠା ବିଧିକୁ ହିନ୍ଦୁ ଧର୍ମରେ ସ୍ଵତନ୍ତ୍ର ମହତ୍ୱ ପ୍ରଦାନ କରାଯାଇଥାଏ। ଏହି ପବିତ୍ର ଉତ୍ସବ ଉପଲକ୍ଷେ ସେଦିନ ବଢ଼ି ଭୋରରୁ ମନ୍ଦିରରେ ବିଭିନ୍ନ ପ୍ରକାରର ପୂଜା, ରୀତିନୀତି ଓ ଉପଚାର ବୈଦିକ ପରମ୍ପରା ମୁତାବକ ସମ୍ପନ୍ନ କରାଯିବ। ଏହା ସହିତ ସାଂସ୍କୃତିକ କାର୍ଯ୍ୟକ୍ରମ ଏବଂ ଗୋଷ୍ଠୀଗତ ବନ୍ଧୁ ମିଳନ ମଧ୍ଯ ଅନୁଷ୍ଠିତ ହେବାକୁ ଯାଉଛି। ସବାଶେଷରେ ଦିଅଁମାନଙ୍କର ପ୍ରାଣ ପ୍ରତିଷ୍ଠା ଅଧିବେଶନ ସମାପନ କରାଯିବା ପାଇଁ ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି। ୨୦୨୫ ମସିହା ଜାନୁୟାରୀ ୨୯ ତାରିଖଠାରୁ ଆରମ୍ଭ ହୋଇ ଫେବୃଆରୀ ୨ ତାରିଖ ପର୍ଯ୍ୟନ୍ତ

ଚାଲିବାକୁ ଥିବା ଏହି ପାଞ୍ଚଦିନିଆ ଧାର୍ମିକ ମହୋତ୍ସବରେ ଭାରତ ବର୍ଷର ବିଭିନ୍ନ ଦେବସ୍ଥାନ ଯଥା ; ଅଯୋଧ୍ୟା, ହରିଦ୍ଵାର, ଋଷିକେଶ, ପୁରୀ ଏବଂ ବାରଣାସୀ ଆଦି କ୍ଷେତ୍ରରୁ ସାଧୁ, ସନ୍ଥ ଓ ମହାତ୍ମାଙ୍କ ଭଳି ହିନ୍ଦୁ ଧର୍ମର ମହାପୁରୁଷମାନେ ଯୋଗ ଦେବାକୁ ଯାଉଥିବା ମନ୍ଦିର ସୂତ୍ରରୁ ପ୍ରକାଶ। ପୁରୀର ପୁରାତନ ମନ୍ଦିର ତୁଳନାରେ ନୋଏଡାର ସେକ୍ଟର -୧୨୧ସ୍ଥିତ ଏ-୧ ର ବିସ୍ତୀର୍ଣ୍ଣ, ସୁନ୍ଦର, ସୁରମ୍ୟ ଏବଂ ସବୁଜିମା ଭରା ଜମି ଉପରେ ଦଣ୍ଡାୟମାନ ଏହି ବୃହତ ଏବଂ ବିଭୂଷିତ ମନ୍ଦିରଟି ଆଧୁନିକ ଢାଞ୍ଚାରେ ନିର୍ମାଣ କରାଯାଇଛି। ଏହାର ଭିତର ମହଲକୁ ପାରମ୍ପରିକ ଭାରତୀୟ ମନ୍ଦିରର ଆକୃତିକୁ ଆଧାର କରି ଖୁବ ନିଖୁଣ ଓ ପ୍ରାଞ୍ଜଳ ଭାବେ ପଥରଗୁଡ଼ିକୁ କଟାଯାଇ ବନାଯାଇଛି । ମନ୍ଦିରର ଗର୍ଭଗୃହରେ ଦିଅଁମାନଙ୍କର ଆସ୍ଥାନ ପାଇଁ ରତ୍ନ ସିଂହାସନ ଉପଲବ୍ଧ କରାଯାଇଥିବାର ସୂଚନା ମିଳିଛି।

୨୦୧୩ ମସିହାରେ ଏହି ମନ୍ଦିର ନିର୍ମାଣ ପାଇଁ ଶୁଭ ଶିଳାନ୍ୟାସ କରାଯାଇଥିଲା। ନୋଏଡାଠାରେ ଶ୍ରୀ ଜଗନ୍ନାଥ ମନ୍ଦିର ନିର୍ମାଣର ମୂଖ୍ୟ ଉଦ୍ଦେଶ୍ୟ ହେଲା ଜାତୀୟ ରାଜଧାନୀ କ୍ଷେତ୍ରରେ ଦ୍ରୁତ ବର୍ଦ୍ଧିଷ୍ଣୁ ଭକ୍ତମାନଙ୍କର ଆଧ୍ୟାତ୍ମିକ ସେବା ଓ ଧାର୍ମିକ କର୍ତ୍ତବ୍ୟର ଆବଶ୍ୟକତାକୁ ପୂରଣ କରିବା ବୋଲି ସାଧାରଣ ସମ୍ପାଦକ ଡ. ମନୋରଞ୍ଜନ ମହାନ୍ତି ଗଣମାଧ୍ୟମକୁ ସୂଚାଇଛନ୍ତି । ବର୍ଷକର ବାରମାସ ସାରା ନିୟମିତ ଭାବରେ ବିଭିନ୍ନ ପର୍ବପର୍ବାଣୀ, ସାଂସ୍କୃତିକ ମହୋତ୍ସବ ଏବଂ ଗୋଷ୍ଠୀଗତ ବନ୍ଧୁ ମିଳନ ଆୟୋଜନ କରାଯିବାରେ, ଏହି ମନ୍ଦିର ପ୍ରମୁଖ ଭୂମିକା ଗ୍ରହଣ କରି ଆସୁଥିବା ସେ ଜଣାଇଛନ୍ତି ।ମନ୍ଦିରର ବାର୍ଷିକ କାର୍ଯ୍ୟକ୍ରମ ସୂଚୀ ମଧ୍ୟରେ ସବୁଠୁ ବଡ଼ ଆକର୍ଷଣ ଭାବରେ ୨୦୧୩ ମସିହାଠାରୁ ଏଠାରେ ପୁରୀ ମନ୍ଦିର ଶୈଳୀରେ ରଥଯାତ୍ରା ଆୟୋଜନ କରାଯାଇ ଆସୁଥିବା ଡ. ମହାନ୍ତି ଉଲ୍ଲେଖ କରିଛନ୍ତି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version