• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୨୪ ତାରିଖରେ ବିଜେଡିର ୬ ଘଣ୍ଟିଆ ଭୁବନେଶ୍ୱର ହରତାଳ ଡାକରା – ଚକ ବନ୍ଦ, ଅଖ ବନ୍ଦ

Proprietor Abhimanyu Maharana by Proprietor Abhimanyu Maharana
September 22, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
୨୪ ତାରିଖରେ ବିଜେଡିର ୬ ଘଣ୍ଟିଆ ଭୁବନେଶ୍ୱର ହରତାଳ ଡାକରା – ଚକ ବନ୍ଦ, ଅଖ ବନ୍ଦ
Share on FacebookShare on TwitterWhatsapp

 ଥାନାରେ ମହିଳାଙ୍କୁ ନିର୍ଯାତନା ଘଟଣା ସାରା ଦେଶରେ ଓଡିଶାକୁ ଲଜ୍ଜିତ କରିଛି

 ସରକାର ଘଟଣାକୁ ଚପାଇ ଦେବା ପାଇଁ ଯଥାସାଧ୍ୟ ଚେଷ୍ଟା କରୁଛନ୍ତି

 ହରତାଳ ସମୟରେ ଜରୁରୀକାଳୀନ ସେବା ଜାରି ରହିବ

୨୨ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ )ଭୁୁବନେଶ୍ୱର :-> ବହୁ ଚର୍ଚ୍ଚିତ ଭରତପୁର ଥାନା ଘଟଣାକୁ ନେଇ ଆସନ୍ତା ୨୪ ତାରିଖ ମଙ୍ଗଳବାର ଦିନ ୬ଘଣ୍ଟା ପାଇଁ ହରତାଳ(ଚକ ବନ୍ଦ, ଅଖ ବନ୍ଦ) ଡାକରା ଦେଇଛି ବିଜୁ ଜନତା ଦଳ । ଶଙ୍ଖଭବନଠାରେ ଆଜି ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜେଡି ସମନ୍ୱୟ କମିଟି ଅଧ୍ୟକ୍ଷ ଶ୍ରୀଯୁକ୍ତ ଦେବୀ ପ୍ରାସଦ ମିଶ୍ର ଏହି ସୂଚନା ଦେଇଛନ୍ତି । ଭରତପୁରଠାରେ ଘଟିଥିବା ଘଟଣା କେବଳ ରାଜ୍ୟ ନୁହେଁ ସାରା ଦେଶରେ ଓଡିଶାର ସମ୍ମାନ ତଳକୁ ଯାଇଛି । ଏହି ଘଟଣାକୁ ନେଇ ଓଡିଶା ତଥା ସାରା ଦେଶରେ ସିଭିଲ ସୋସାଇଟିଠାରୁ ଆରମ୍ଭ କରି ବିଭିନ୍ନ ବର୍ଗରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି ।

ରାଜ୍ୟ ବିଜେପି ସରକାର କ୍ଷମତାକୁ ଆସିବାର ୧୦୦ ଦିନ ପୂରଣକୁ ନେଇ ବିଜେପି ଉତ୍ସବ ପାଳନରେ ମସଗୁଲ ଥିଲା ବେଳେ ଭରତପୁର ଥାନା ଲଜ୍ଜା ଘଟଣା ଲୋକଲୋଚନକୁ ଆସିଛି । ୧୦୦ ଦିନର ଯାତ୍ରାର ଆରମ୍ଭରେ ରାଜ୍ୟପାଳଙ୍କ ପୁଅ ଦ୍ୱାରା ଆକ୍ରମଣର ଶୀକାର ହୋଇଥିଲେ ଏଏସ୍‌ଓ ଅଧିକାରୀ ଓ ୧୦୦ ଦିନର ପୂର୍ତ୍ତିର ଠିକ୍ ପୂର୍ବରୁ ଭରତପୁର ଥାନା ଲଜ୍ଜା ଘଟଣା ରାଜ୍ୟବାସୀଙ୍କୁ ଚକିତ କରିଛି ବୋଲି ଶ୍ରୀ ମିଶ୍ର କହିଛନ୍ତି । ବିଧାୟକ ଅରୁଣ ସାହୁ କହିଥିଲେ, ଏହି ଲଜ୍ଜାଜନକ ଘଟଣାକୁ ରାଜ୍ୟ ସରକାର ଚପାଇଦେବା ପାଇଁ ଯଥାସମ୍ଭବ ଚେଷ୍ଟା କରିଆସୁଛନ୍ତି । ଏହି ଘଟଣା ୧୪ ତାରିଖ ରାତିରେ ଘଟିଥିଲେ ହେଁ ସେପ୍ଟେମ୍ବର ୧୭ରେ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନଜରରେ ରଖି ରାଜ୍ୟ ସରକାର ଯୋଜନାବଦ୍ଧ ଭାବେ ଚପାଇ ଦେଇଥିଲେ ।

କିନ୍ତୁ ପୀଡିତା ହାଇକୋର୍ଟରୁ ଜାମିନ ପାଇବା ପରେ ଏହି ଘଟଣାଟି ସେପ୍ଟେମ୍ବର ୧୮ ତାରିଖ ଦିନ ଲୋକଲୋଚନକୁ ଆସିଥିଲା । ପରେ ପୀଡିତା ଅଙ୍କିତା ପ୍ରଧାନ ଏମ୍ସରେ ଚିକିତ୍ସାଧୀନ ଥିବା ଅବସ୍ଥାରେ, ଗଣମାଧ୍ୟମ ସମ୍ମୁଖରେ ସଂପୂର୍ଣ୍ଣ ଘଟଣାକୁ କ୍ରନ୍ଦନରତ ଅବସ୍ଥାରେ ବର୍ଣ୍ଣନା କରିବା ସହ ତାଙ୍କୁ ଉପଯୁକ୍ତ ନ୍ୟାୟ ପ୍ରଦାନ ପାଇଁ ଆକୁଳନ ନିବେଦନ କରିଥିଲେ । ଆଶ୍ଚର୍ଯ୍ୟର କଥା ଜଣେ ଉଚ୍ଚପଦସ୍ତ ପୋଲିସ ଅଧିକାରୀ ଘଟଣାକୁ ସଂପୂର୍ଣ୍ଣ ଅନୁଧ୍ୟାନ ନକରି ସେପ୍ଟେମ୍ବର ୧୭ ତାରିଖ ଦିନ ଏକ ଜାତୀୟ ଗଣମାଧ୍ୟମକୁ କେଉଁ ଆଧାରରେ ଦାୟିତ୍ୱହୀନ ଭାବେ ଭରତପୁର ପୋଲିସକୁ କ୍ଲିନଚିଟ୍ ଦେଇଥିଲେ ବୋଲି ଶ୍ରୀ ସାହୁ ପ୍ରଶ୍ନ କରିଥିଲେ ।

  • ସେହିପରି ଥାନା ଭିତରର ଭିଡିଓ ରେକର୍ଡିଂ ଗଣମାଧ୍ୟମରେ ଘୁରିବୁଲିଲା କିପରି..?

  • ପବ୍ ଭିତରର ଭିଡିଓ ପୋଲିସ ଜବତ କଲା ପରେ ଏହା ଗଣମାଧ୍ୟମକୁ କିପରି ଆସିଲା..?

  • ଜଣେ ପୀଡିତା କ’ଣ ଖାଉଥିଲେ, କ’ଣ ପିନ୍ଧିଥିଲେ ଏହାର ପ୍ରଚାର କରି ପୀଡିତା ମହିଳାଙ୍କୁ କାହିଁକି ନିନ୍ଦିତ କରାଗଲା..?

ସରକାର ଓ ଭାରତୀୟ ଜନତା ପାର୍ଟିର ମୁଖପାତ୍ରମାନେ ଓ ବିଜେପି ସମର୍ଥିତ ସାମାଜିକ ଗଣମାଧ୍ୟମମାନେ ପୀଡିତାଙ୍କୁ ଅପନିନ୍ଦିତ କରିବାକୁ ଅଣ୍ଟାଭିଡି ଲାଗି ପଡିଛନ୍ତି । ଯଦି ଏ ସରକାର ପୀଡିତାଙ୍କୁ ନ୍ୟାୟ ଦେବା କଥା କହୁଛନ୍ତି, ତାହା ହେଲେ ଏଭଳି ନିନ୍ଦିତ କାର୍ଯ୍ୟ କାହିଁକି କରୁଛନ୍ତି । ଜଣେ ମହିଳା ସାହସର ସହିତ ଦୃବୃର୍ତ୍ତମାନଙ୍କୁ ସାମ୍ନା କଲା ପରେ ତାଙ୍କୁ ପ୍ରଶଂସା କରିବା ବଦଳରେ ତାଙ୍କୁ ନିଚ୍ଚା ଦେଖାଇବାର ଅପଚେଷ୍ଟା କାହିଁକି କରାଯାଉଛି ବୋଲି ଶ୍ରୀ ସାହୁ ପ୍ରଶ୍ନ କରିଥିଲେ ।

ପୂର୍ବତନ ମନ୍ତ୍ରୀ ସଂଜୟ ଦାସବର୍ମା କହିଥିଲେ, ୬ଘଣ୍ଟିଆ ହରତାଳ ସମୟରେ ସୂଚନା ଦେଇ କହିଥିଲେ, ଜରୁରୀକାଳୀନ ସେବାକୁ ବାଦ ଦେଇ ଏହି ହରତାଳ କରାଯିବ । ଏହି ସାମ୍ବାଦିକ ସମ୍ମିଳନୀରେ ବିଧାୟକ ସୁଶାନ୍ତ ରାଉତ, ଅନନ୍ତ ନାରାୟଣ ଜେନା, ବିଭୂତି ବଳବନ୍ତରାୟ, ବ୍ୟୋମକେଶ ରାୟ, ଦେବୀରଂଜନ ତ୍ରିପାଠୀ, ନବକିଶୋର ମଲ୍ଲିକ, ସାଂସଦ ସୁଲତା ଦେଓ, ମେୟର ସୁଲୋଚନା ଦାସ, ପୂର୍ବତନ ମନ୍ତ୍ରୀ ଅଶୋକ ପଣ୍ଡା, ସାଂସଦ ପ୍ରାର୍ଥୀ ମନ୍ମଥ ରାଉତରାୟ ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

May 2, 2026
ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

May 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version