• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ସ୍ୱାବଲମ୍ବୀ ଭାରତ ଅଭିଯାନ

Proprietor Abhimanyu Maharana by Proprietor Abhimanyu Maharana
September 29, 2024
in ଓଡ଼ିଶା, ମୟୁରଭଞ୍ଜ, ହୋମ୍
0
ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ସ୍ୱାବଲମ୍ବୀ ଭାରତ ଅଭିଯାନ
Share on FacebookShare on TwitterWhatsapp

୨୮ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାରିପଦା  :->  ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ସ୍ୱାବଲମ୍ବୀ ଭାରତ ଅଭିଯାନ ଅନୁଷ୍ଠିତ ହୋଇଯାଇଛି । କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀଙ୍କ ମାର୍ଗଦର୍ଶନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଶ୍ୱ ଉଦ୍ୟମିତା ଦିବସ ଉପଲକ୍ଷେ ଏକ ସଭା ଅନୁଷ୍ଠିତ ହୋଇଥିଲା । । ସ୍ନାତକୋତ୍ତର ପରିଷଦର ଅଧ୍ୟକ୍ଷ ପ୍ରଫେସର ହେମନ୍ତ କୁମାର ସାହୁ ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିଲେ । ମୁଖ୍ୟ ଅତିଥି ଭାବେ ବାରିପଦାସ୍ଥିତ ଜିଲ୍ଲା ଶିଳ୍ପ କେନ୍ଦ୍ରର ସହକାରୀ ଶିଳ୍ପ ଅଧିକାରୀ ଶ୍ରୀ ଦିନେଶ ଶଙ୍କର ହୋତା ଓ ସମ୍ମାନିତ ଅତିଥି ଭାବେ ମୟୂରଭଞ୍ଜ ଏମ୍‌.ଏସ୍‌.ଏମ୍‌.ଇର ଶିଳ୍ପ ବିକାଶ ଅଧିକାରୀ ଶ୍ରୀ ପ୍ରଭାସ କୁମାର ଅମାନ୍ତ ଓ ବିଶ୍ୱବିଦ୍ୟାଳୟ ଡି.ଏସ୍‌.ଡବ୍ଲୁର ନିର୍ଦ୍ଦେଶିକା ପ୍ରଫେସର ମିନତୀ ମଲ୍ଲିକ ପ୍ରମୁଖ ଯୋଗ ଦେଇଥିଲେ ।

ଅତିଥିଗଣ ନିଜ ବକ୍ତବ୍ୟରେ ସରକାରଙ୍କ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ଦ୍ୱାରା ତୃଣମୂଳ ସ୍ତରର ଯୁବଗୋଷ୍ଠୀଙ୍କ ମଧ୍ୟରେ ଔଦ୍ୟୋଗିକ ଚେତନା ଆଣିବା ତଥା ଯୁବକଯୁବତୀମାନଙ୍କ ମଧ୍ୟରେ ଉଦ୍ୟୋଗକୁ ପ୍ରୋତ୍ସାହିତ କରିବା ପାଇଁ ଲକ୍ଷ୍ୟ ରଖି ଆରମ୍ଭ ହୋଇଥିବା ଏହି ଅଭିଯାନର ଉଦ୍ଦେଶ୍ୟ ଉପରେ ଆଲୋକପାତ କରିବା ସହ ଛାତ୍ରଛାତ୍ରୀମାନଙ୍କୁ ନିଜର ଗବେଷଣା ଗୁଡ଼ିକୁ ଗବେଷଣାରେ ସୀମିତ ନ ରଖି ଉଦ୍ୟୋଗରେ ପରିଣତ କରି ନିଜେ ତଥା ଅନ୍ୟମାନଙ୍କୁ ରୋଜଗାରକ୍ଷମ କରିବାକୁ ଆହ୍ୱାନ କରିଥିଲେ ।

ପ୍ରାଣୀ ବିଜ୍ଞାନ ବିଭାଗର ସହକାରୀ ପ୍ରଫେସର ଡ. ପ୍ରିୟରଞ୍ଜନ ଦେବତା ସଂଯୋଜକ ଅଧିକାରୀ ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଉଦ୍ଭିଦ ବିଜ୍ଞାନ ବିଭାଗର ସହକାରୀ ଅଧ୍ୟାପିକା ଡ. ବିଷ୍ଣୁପ୍ରିୟା ହାଁସଦା ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ ‘ଭାରତର ଅର୍ଥନୈତିକ ପରିବର୍ତ୍ତନରେ ଉଦ୍ୟୋଗୀମାନଙ୍କର ଭୂମିକା’ ଶୀର୍ଷକ ଏକ ପ୍ୟାନେଲ୍‌ ଆଲୋଚନାଚକ୍ରରେ ଅର୍ଥନୀତି ବିଭାଗର ପ୍ରଫେସର ମିନତୀ ମଲ୍ଲିକ, ଜୈବ ପ୍ରଯୁକ୍ତି ବିଭାଗର ପ୍ରଫେସର ସୁକାନ୍ତ କୁମାର ନାୟକ,

ସହକାରୀ ପ୍ରଫେସର ଡ. ସନ୍ତୋଷ କୁମାର ସାହୁ, କମ୍ପ୍ୟୁଟର ପ୍ରୟୋଗ ବିଭାଗର ସହକାରୀ ପ୍ରଫେସର ଡ. ସ୍ୱରୁପାନନ୍ଦ ବିଷୟୀ, ବ୍ୟବସାୟ ପ୍ରଶାସନ ବିଭାଗର ସହକାରୀ ପ୍ରଫେସର ଡ. ସୀତାରାମ ଦାସ ପ୍ରମୁଖ ଅଂଶଗ୍ରହଣ କରିଥିଲେ । ପ୍ରାଣୀ ବିଜ୍ଞାନ ବିଭାଗର ସହକାରୀ ପ୍ରଫେସର ଡ. ଗାର୍ଗୀ ମହାନ୍ତି ଏହାକୁ ସଂଯୋଜନା କରିଥିଲେ । ଏହି ଅବସରରେ ବିଶ୍ୱବିଦ୍ୟାଳୟର ତୃତୀୟ ସେମିଷ୍ଟରର ଛାତ୍ରଛାତ୍ରୀ ନିଜର ଔଦୌଗିକ ପ୍ରକଳ୍ପ ଗୁଡ଼ିକ ପୋଷ୍ଟର ମାଧ୍ୟମରେ ଉପସ୍ଥାପନା କରିଥିଲେ । ସମୁଦାୟ ୫୮ଟି ପୋଷ୍ଟର ସ୍ଥାନିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଅଧ୍ୟାପକ ଅଧ୍ୟାପିକାଗଣ ଯୋଗଦାନ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

April 28, 2026
ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

April 27, 2026
ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

April 27, 2026
ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

April 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

April 28, 2026
ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

April 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version