No Result
View All Result
୨ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବେଗୁନିଆ :-> ହେଉଛି ପବିତ୍ର ଗାନ୍ଧୀ ଜୟନ୍ତୀ । ଏହି ଅବସରରେ ବିଜେଡି କରୁଛି ଜନ ସଂପର୍କ ପଦଯାତ୍ରା। ରାଜ୍ୟର ବିଭିନ୍ନ ସ୍ଥାନରେ ପଦଯାତ୍ରା ହେଉଥିବା ବେଳେ ବେଗୁନିଆରେ ମଧ୍ୟ ପଦଯାତ୍ରା କରାଯାଇଛି। ବେଗୁନିଆ ବିଧାୟକ ପ୍ରଦୀପ କୁମାର ସାହୁଙ୍କ ନେତୃତ୍ୱରେ ଅକ୍ଟୋବର ୨ ପବିତ୍ର ଗାନ୍ଧୀ ଜୟନ୍ତୀ ଅବସରରେ
ବେଗୁନିଆ ଗଁପୁର ଠାରେ ଅବସ୍ଥିତ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଛି । ଏଥି ସହିତ ବିଜୁ ଜନତା ଦଳ ପକ୍ଷରୁ ସିମର ପଚାୟତରୁ ଆରମ୍ଭ ହୋଇଛି ବିଜୁ ଜନତା ଦଳର ଜନସମ୍ପର୍କ ପଦଯାତ୍ରା। ସ୍ଥାନୀୟ ବିଧାୟକଙ୍କ ନେତୃତ୍ୱରେ ଶତାଧିକ ବିଜେଡି କର୍ମୀ ଯୋଗଦେଇ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ସ୍ଥଳରୁ ପଦଯାତ୍ରା ଆରମ୍ଭ କରିଛନ୍ତି ।
No Result
View All Result