No Result
View All Result
୨ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> କନ୍ଧମାଳ ଜିଲ୍ଲା ବାଲିଗୁଡା ଠାରେ ଉପଖଣ୍ଡ ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ମହା ସମାରୋହରେ ପାଳିତ ହୋଇଯାଇଅଛି। ଏହି ଅବସରରେ ଉପ ଜିଲ୍ଲାପାଳ ଡ଼.ରୀନା ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଗାନ୍ଧୀ ଛକ ଠାରେ ଥିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଏବଂ ଶାସ୍ତ୍ରୀଙ୍କ ଫୋଟୋ ଚିତ୍ରରେ ଶ୍ରଦ୍ଧା ସୁମନ ଅର୍ପଣ କରି ଗାନ୍ଧିଜୀ ଓ ଶାସ୍ତ୍ରିଜୀ ଙ୍କ ସମ୍ପର୍କ ରେ ସମ୍ୟକ ଉଦବୋଧନ ଦେଇଥିଲେ।
ପରେପରେ ଟାଉନର ପ୍ରତ୍ୟେକ ବିଦ୍ୟାଳୟରେ ମଧ୍ୟ ପାଳିତ ହୋଇଥିଲା, ଗାନ୍ଧୀ ଓ ଶାସ୍ତ୍ରୀଙ୍କ ଫୋଟୋ ଚିତ୍ରରେ ଶିକ୍ଷକ, ଶିକ୍ଷୟିତ୍ରୀ, ଛାତ୍ର ଛାତ୍ରୀ ଉପସ୍ଥିତ ରହି ଶ୍ରଦ୍ଧା ସୁମନ ଅର୍ପଣ କରିବା ପରେ ଏକ ସର୍ବଧର୍ମ ପ୍ରାର୍ଥନା ସଭା ଅନୁଷ୍ଠିତ ହୋଇଥିଲା। ସେହିପରି ବାଲିଗୁଡା ବ୍ଲକ ମିଡିଆକିଆ ପଞ୍ଚାୟତ ର ନୂଆସାହି ପ୍ରାଥମିକ ବିଦ୍ୟାଳୟରେ
ପ୍ରଧାନ ଶିକ୍ଷକ ଜଗଦୀଶ ଚନ୍ଦ୍ର ବେହେରା ଗାନ୍ଧୀ ଓ ଶାସ୍ତ୍ରୀଙ୍କ ତୈଳ ଚିତ୍ରରେ ଦୀପଧୂପ ପ୍ରଜ୍ଜଳନ ପୂର୍ବକ ପୁଷ୍ପମାଲ୍ୟାର୍ପଣ କରି ଗାନ୍ଧିଜୀ ଙ୍କ ଅହିଂସା ନୀତି ଉପରେ ଏବଂ ସହକାରୀ ଶିକ୍ଷୟତ୍ରୀ କିମନ୍ତି ମଳିକ ଶାସ୍ତ୍ରୀଙ୍କ ଆତ୍ମ ସ୍ୱାଭିମାନ କଥା ପ୍ରସଙ୍ଗରେ ଗଙ୍ଗା ନଦୀ ପାର ହେବାର କଥା ଗଳ୍ପ ମାଧମରେ ଉପସ୍ଥିତ ପିଲାଙ୍କୁ ବୁଝାଇ ଥିଲେ l ପରେ ପରେ ଛାତ୍ର ଛାତ୍ରୀ ଙ୍କ ମଧ୍ୟରେ ଏକ ବକୃତା ପ୍ରତିଯୋଗିତା ଆୟୋଜିତ ହୋଇଥିଲା l ଶେଷରେ ଶିକ୍ଷୟିତ୍ରୀ ସରୋଜିନୀ ମଳିକ ଧନ୍ୟବାଦ ଅର୍ପଣ କରିଥିଲେ l

No Result
View All Result