No Result
View All Result
୧୪ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ :-> ଚଳିତ ମାସ ୧୮ ତାରିଖରୁ ଆରମ୍ଭ ହେବ କାର୍ତ୍ତିକ ମାସର ରାଈ ଦାମୋଦର ବ୍ରତ ବା ହବିଷ୍ୟାଳୀ ବ୍ରତ । ମା ମାନେ ଏକମାସ ଧରି ୪ ଗୋଟି ହବିଷ୍ୟାଳୀ ନିବାସ ଯଥା ବୃନ୍ଦାବତୀ ନିବାସ,ଅକ୍ଷୟ ପାତ୍ର, ବାଗେଲା ଧର୍ମଶାଳା ଓ ମୋଚିସାହି କଲ୍ୟାଣ ମଣ୍ଡପ ରେ ରହି ବ୍ରତ ପାଳନ କରିବେ।ମା ମାନଙ୍କର ରହଣି ସୁବିଧା ସହ ଅନ୍ୟାନ୍ୟ ସମସ୍ତ ବ୍ୟବସ୍ଥା ଶୃଙ୍ଖଳିତ ଭାବେ ପରିଚାଳନା କରିବାକୁ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପରାମର୍ଶ ଦେଇଛନ୍ତି। ଏ ସମ୍ପର୍କରେ ଏକ ପ୍ରସ୍ତୁତି ବୈଠକ ଆଜି ଅପରାହ୍ନରେ ସର୍କିଟ ହାଉସ ଠାରେ ଅନୁଷ୍ଠିତ ହୋଇଥିଲା।ଜିଲ୍ଲାପାଳ ଶ୍ରୀ ସ୍ବାଇଁ ଏଥିରେ ଅଧ୍ୟକ୍ଷତା କରିବା ସହ ରହଣି ବ୍ୟବସ୍ଥା ସ୍ୱାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା, ମନ୍ଦିର ଦର୍ଶନ, ମହାପ୍ରସାଦ ସେବନ, ସଂଧ୍ୟାରେ ଭଜନ,ପ୍ରବଚନ ଇତ୍ୟାଦି ର ସୁବ୍ୟବସ୍ଥା କରିବାକୁ ପରାମର୍ଶ ଦେଇଥିଲେ।
ଗତବର୍ଷ ର ଅଭିଜ୍ଞତା ଆଧାର ରେ ଚଳିତ ବର୍ଷ ମଧ୍ୟ ଆହୁରି ଭଲ ଭାବେ ଏହାକୁ ପରିଚାଳନା କରିବାକୁ ସେ ପରାମର୍ଶ ଦେଇଥିଲେ।ଆରକ୍ଷୀ ଅଧିକ୍ଷକ ବିନୀତ ଅଗ୍ରୱାଲ ହବିଷ୍ୟାଳୀ ମା ମାନଙ୍କ ର ମନ୍ଦିର ଦର୍ଶନ କୁ ଶୃଙ୍ଖଳିତ କରିବା ସହ ଅନ୍ୟାନ୍ୟ ଆଇନ ଶୃଙ୍ଖଳା ରକ୍ଷା ପାଇଁ ଆରକ୍ଷୀ ବିଭାଗ ସମସ୍ତ ପ୍ରସ୍ତୁତି କୁ ଚୂଡ଼ାନ୍ତ କରିଛି।ପରସ୍ପର ସହ ସମନ୍ୱୟ ରଖି କାର୍ଯ୍ୟ କରିବାକୁ ସେ ପରାମର୍ଶ ଦେଇଥିଲେ। ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ କାର୍ଯ୍ୟସୂଚୀ ଅନୁସାରେ ଆଲୋଚନା କରିବା ସହ ପ୍ରତ୍ୟେକ ବିଭାଗ ନିଷ୍ଠାର ସହ କାର୍ଯ୍ୟ କରିବାକୁ ଅନୁରୋଧ କରିଥିଲେ।ମା ମାନଙ୍କ ରହିବାର ୪ଟି ଯାକ ରହଣି ସ୍ଥଳ କୁ ପ୍ରସ୍ତୁତ କରାଯାଉଛି। ସେହିପରି ସ୍ୱାସ୍ଥ୍ୟ ସେବା ପାଇଁ ସ୍ୱତନ୍ତ୍ର ଚିକିତ୍ସା ବ୍ୟବସ୍ଥା ଗ୍ରହଣ କରିବା, ଅନ୍ତେବାସୀ ମା ମାନଙ୍କୁ ପରିଚୟ ପତ୍ର ପ୍ରଦାନ, ସହାୟକ ସ୍ୱଛାସେବୀ ବ୍ୟବସ୍ଥା, ସୁରକ୍ଷା ବ୍ୟବସ୍ଥା, ଅଗ୍ନି ନିର୍ବାପକ, ସ୍ନାନ ସମୟରେ ସୁରକ୍ଷା ବ୍ୟବସ୍ଥା, ପରିବହନ ବ୍ୟବସ୍ଥା,ପାନୀୟ ଜଳ, ବିଦ୍ୟୁତ ବ୍ୟବସ୍ଥା, ମହାପ୍ରସାଦ ବ୍ୟବସ୍ଥା ଇତ୍ୟାଦି ସମ୍ପର୍କରେ ଆଲୋଚନା କରାଯିବା ସହ ବିଭାଗୀୟ ଅଧିକାରୀ ମାନେ ଏହାର ସୁବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା ।
ଆବେଦନ କରିଥିବା ଯୋଗ୍ୟ ହବିଷ୍ୟାଳୀ ମା ମାନଙ୍କୁ ସେମାନଙ୍କ ପ୍ରଦତ୍ତ ମୋବାଇଲ ଓ ମେଲ ମାଧ୍ୟମରେ ସୂଚନା ଦିଆ ଯିବାର ବ୍ୟବସ୍ଥା ହୋଇଛି। ଏହି ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ଶ୍ରୀମନ୍ଦିର ନିତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ,ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ କୈଳାସ ଚନ୍ଦ୍ର ନାୟକ,ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା,ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ଵାହୀ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି, ଅତିରିକ୍ତ ଏସ ପି ଦେବବ୍ରତ ଚକ୍ର,ସୁଶୀଲ କୁମାର ମିଶ୍ର, ଉପଜିଲ୍ଲାପାଳ ଗୋପୀନାଥ କୁଅଁର, ସିଡିଏମଓ ଡା ରୂପଭାନୁ ମିଶ୍ର , ଅତିରିକ୍ତ ଉପ ଜିଲ୍ଲାପାଳ ନୀଳମାଧବ ମାଝି,ଡେପୁଟି କଲେକ୍ଟର ରାକେଶ କୁମାର ପଣ୍ଡା, ମନୀଷା ଷଡ଼ଙ୍ଗୀ,ଏନ ଆଇ ସି ର ଡିଆଇଓ ବିଶ୍ୱନାଥ ପଣ୍ଡା,ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ,ପର୍ଯ୍ୟଟନ ସହକାରୀ ନିର୍ଦ୍ଦେଶକ ସରୋଜ କାନ୍ତ ପ୍ରଧାନ, ଜିଲ୍ଲା କ୍ରିଡା ଅଧିକାରୀ ଚନ୍ଦନ କୁମାର ସାହୁ, ସଂସ୍କୃତି ଅଧିକାରୀ ହେମନ୍ତ ବେହେରା ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଓ ଲାଇନ ଡିପାର୍ଟମେଣ୍ଟ ଅଧିକାରୀ ମାନେ ଯୋଗ ଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।
No Result
View All Result