• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଙ୍ଗୁଆ ନାଳରେ ସେତୁ ନିର୍ମାଣ ପାଇଁ ୩ କୋଟି ୧୮ ଲକ୍ଷ୍ୟ ଟଙ୍କା ବ୍ୟୟ ଅଟକଳ ଭିତ୍ତିପ୍ରସ୍ତର ସ୍ଥାପନ – ମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
October 21, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଗଙ୍ଗୁଆ ନାଳରେ ସେତୁ ନିର୍ମାଣ ପାଇଁ ୩ କୋଟି ୧୮ ଲକ୍ଷ୍ୟ ଟଙ୍କା ବ୍ୟୟ ଅଟକଳ ଭିତ୍ତିପ୍ରସ୍ତର ସ୍ଥାପନ – ମନ୍ତ୍ରୀ
Share on FacebookShare on TwitterWhatsapp

୨୦ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ଭୁବନେଶ୍ୱରର ଜଗନ୍ନାଥ ନଗର-କୋରଡ଼କଣ୍ଟା ରାସ୍ତାରେ ଗଙ୍ଗୁଆ ନାଳରେ ସେତୁ ନିର୍ମାଣ ପାଇଁ ୩ କୋଟି ୧୮ ଲକ୍ଷ୍ୟ ଟଙ୍କା ବ୍ୟୟ ଅଟକଳରେ ହେବାକୁ ଥିବା କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଏବଂ ପାନୀୟ ଜଳ ମନ୍ତ୍ରୀ ରବିନାରାୟଣ ନାଏକ  ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ ।

ଜଗନ୍ନାଥ ନଗର-କୋରଡ଼କଣ୍ଟା ଅଞ୍ଚଳର ଲୋକଙ୍କ ଗମନାଗମନ ନେଇ ଦୀର୍ଘ ଦିନରୁ ଥିବା ସମସ୍ୟାର ସମାଧାନ ନିମନ୍ତେ ଗଙ୍ଗୁଆ ନାଳରେ ୩ କୋଟି ୧୮ ଲକ୍ଷ୍ୟ ଟଙ୍କା ବ୍ୟୟ ଅଟକଳରେ ସେତୁ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଏବଂ ପାନୀୟ ଜଳ ମନ୍ତ୍ରୀ ରବିନାରାୟଣ ନାଏକ ଯୋଗ ଦେଇଥିଲେ ।

ଏଥିରେ ସମ୍ମାନନୀୟ ଅତିଥି ଭାବରେ ଭୁବନେଶ୍ୱର ଲୋକସଭା କ୍ଷେତ୍ରର ସାଂସଦ ଅପରାଜିତା ଷଡଙ୍ଗୀ, ଏକାମ୍ର- ଭୁବନେଶ୍ୱର ବିଧାନସଭା କ୍ଷେତ୍ରର ମାନ୍ୟବର ବିଧାୟକ ବାବୁ ସିଂ, ଭୁବନେଶ୍ୱର ପଞ୍ଚାୟତ ସମିତିର ଅଧ୍ୟକ୍ଷା ନିରୁପମା ସାହୁ ଏବଂ ଅନ୍ୟ ଅତିଥିବୃନ୍ଦ ଯୋଗ ଦେଇଥିଲେ ।

ଏହି ଅବସରରେ ଅନୁଷ୍ଠିତ ସଭାକୁ ସମ୍ବୋଧିତ କରି ମାନ୍ୟବର ମନ୍ତ୍ରୀ ଶ୍ରୀ ନାଏକ ସେତୁ ନିର୍ମାଣର ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ ଅବସରରେ ଅଞ୍ଚଳବାସୀଙ୍କୁ ଅଭିନନ୍ଦନ ଜଣାଇବା ସହ ଏହି ସେତୁ ନିର୍ମିତ ହେବା ପରେ ଅଞ୍ଚଳର ବିକାଶ ପ୍ରକ୍ରିୟାକୁ ଏହା ବହୁଗୁଣିତ କରିବ ବୋଲି ମତପ୍ରକାଶ କରିଥିଲେ । ଏହା ଦ୍ୱାରା ଦୁଇଟି ଗ୍ରାମ ପଞ୍ଚୟତର ଛଅଟି ଗ୍ରାମ ଏବଂ ଭୁବନେଶ୍ୱର ମହାନଗର ନିଗମର ୱାର୍ଡ ନମ୍ବର ୩୨ ଓ ୩୩ ରେ ବସବାସ କରୁଥିବା ଜନସାଧାରଣ ସିଧାସଳଖ ଭାବରେ ଲାଭାନ୍ୱିତ ହେବେ ।

 ଏହି ରାସ୍ତା ଦେଇ ଯାତାୟତ କରୁଥିବା ସମସ୍ତ ଲୋକ ଏବଂ ବିଶେଷ ଭାବରେ ଭୁବନେଶ୍ୱର ଅନ୍ତର୍ଗତ ତିନି ବିଧାନସଭା କ୍ଷେତ୍ରର ଜନସାଧାରଣ ମଧ୍ୟ ଏହାର ଲାଭ ପାଇବେ । ତେଣୁ ଏହି ସେତୁ ସମଗ୍ର ଅଞ୍ଚଳ ପାଇଁ ବିକାଶର ନୂତନ ସେତୁବନ୍ଧ ଭାବରେ ପ୍ରମାଣିତ ହେବ ବୋଲି ମାନ୍ୟବର ମନ୍ତ୍ରୀ ବିଶ୍ୱାସ ପ୍ରକଟ କରିଥିଲେ ।

ଏହି ଅବସରରେ ମାନ୍ୟବର ମନ୍ତ୍ରୀ ଶ୍ରୀ ନାଏକ ଭାରତର ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ‘ବିକଶିତ ଓଡ଼ିଶା -ବିକାଶିତ ଭାରତ’ର ସଂକଳ୍ପ ଓଡ଼ିଶା ସରକାରଙ୍କ ସାମଗ୍ରିକ ଲକ୍ଷ୍ୟ ବୋଲି କହିବା ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ରାଜ୍ୟ ସରକାର ଉକ୍ତ ସଂକଳ୍ପକୁ ସାକାର ରୂପ ଦେବା ପାଇଁ ସର୍ବଦା ପ୍ରୟାସରତ ବୋଲି ଅଭିହିତ କରିଥିଲେ ।

ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ୱାରା ପ୍ରାଥମିକତା ଭିତ୍ତିରେ ଏହି ସେତୁ ନିର୍ମାଣ କାର୍ଯ୍ୟ ସମାପନ ହେବ ବୋଲି ମାନ୍ୟବର ମନ୍ତ୍ରୀ ପ୍ରକାଶ କରିଥିଲେ ।କାର୍ଯ୍ୟକ୍ରମରେ ସାଂସଦ ଅପରାଜିତା ଷଡଙ୍ଗୀ, ମାନ୍ୟବର ବିଧାୟକ ବାବୁ ସିଂ ମଧ୍ୟ ବକ୍ତବ୍ୟ ରଖିଥିଲେ । ପ୍ରାରମ୍ଭରେ ଗ୍ରାମ୍ୟ ଉନ୍ନୟନ ବିଭାଗର କେନ୍ଦ୍ରୀୟ ଗ୍ରାମ୍ୟ ନିର୍ମାଣ ମଣ୍ଡଳ, ଭୁବନେଶ୍ୱରର ମୁଖ୍ୟଯନ୍ତ୍ରୀ ସତ୍ୟବ୍ରତ ବେହେରା ସ୍ୱାଗତ ଭାଷଣ ରଖିଥିଲେ ।

ଏହି ଅବସରରେ ଗ୍ରାମ୍ୟ ଉନ୍ନୟନ ବିଭାଗର ଅଧିକ୍ଷଣ ଯନ୍ତ୍ରୀ ଅଶୋକ କୁମାର ବେହେରା ନିର୍ମାଣ ହେବାକୁ ଥିବା ଗଙ୍ଗୁଆ ନାଳ ସେତୁ ବିଷୟରେ ସବିଶେଷ ବିବରଣୀ ରଖିଥିଲେ । ଅନ୍ତିମରେ ସହକାରୀ ନିର୍ବାହୀ ଯନ୍ତ୍ରୀସୁବାଷ ଚନ୍ଦ୍ର ବେହୁରା ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସତ୍ୟବାଦୀ ବ୍ଲକ ଅଧକ୍ଷ ଙ୍କ କାର୍ଯ୍ୟାଳୟ ଭଙ୍ଗାରୁଜା, ବିଜେଡି ର ଧାରଣା

ସତ୍ୟବାଦୀ ବ୍ଲକ ଅଧକ୍ଷ ଙ୍କ କାର୍ଯ୍ୟାଳୟ ଭଙ୍ଗାରୁଜା, ବିଜେଡି ର ଧାରଣା

October 14, 2026
ଦିଲ୍ଲୀରେ ପିତୃ ମହୋତ୍ସବ ଆୟୋଜନ

ଦିଲ୍ଲୀରେ ପିତୃ ମହୋତ୍ସବ ଆୟୋଜନ

October 14, 2026
ଲବାରସିଂରେ କ୍ଲଷ୍ଟରସ୍ତରୀୟ ‘ସୁରଭି-୨୦୨୬’ ଅନୁଷ୍ଠିତ : ପ୍ରତିଭା ଦେଖାଇଲେ ଛାତ୍ରଛାତ୍ରୀ, କୃତୀ ପ୍ରତିଯୋଗୀ ପୁରସ୍କୃତ

ଲବାରସିଂରେ କ୍ଲଷ୍ଟରସ୍ତରୀୟ ‘ସୁରଭି-୨୦୨୬’ ଅନୁଷ୍ଠିତ : ପ୍ରତିଭା ଦେଖାଇଲେ ଛାତ୍ରଛାତ୍ରୀ, କୃତୀ ପ୍ରତିଯୋଗୀ ପୁରସ୍କୃତ

October 14, 2026
ଚୁଡ଼ଙ୍ଗପୁର ଗ୍ରାମରେ ଆର୍ଥିକ ସାକ୍ଷରତା ଶିବିର ଅନୁଷ୍ଠିତ

ଚୁଡ଼ଙ୍ଗପୁର ଗ୍ରାମରେ ଆର୍ଥିକ ସାକ୍ଷରତା ଶିବିର ଅନୁଷ୍ଠିତ

October 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସତ୍ୟବାଦୀ ବ୍ଲକ ଅଧକ୍ଷ ଙ୍କ କାର୍ଯ୍ୟାଳୟ ଭଙ୍ଗାରୁଜା, ବିଜେଡି ର ଧାରଣା

ସତ୍ୟବାଦୀ ବ୍ଲକ ଅଧକ୍ଷ ଙ୍କ କାର୍ଯ୍ୟାଳୟ ଭଙ୍ଗାରୁଜା, ବିଜେଡି ର ଧାରଣା

October 14, 2026
ଦିଲ୍ଲୀରେ ପିତୃ ମହୋତ୍ସବ ଆୟୋଜନ

ଦିଲ୍ଲୀରେ ପିତୃ ମହୋତ୍ସବ ଆୟୋଜନ

October 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version