No Result
View All Result
୨୮ ନଭେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ମାଲକାନଗିରି :-> ମାଲ୍ୟବନ୍ତ ମହୋତ୍ସବ -୨୦୨୪ ଉଦଘାଟନୀ ଉତ୍ସବରେ ଯୋଗ ଦେବେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ଚଳିତ ବର୍ଷ ମାଲ୍ୟବନ୍ତ ମହୋତ୍ସବରେ ଯୋଗ ଦେଇ ଏହାକୁ ଉଦ୍ଘାଟନ କରିବା ନିମନ୍ତେ ସମ୍ମତି ପ୍ରଦାନ କରିଛନ୍ତି। ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ଆଜି ଭୁବନେଶ୍ୱର ଗସ୍ତ କରି ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ପତ୍ର ପ୍ରଦାନ କରିଛନ୍ତି। ଏହି ଅବସରରେ ସ୍ଥାନୀୟ ମାଲକାନଗିରି ବିଧାୟକ ନରସିଂହ ମାଡ଼କାମୀ ଓ ଚିତ୍ରକୋଣ୍ଡା ବିଧାୟକ ମଙ୍ଗୁ ଖିଲ ଉପସ୍ଥିତ ଥିଲେ।
ସେହିପରି ଉପ ମୁଖ୍ୟମନ୍ତ୍ରୀ, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀ ଏବଂ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କୁ ମଧ୍ଯ ମହୋତ୍ସବରେ ଯୋଗ ଦେବା ପାଇଁ ନିମନ୍ତ୍ରଣ କରାଯାଇଛି। ଏଥି ନିମନ୍ତେ ବିଭାଗ ପକ୍ଷରୁ ବିଧିବଧ ସମ୍ମତି ନିମନ୍ତେ ଅପେକ୍ଷା କରାଯାଇଛି। ସୂଚନା ଥାଉ କି ମାଲ୍ୟବନ୍ତ ମହୋତ୍ସବ ଡ଼ିସେମ୍ବର ୧୩ ରୁ ୧୫ ଓ ପଲ୍ଲୀଶ୍ରୀ ମେଳା ଡ଼ିସେମ୍ବର ୧୩ ରୁ ୧୭ ପର୍ଯ୍ୟନ୍ତ ସ୍ଥାନୀୟ ଡିଏନକେ ପଡିଆ ଠାରେ ଆୟୋଜନ କରାଯିବ। ତତ୍ ସହିତ ସେହି ସମୟରେ ଆଦିବାସୀ ପଡିଆ ଠାରେ କୃଷି ମେଳା ମଧ୍ଯ ଆୟୋଜନ କରାଯିବ।
No Result
View All Result