ବ୍ୟାରିକେଡ ନିର୍ମାଣ, ରାସ୍ତା ଘାଟ ମରାମତି, ପାନୀୟ ଜଳ ବ୍ୟବସ୍ଥା, ଶୌଚାଳୟ ବ୍ୟବସ୍ଥା, ଆଇନ ଶୃଙ୍ଖଳା ବ୍ୟବସ୍ଥା, ଟ୍ରାଫିକ ନିୟନ୍ତ୍ରଣ, ପାର୍କିଂ ବ୍ୟବସ୍ଥା, ଅଗ୍ନି ନିର୍ବାପକ ବ୍ୟବସ୍ଥା, ସ୍ବାସ୍ଥ୍ୟ ବ୍ୟବସ୍ଥା ଓ ଆମ୍ବୁଲାନ୍ସ ବ୍ୟବସ୍ଥା, ପରିଷ୍କାର ପରିଛନ୍ନତା ବ୍ୟବସ୍ଥା, ବିଚ ସ୍ବଛ ରଖିବାକୁ ଅଧିକ ମାନବ ସମ୍ବଳ ଉପଯୋଗ ବ୍ୟବସ୍ଥା,ନିରବଚ୍ଛିନ୍ନ ବିଦ୍ୟୁତ ବ୍ୟବସ୍ଥା ସହ ବିକଳ୍ପ ବିଦ୍ୟୁତ ବ୍ୟବସ୍ଥା କରିବାକୁ ଶ୍ରୀ ଯାଦବ ନିର୍ଦ୍ଦେଶ ଦେଇଥିଲେ।ସେହିପରି ପାର୍କିଂ ସ୍ଥଳ ମାନଙ୍କ ରେ ଆସ୍କା ଲାଇଟ ର ବ୍ୟବସ୍ଥା କରିବାକୁ ଅଗ୍ନି ଶମ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ।ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଏସପି ବିନୀତ ଅଗ୍ରୱାଲ ବିଭିନ୍ନ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସୂଚନା ଦେଇଥିଲେ।ଡିଏଫଓ ବିବେକ କୁମାର,ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ କୈଳାସ ଚନ୍ଦ୍ର ନାୟକ,ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା,ପୌର ନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା, ନୌସେନା ର ବରିଷ୍ଠ ଅଧିକାରୀ ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।
© 2023 Odisha Taza News.