• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କମିଶନରେଟ ପୋଲିସର ୩୦ଟି ଜରୁରୀକାଳୀନ ପ୍ରଶମନ ସହାୟତା ଯାନ ଲୋକାର୍ପଣ

Proprietor Abhimanyu Maharana by Proprietor Abhimanyu Maharana
December 12, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
କମିଶନରେଟ ପୋଲିସର ୩୦ଟି ଜରୁରୀକାଳୀନ ପ୍ରଶମନ ସହାୟତା ଯାନ ଲୋକାର୍ପଣ
Share on FacebookShare on TwitterWhatsapp

ଏହି ଯାନ ଗୁଡିକ ହେଉଛି ନ୍ୟାୟ, ଶୃଙ୍ଖଳା, ଭୟମୁକ୍ତ ବାତାବରଣ ଓ ଅପରାଧମୁକ୍ତ ସମାଜର ପ୍ରତୀକ

ଆଗାମୀ ଦିନରେ ୫ ହଜାର ଗୃହରକ୍ଷୀ ପଦବୀ ପୂରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଗୃହରକ୍ଷୀମାନଙ୍କ ଦୈନିକ ଭତ୍ତା ବୃଦ୍ଧି ପାଇଁ ନିଷ୍ପତ୍ତି

୧୨ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି କଟକ-ଭୁବନେଶ୍ୱର କମିଶନରେଟ ପୋଲିସ ପାଇଁ ‘Emergency Response Support System(ERSS)’ ଯୋଜନାରେ ୩୦ଟି ଜରୁରୀକାଳୀନ ପ୍ରଶମନ ସହାୟତା ଯାନର ଲୋକାର୍ପଣ କରିଛନ୍ତି । ERSS ଯୋଜନା ହେଉଛି ଏକ କେନ୍ଦ୍ର ସରକାରଙ୍କ ଯୋଜନା । ଦିଲ୍ଲୀର ନିର୍ଭୟା କାଣ୍ଡ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୦୧୯ ମସିହାରେ ଜରୁରୀକାଳୀନ ପରିସ୍ଥିତିରେ ପୋଲିସର ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ଏହି ଯୋଜନା ଆରମ୍ଭ କରିଥିଲେ ।

ପୋଲିସ କମିଶନରେଟ କାର୍ଯ୍ୟାଳୟ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହି ୩୦ଟି ନୂଆ ଯାନ ପୋଲିସଙ୍କ କାର୍ଯ୍ୟ ଦକ୍ଷତାକୁ ସୁଦୃଢ କରିବ । ଏଗୁଡିକ ସାଧାରଣ ଗାଡି ନୁହେଁ। ଏଗୁଡିକ ହେଉଛି ଗୋଟିଏ ଗୋଟିଏ ସୁରକ୍ଷା ରଥ। ଏଗୁଡିକ ହେଉଛି ନ୍ୟାୟର, ଶୃଙ୍ଖଳାର, ଭୟମୁକ୍ତ ବାତାବରଣର ଓ ଅପରାଧମୁକ୍ତ ସମାଜର ପ୍ରତୀକ । ଏହି ଗାଡିଗୁଡିକ ଯେତିକି ଗଡିବ ଲୋକମାନେ ସେତିକ ନ୍ୟାୟ ପାଇବେ ଓ ସେମାନଙ୍କ ଆତ୍ମବିଶ୍ୱାସ ବଢିବ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପୋଲିସ ବାହିନୀକୁ ଆହୁରି ସଶକ୍ତ କରିବା ପାଇଁ ଗୃହ ବିଭାଗରେ ପ୍ରାୟ ୧୦ ହଜାର ପଦବୀ ଖୁବ୍‌ ଶୀଘ୍ର ପୂରଣ କରାଯିବ। ଗୃହରକ୍ଷୀମାନେ ହେଉଛନ୍ତି ପୋଲିସର ଏକ ଅଭିନ୍ନ ଅଙ୍ଗ।

ଆମ ରାଜ୍ୟରେ ଗୃହରକ୍ଷୀମାନେ ବହୁତ ଭଲ କାମ କରୁଛନ୍ତି। ୨୦୨୦ ଠାରୁ ଗୃହରକ୍ଷୀ ନିଯୁକ୍ତି ଉପରେ ଯେଉଁ କଟକଣା ଲଗା ଯାଇଥିଲା ତାହାକୁ ଉଠାଇ ଦିଆଯାଇଛି। ଖୁବଶୀଘ୍ର ଖାଲିଥିବା ୨୪୧୬ଟି ପଦବୀ ସହିତ ୨୫୮୪ଟି ନୂତନ ପଦବୀ ସୃଷ୍ଟି କରାଯିବ। ସମୁଦାୟ ୫ ହଜାର ଗୃହରକ୍ଷୀ ପଦବୀ ପୂରଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏଥି ସହିତ ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି ପାଇଁ ସରକାରୀ ସ୍ତରରେ ନିଷ୍ପତ୍ତି ନିଆଯାଇଛି ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ, ERSS ଯୋଜନାରେ ଆଜି ପୋଲିସ କମିଶନରେଟରେ ଲୋକାର୍ପିତ ହୋଇଥିବା ୩୦ଟି ଯାନ ମଧ୍ୟରୁ ଭୁବନେଶ୍ୱର ସହରରେ ପାଇଁ ୨୨ଟି ଏବଂ କଟକରେ ୮ଟି ଗାଡି କାର୍ଯ୍ୟ କରିବ। ପୂର୍ବରୁ ଅଚଳ ହୋଇଥିବା PCR ଗାଡି ଗୁଡିକ ବଦଳରେ ଏହି ନୂତନ ଯାନ ମଧ୍ୟ କାର୍ଯ୍ୟ କରିବ। ଏହି ERSS ଯୋଜନା ଦ୍ୱାରା ପୋଲିସ ବ୍ୟବସ୍ଥାର ସୁଦୃଢିକରଣ ହେବା ସହ ସୁରକ୍ଷା ବାତାବରଣ ସୃଷ୍ଟି ହେବ। ଏଥି ସହିତ ଆଗାମୀ ଦିନରେ ପେଟ୍ରୋଲିଂ, ଅପରାଧୀ ଏବଂ ପୀଡିତଙ୍କ ପାଖରେ ତୁରନ୍ତ ପହଞ୍ଚିବା ପାଇଁ ପୋଲିସକୁ ହାଇ ସ୍ପିଡ ଗାଡି ଯୋଗାଇ ଦିଆଯିବ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ, ରାଜ୍ୟ ସରକାର ପୋଲିସର ସାମର୍ଥ୍ୟ ଓ ଶକ୍ତି ବୃଦ୍ଧି ପାଇଁ ସମସ୍ତ ପ୍ରକାର ପ୍ରୟାସ ଜାରି ରଖିଛନ୍ତି। ସମାଜରେ ଲୋକମାନଙ୍କ ପାଇଁ ଆପଣମାନେ ଜଣେ ଜଣେ ସାହାଯ୍ୟକାରୀ ବନ୍ଧୁ ଭାବେ କାମ କରି ପୋଲିସର ଭାବମୂର୍ତ୍ତୀ ଆହୁରି ଉଚ୍ଚ ସ୍ତରକୁ ନିଅନ୍ତୁ। କାର୍ଯ୍ୟକ୍ରମରେ ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ୱାଇ.ବି. ଖୁରାନିଆ ସ୍ୱାଗତ ଭାଷଣ ଦେଇ କହିଥିଲେ ଯେ, ବାତ୍ୟା ଦାନା ସମୟରେ ଆମର ଏହି ERSS ଯାନ ଗୁଡିକ ଲୋକମାନଙ୍କୁ ପ୍ରଶଂସନୀୟ ସେବା ଯୋଗାଇ ଦେଇଛି। ଏହି ନୂତନ ଯାନ ଗୁଡିକ ଭୁବନେଶ୍ୱର-କଟକ ଜନସାଧାରଣଙ୍କୁ ଉପଯୁକ୍ତ ଓ ତ୍ୱରିତ ସେବା ଯୋଗାଇଦେବ ବୋଲି ସେ କହିଥିଲେ। କାର୍ଯ୍ୟକ୍ରମରେ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ଦୟାଲ ଗଙ୍ଗୱାର ଉପସ୍ଥିତ ଥିଲେ। ପୋଲିସ କମିଶନର ଶ୍ରୀ ଏସ୍. ଦେବଦତ୍ତ ସିଂ ଧନ୍ୟବାଦ ଦେଇଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version