No Result
View All Result
୨୦ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୂଆଗାଁ :-> ନୂଆଗାଁ ହାଇସ୍କୁଲ ଖେଳପଡିଆ ଠାରେ ନୂଆଗାଁ ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କୁ ନେଇ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟରେ ଅଧ୍ୟୟନରତ ଥିବା ଛାତ୍ରଛାତ୍ରୀ ମାନଙ୍କୁ ନେଇ ଦୌଡ, ଲଙ୍ଗଜମ୍ପ, ହାଇଜମ୍ପ, ଡିସକସଥ୍ରୌ, ସଟଫୁଟଥୌ୍ର ଆଦି ଖେଳ ଅନୁଷ୍ଠିତ ହୋଇଥିଲା। ଏଥିରେ ସଫଳତା ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ସାର୍ଟିଫିକେଟ ଓ ଟ୍ରଫି ପ୍ରଦାନ କରାଯାଇଥିଲା । ସେହିପରି ବିଦ୍ୟାଳୟ ର ଅଷ୍ଟମ ଶ୍ରେଣୀର ଛାତ୍ର ଆଶିଷ ପ୍ରଧାନ (୧୦୦) ମିଟର ଓ (୨୦୦) ମିଟର ସହିତ ସଟଫୁଟ ରେ ପ୍ରଥମ ସ୍ଥାନ ଅଧିକାର କରି ଟ୍ରଫି ହାସଲ କରିଥିଲେ।
ଆଜିର କାର୍ଯ୍ୟକ୍ରମରେ ନୂଆଗାଁ ବିଡିଓ ଡ. ଅମୃତ କୁମାର ରାଉଳ, ତହସିଲଦାର ହେମନ୍ତ କୁମାର ନାୟକ, ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ଜ୍ୟୋସ୍ନାରାଣୀ ସେଠୀ, ନୂଆଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷା ମଧୁଲିତା ପଟ୍ଟନାୟକ, ନୂଆଗାଁ ଓଡିଶା ଆଦର୍ଶ ବିଦ୍ୟାଳୟ ଭାରପ୍ରାପ୍ତ ଅଧ୍ୟକ୍ଷ ପ୍ରଶାନ୍ତ କୁମାର ସାହୁ, ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀ ଏବଂ ଛାତ୍ରଛାତ୍ରୀମାନେ ଉପସ୍ଥିତ ଥିଲେ। ଆଜିର କ୍ରୀଡା କାର୍ଯ୍ୟକ୍ରମକୁ ନୂଆଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର କ୍ରୀଡା ଶିକ୍ଷକ ପ୍ରଦୀପ କୁମାର ଖଣ୍ତୁଆଳ ପରିଚାଳନା କରିଥିଲେ ।
No Result
View All Result