• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୁରୀ ଜିଲ୍ଲା ସ୍ତରୀୟ ସୁଶାସନ ଦିବସ ପାଳିତ ବାଜପେୟୀ ସୁଶାସନର ମୂର୍ତ୍ତୀମନ୍ତ ପ୍ରତୀକ ଥିଲେ

Proprietor Abhimanyu Maharana by Proprietor Abhimanyu Maharana
December 26, 2024
in ଓଡ଼ିଶା, ପୁରୀ, ହୋମ୍
0
ପୁରୀ ଜିଲ୍ଲା ସ୍ତରୀୟ ସୁଶାସନ ଦିବସ ପାଳିତ ବାଜପେୟୀ ସୁଶାସନର ମୂର୍ତ୍ତୀମନ୍ତ ପ୍ରତୀକ ଥିଲେ
Share on FacebookShare on TwitterWhatsapp

୨୫ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ :-> ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀ ସୁଶାସନ ର ମୂର୍ତ୍ତୀମନ୍ତ ପ୍ରତୀକ ଥିଲେ।ସାଧାରଣ ଲୋକ ମାନଙ୍କୁ ସାମାଜିକ ନ୍ୟାୟ ଓ ସୁରକ୍ଷା ପ୍ରଦାନ କ୍ଷେତ୍ରରେ ତାଙ୍କର ଅବଦାନ ଅବିସ୍ମରଣୀୟ ବୋଲି କହିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଆଜି ପୂର୍ବାହ୍ନରେ ସଂସ୍କୃତି ଭବନ ପରିସରରେ ଜିଲ୍ଲା ପ୍ରଶାସନ ଓ ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ର ମିଳିତ ସହଯୋଗରେ ପୁରୀ ଜିଲ୍ଲା ସ୍ତରୀୟ ସୁଶାସନ ଦିବସ ଓ ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀ ଙ୍କ ଜୟନ୍ତୀ ସମାରୋହ ପାଳିତ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ବାଜପେୟୀ ଜଣେ ବହୁବିଧ ପ୍ରତିଭାର ଅଧିକାରୀ, ରାଷ୍ଟ୍ରନୀତିଜ୍ଞ,ଧର୍ଯ୍ୟ ଓ ସହନଶୀଳତା ର ପ୍ରତୀକ ଥିଲେ ବୋଲି କହିଥିଲେ।ଗଣତନ୍ତ୍ର ର ଶାସନ ବ୍ୟବସ୍ଥା କୁ ସେ ମଜବୁତ କରିଥିଲେ ।

ପ୍ରଧାନମନ୍ତ୍ରୀ ସଡକ ଯୋଜନା, ମିଶନ ଶକ୍ତି ଗଠନ,ଦେଶ ସୁରକ୍ଷା ପାଇଁ ପୋଖରାନ ବିସ୍ଫୋରଣ ଇତ୍ୟାଦି ସବୁଠାରୁ ବଡ ଉପଲବ୍ଧି ଥିଲା।ଅଟଳଜୀ ଓଡିଶା କୁ ବହୁତ ଭଲ ପାଉଥିଲେ । ସେଥିପାଇଁ ଦ୍ୱିତୀୟ ଏମସ୍ ଓଡିଶା ରେ ହିଁ ସେ କରିବା ସହ ପାରାଦୀପରେ ଅଏଲ ରିଫାଇନାରୀ, ଇଷ୍ଟ କୋଷ୍ଟ ରେଲୱେ ଡିଭିଜନ ଇତ୍ୟାଦି କରିଥିଲେ ବୋଲି କହିବା ସହ ତାଙ୍କ ଜନ୍ମ ଦିନ ରେ ସୁଶାସନ ଦିବସ ପାଳନ ତାଙ୍କ ପ୍ରତି ଏକ ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ବୋଲି କହିଥିଲେ । ଅନ୍ୟତମ ଅତିଥି ଭାବେ ପୁରୀ ଲୋକସଭା ସାଂସଦ ଡା ସମ୍ବିତ ପାତ୍ର ବାଜପେୟୀଙ୍କୁ ଜଣେ ସଚ୍ଚା ଦେଶଭକ୍ତ ଓ ଦୂରଦ୍ରଷ୍ଟା ବୋଲି କହିବା ସହ ବିଭିନ୍ନ ଉଦାହରଣ ଛଳରେ ତାଙ୍କ ସରଳ, ନିରାଡମ୍ବର ଓ ପ୍ରତିବଦ୍ଧତା ପୂର୍ଣ୍ଣ ଜୀବନ ଶୈଳୀ ସମସ୍ତଙ୍କୁ ଅନୁପ୍ରାଣିତ କରୁଥିବ ବୋଲି କହିଥିଲେ ।ସତ୍ୟବାଦୀ ବିଧାୟକ ଓମ ପ୍ରକାଶ ମିଶ୍ର,ପୁରୀ ବିଧାୟକ ସୁନିଲ କୁମାର ମହାନ୍ତି, ବ୍ରହ୍ମଗିରି ବିଧାୟିକା ଉପାସନା ମହାପାତ୍ର କେବଳ ନାମରେ ନୁହେଁ ବ୍ୟକ୍ତିତ୍ବ,ସଂକଳ୍ପ, ଦେଶପ୍ରେମ ଓ କାମରେ ବି ବାଜପେୟୀ ଜୀ ଅଟଳ ଥିଲେ ।

ଭାରତ ବିଶ୍ବ ଗୁରୁ ହୋଇ ପାରିବ ବୋଲି ଯେଉଁ ସ୍ବପ୍ନ ସେ ଦେଖିଥିଲେ ତାହା ଆଜି ପୂରଣ ହୋଇଛି ବୋଲି ସେମାନେ କହିଥିଲେ।ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଏଥିରେ ଅଧ୍ୟକ୍ଷତା କରିବା ସହ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଅନ୍ୟ ମାନ ଙ୍କ ମଧ୍ୟରେ ଏସ ପି ବିନୀତ ଅଗ୍ରୱାଲ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ କୈଳାସ ଚନ୍ଦ୍ର ନାୟକ, ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା,ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି, ପୌର ନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା,ଉପ ଜିଲ୍ଲାପାଳ ରାଜ କିଶୋର ଜେନା ପ୍ରମୁଖ ଯୋଗ ଦେଇଥିଲେ ।  

ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ ପ୍ରାରମ୍ଭରେ ସମସ୍ତଙ୍କୁ ସ୍ବାଗତ ସହ ସଭା ପରିଚାଳନା କରିଥିଲେ।ପୂର୍ବରୁ ଅନୁଷ୍ଠିତ ବକ୍ତୃତା ପ୍ରତିଯୋଗିତାର କୃତି ପ୍ରତିଯୋଗୀ ଙ୍କୁ ଅତିଥି ମାନେ ପୁରସ୍କୃତ କରିଥିଲେ।ସିଦ୍ଧ ମହାବୀର ସଂଗୀତ ପରିଷଦ ପକ୍ଷରୁ ବାଜପେୟୀଙ୍କ ଲିଖିତ କବିତା ଆଧାର ରେ ସ୍ବାଗତ ସଂଗୀତ ପରିବେଷଣ କରିଥିଲେ।ଶେଷରେ ନାଚଘର ଅନୁଷ୍ଠାନ ପକ୍ଷରୁ ଓଡିଶୀ ନୃତ୍ୟ ପରିବେଷଣ କରା ଯାଇଥିଲା ।ପ୍ରାରମ୍ଭରେ ବାଜପେୟୀଙ୍କ ଲିଖିତ କବିତା, ଦେଶାତ୍ମବୋଧକ ଓ ଆଧ୍ୟାତ୍ମିକ କବିତା ପଠନ କରାଯାଇଥିଲା । କାର୍ଯ୍ୟକ୍ରମ ରେ ବିଭିନ୍ନ ବିଭାଗର ଅଧିକାରୀ, କର୍ମଚାରୀ, ଗଣମାଧ୍ୟମ ପ୍ରତିନିଧି,ବୁଦ୍ଧିଜୀବୀ, ଶିକ୍ଷାବିତ, ଛାତ୍ରଛାତ୍ରୀ, ସ୍ୱୟଂ ସହାୟକ ଗୋଷ୍ଠୀ ର ସଦସ୍ୟ ଓ ସାଧାରଣ ଲୋକ ମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ଼ରେ ଶିଶୁ ଶ୍ରମିକ ନିରାକରଣ ସଚେତନତା ଶୋଭାଯାତ୍ରା

ନୟାଗଡ଼ରେ ଶିଶୁ ଶ୍ରମିକ ନିରାକରଣ ସଚେତନତା ଶୋଭାଯାତ୍ରା

June 17, 2026
ଦଶପଲ୍ଲା ବିଇଓ ଭକ୍ତି ବିନୋଦ ସଲଙ୍କୁ ‘ସଙ୍ଗୀତଧାରା’ ପକ୍ଷରୁ ସମ୍ବର୍ଦ୍ଧନା

ଦଶପଲ୍ଲା ବିଇଓ ଭକ୍ତି ବିନୋଦ ସଲଙ୍କୁ ‘ସଙ୍ଗୀତଧାରା’ ପକ୍ଷରୁ ସମ୍ବର୍ଦ୍ଧନା

June 17, 2026
ଏକ ବର୍ଷ ଧରି ବାଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ଶିକ୍ତ ଦିଗାଳ ଙ୍କ ଉପରେ ପ୍ରଶାସନ ର ଦୃଷ୍ଟି ପଡିଲା : ସମସ୍ତ ଭତ୍ତା ପ୍ରାପ୍ୟ ପାଇଲେ

ଏକ ବର୍ଷ ଧରି ବାଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ଶିକ୍ତ ଦିଗାଳ ଙ୍କ ଉପରେ ପ୍ରଶାସନ ର ଦୃଷ୍ଟି ପଡିଲା : ସମସ୍ତ ଭତ୍ତା ପ୍ରାପ୍ୟ ପାଇଲେ

June 17, 2026
ଉପ କାରାଗାର ପରିସରରୁ ବାହାରୁଥିବା ଆବର୍ଜନା ପାଣି ଦୁର୍ଗନ୍ଧରେ ଗୁଳିମରାପଦା ବାସିନ୍ଦା ହନ୍ତସନ୍ତ

ଉପ କାରାଗାର ପରିସରରୁ ବାହାରୁଥିବା ଆବର୍ଜନା ପାଣି ଦୁର୍ଗନ୍ଧରେ ଗୁଳିମରାପଦା ବାସିନ୍ଦା ହନ୍ତସନ୍ତ

June 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ଼ରେ ଶିଶୁ ଶ୍ରମିକ ନିରାକରଣ ସଚେତନତା ଶୋଭାଯାତ୍ରା

ନୟାଗଡ଼ରେ ଶିଶୁ ଶ୍ରମିକ ନିରାକରଣ ସଚେତନତା ଶୋଭାଯାତ୍ରା

June 17, 2026
ଦଶପଲ୍ଲା ବିଇଓ ଭକ୍ତି ବିନୋଦ ସଲଙ୍କୁ ‘ସଙ୍ଗୀତଧାରା’ ପକ୍ଷରୁ ସମ୍ବର୍ଦ୍ଧନା

ଦଶପଲ୍ଲା ବିଇଓ ଭକ୍ତି ବିନୋଦ ସଲଙ୍କୁ ‘ସଙ୍ଗୀତଧାରା’ ପକ୍ଷରୁ ସମ୍ବର୍ଦ୍ଧନା

June 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version