No Result
View All Result
୨୫ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଙ୍କୀ :- ବାଙ୍କୀର ବରପୁତ୍ର ଓଡ଼ିଶୀ ନୃତ୍ୟ ବିଶାରଦ ବାଙ୍କୀର ବରପୁତ୍ର ଡକ୍ଟର କାଳୀଚରଣ ପଟ୍ଟନାୟକ ୧୨୮ତମ ଜୟନ୍ତୀ କଳା, ସାହିତ୍ୟ ଓ ସଂସ୍କୃତି ପରିଷଦ ପକ୍ଷରୁ ପାଳିତ ହୋଇଯାଇଛି । ଏହି ଅବସରରେ ପରିଷଦ ପରିସରରେ ଥିବା କବିଚନ୍ଦ୍ରଙ୍କ ପ୍ରତିମୂର୍ତ୍ତିରେ ଅତିଥିମାନେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା । ପରିଷଦର ଉପସଭାପତି ପ୍ରାଧ୍ୟାପକ ମନୋଜ କୁମାର ମହାପାତ୍ରଙ୍କ ତତ୍ତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରେସକ୍ଲବ ସଭାପତି ବଳଭଦ୍ର ପଣ୍ଡା,
ସଂପାଦକ ବେଣୁଧର କର, ସାଂସ୍କୃତି ସଂପାଦକ ବିଜୟ କୁମାର ଦିକ୍ଷୀତ, ବରେନ୍ଦ୍ରକୃଷ୍ଣ ବିଦ୍ୟାପୀଠର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଗୋବିନ୍ଦ ଚନ୍ଦ୍ର ତ୍ରିପାଠୀ, ସହସଂପାଦକ ଶ୍ରୀନିବାସ ବେହେରା, କବି ଲଲାଟେନ୍ଦୁ ପଣ୍ଡା ପ୍ରମୁଖ ଯୋଗଦାନ କରି କବିଚନ୍ଦ୍ରଙ୍କ ସ୍ମୃତିଚାରଣ କରିବା ସହିତ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ନୃତ୍ୟ ଶିକ୍ଷକ ମହେଶ କୁମାର ନାୟକ ଧନ୍ୟବାଦ ଅର୍ପଣ କରିଥିଲେ ।
No Result
View All Result