• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପ୍ରବାସୀ ଭାରତୀୟ ଦିବସରେ ମାନ୍ୟବର ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଯୋଗଦାନ ପରିପ୍ରେକ୍ଷୀରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ

Proprietor Abhimanyu Maharana by Proprietor Abhimanyu Maharana
January 5, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ପ୍ରବାସୀ ଭାରତୀୟ ଦିବସରେ ମାନ୍ୟବର ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଯୋଗଦାନ ପରିପ୍ରେକ୍ଷୀରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ
Share on FacebookShare on TwitterWhatsapp

0୪ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର  :->  ଆସନ୍ତା ଜାନୁଆରୀ ୮ ରୁ ୧୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ଜନତା ମୈଦାନ ଠାରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ଅନୁଷ୍ଠିତ ହେବ । ଏହି ପରିପ୍ରେକ୍ଷୀରେ ମାନ୍ୟବର ଭାରତର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀ ଜାନୁଆରୀ ୯ ତାରିଖରେ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀର ଉଦଘାଟନୀ ସମାରୋହରେ ଯୋଗଦେବାକୁ ଥିବା ବେଳେ ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦୌପଦୀ ମୁର୍ମୁ ଜାନୁଆରୀ ୧୦ ତାରିଖରେ ଏହାର ଉଦଯାପନୀ ଅଧିବେଶନରେ ଯୋଗଦାନ କରିବେ । ଏହି ଉପଲକ୍ଷେ ଏକ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଆଜି ସଂଧ୍ୟାରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।

ମାନ୍ୟବର ରାଷ୍ଟ୍ରପତି ଓ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମକୁ ଶୃଙ୍ଖଳିତ ଓ ଭଲ ଭାବେ ଆୟୋଜନ କରାଯିବା ନେଇ ମୁଖ୍ୟ ଶାସନ ସଚିବ ସମସ୍ତ ପ୍ରସ୍ତୁତି କରିବାକୁ ଗୁରୁତ୍ୱାରୋପ କରିଛନ୍ତି । ମାନ୍ୟବର ପ୍ରଧାନମନ୍ତ୍ରୀ ଏଥିପାଇଁ ଜାନୁଆରୀ ୮ ତାରିଖ ସଂଧ୍ୟା ୭ ଟାରେ ବିଶାଖାପାଟଣା ବିମାନବନ୍ଦରରୁ ବାହାରି ଭୁବନେଶ୍ୱରର ବିମାନ ବନ୍ଦରରେ ଅବତରଣ କରି ରାତ୍ର ୮.୧୫ ରେ ରାଜଭବନରେ ପହଁଚି ସେଠାରେ ରାତ୍ରିଯାପନ କରିବେ ଏବଂ ତହିଁ ପରଦିନ ୯ ତାରିଖ ୧୦ ଟା ସମୟରେ ୧୮ ତମ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ-୨୦୨୫ ର ଶୁଭ ଉଦଘାଟନ କରିବେ ।

ଏହାପରେ ମାନ୍ୟବର ପ୍ରଧାନମନ୍ତ୍ରୀ କାର୍ଯ୍ୟକ୍ରମରେ ଯୋଗଦାନ ପରେ ପୂର୍ବାହ୍ନ ୧୧ .୫୫ ରେ ନୂଆ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ । ସେହିପରି ମାନ୍ୟବର ରାଷ୍ଟ୍ରପତି ପ୍ରବାସୀ ଭାରତୀୟ ଦିବସରେ ଯୋଗଦାନ ପାଇଁ ଜାନୁଆରୀ ୯ ତାରିଖ ଅପରାହ୍ଣ ୩.୦୦ ଟା ସମୟରେ ଗୌହାଟୀ ବିମାନ ବନ୍ଦରରୁ ବାୟୁସେନା ବିମାନ ଯୋଗେ ଅପରାହ୍ଣ ୪ ଟା ୩୫ ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚି ସେଦିନ ରାଜ ଭବନରେ ରହଣି କରିବେ । ମାନ୍ୟବର ରାଷ୍ଟ୍ରପତି ୧୦ ତାରିଖରେ ପ୍ରବାସୀ ଭାରତୀୟ ଦିବସରେ ଯୋଗଦାନ ଅବସରରେ ପୂର୍ବାହ୍ଣ ୧୧ .୪୦ ରେ ଜନତା ମଇଦାନରେ ପହଁଚିବେ ।

ସେଦିନ ସେଠାରେ ଏହି ଦିବସ ଉପଲକ୍ଷେ ଆୟୋଜିତ ଅନ୍ୟ କାର୍ଯ୍ୟକ୍ରମ ସହିତ ତ୍ରିନିଦାନ ଓ ଟୋବାଗୋର ରାଷ୍ଟ୍ରପତିଙ୍କ ସହିତ ସାକ୍ଷାତ ଆଲୋଚନା କରିବେ । ମାନ୍ୟବର ରାଷ୍ଟ୍ରପତି ମହୋଦୟା ସେଦିନ ଅପରାହ୍ଣ ୩.୦୦ ମି ସମୟରେ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀରେ ଯୋଗଦେଇ ପ୍ରବାସୀ ଭାରତୀୟ ସମ୍ମାନ ପୁରସ୍କାର ପ୍ରଦାନ ସମ୍ମିଳନୀରେ ଯୋଗଦାନ କରିବେ ଏବଂ କାର୍ଯ୍ୟକ୍ରମ ପରେ ଅପରାହ୍ଣ ୫.୨୫ ମିନିଟ୍ ସମୟରେ ଭୁବନେଶ୍ୱର ବିମାନ ବନ୍ଦରରୁ ପ୍ରତ୍ୟାବର୍ତ୍ତନ କରିବେ । ମାନ୍ୟବର ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି ମୁଖ୍ୟ ଶାସନ ସଚିବ ପ୍ରସ୍ତୁତି ସଂପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ ।

ପ୍ରବାସୀ ଭାରତୀୟ ଦିବସ ଆୟୋଜନ ରାଜ୍ୟ ପାଇଁ ଗୁରୁତ୍ୱପୂର୍ଣ୍ଣ ଏବଂ ଏହାକୁ ଭଲ ଭାବେ ଆୟୋଜନ ପାଇଁ ସବୁ ସ୍ତରରେ ସମସ୍ତେ ସହଯୋଗ ଜାରି ରଖିଥିବା ବେଳେ ପ୍ରଶାସନିକ ସ୍ତରରେ ଯେପରି ସହଯୋଗ ରହିଛି, ତାହା ଜାରି ରଖିବାକୁ ମୁଖ୍ୟ ଶାସନ ସଚିବ ପରାମର୍ଶ ଦେଇଥିଲେ । ପ୍ରବାସୀ ଭାରତୀୟ ଦିବସରେ ଅନ୍ୟ ଦେଶରୁ ଆସୁଥିବା ପ୍ରବାସୀ ଭାରତୀୟମାନେ ଯେପରି ଓଡ଼ିଶାର ସୁଖଦ ଅନୁଭୂତି ନେଇ ଯିବେ, ଓଡ଼ିଶାର ସମ୍ମାନ ରହିବ, ଏଥିପାଇଁ ସଂପୃକ୍ତ ସମସ୍ତ ବିଭାଗୀୟ ସଚିବ ଓ ପଦାଧିକାରୀମାନଙ୍କୁ ମୁଖ୍ୟ ଶାସନ ସଚିବ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି ।

ବୈଠକରେ ମାନ୍ୟବର ରାଷ୍ଟ୍ରପତି ଓ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପରିପ୍ରେକ୍ଷୀରେ ରାଜ ଭବନରେ ସାମୟିକ ରହଣି ବ୍ୟବସ୍ଥା, ସୁରକ୍ଷା, କାରକେଡ୍ ବ୍ୟବସ୍ଥା, କାର୍ଯ୍ୟକ୍ରମ ସ୍ଥଳକୁ ଯିବା ଆସିବା ବ୍ୟବସ୍ଥା, ଚିକିତ୍ସା ଓ ସ୍ୱାସ୍ଥ୍ୟ ସହାୟତା, ରାସ୍ତାର ପରିସ୍କାର ପରିଚ୍ଛନ୍ନତା , କାର୍ଯ୍ୟକ୍ରମ ସ୍ଥଳରେ ନିରବଚ୍ଛିନ୍ନ ବିଦ୍ୟୁତ ସରବରାହ ସହିତ ଯଥେଷ୍ଟ ସଂଖ୍ୟକ ଅତିରିକ୍ତ ଜେନେରେଟର ସୁବିଧା, ଉତ୍ସବ ସ୍ଥଳରେ ନିରବଚ୍ଛିନ୍ନ ପାନୀୟ ଜଳ ଯୋଗାଣ, ମଞ୍ଚ ପ୍ରସ୍ତୁତି, ଇଣ୍ଟରନେଟ୍ ସୁବିଧା, ବେରିକେଡିଂ ବ୍ୟବସ୍ଥା, ଗଣମାଧ୍ୟମରେ ପ୍ରଚାର ପ୍ରସାର, ଆବଶ୍ୟକ ପାସ୍ ବ୍ୟବସ୍ଥା, ଅଗ୍ନି ନିର୍ବାପକ ବ୍ୟବସ୍ଥା, ଦର୍ଶକ ଓ ଅତିଥିଙ୍କ ପାଇଁ ସାମିଆନା ସହ ବସିବା ବ୍ୟବସ୍ଥା ଆଦି ସଂପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା ।

କାର୍ଯ୍ୟକ୍ରମ ସଂପର୍କରେ ସୂଚନା ଓ ସମନ୍ୱୟ ପାଇଁ ପ୍ରତି ଥର ଭଳି ଏଥର ମଧ୍ୟ ଗୃହ ବିଭାଗ ତରଫରୁ ନିୟନ୍ତ୍ରଣ କକ୍ଷ କାର୍ଯ୍ୟ କରିବ । ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଗୃହ(ସ୍ୱରାଷ୍ଟ୍ର) ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ପୁଲିସ ମହା ନିର୍ଦ୍ଦେଶକ ଶ୍ରୀ ଓ୍ୱାଇ.ବି.ଖୁରାନିଆ, ଅଗ୍ନିଶମ ବିଭାଗ ଡିଜି ଡଃ. ସୁଧାଂଶୁ ଷଡ଼ଙ୍ଗୀଙ୍କ ସମେତ ରାଜ୍ୟ ପ୍ରଶାସନର ସଂପୃକ୍ତ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, ଶାସନ ସଚିବ ଏବଂ ଅନ୍ୟ ବରିଷ୍ଠ ପଦାଧିକାରୀ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version