23 ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ବାଙ୍କୀ :- ଡମପଡ଼ା ବ୍ଲକ ପାଥପୁର ଗ୍ରାମପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ୱର୍ଗତ ଭରତ ଚନ୍ଦ୍ର ନାୟକଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକ ଶ୍ରଦ୍ଧାଞ୍ଜଳି ସଭା ଗ୍ରାମର ହରିହର ପୀଠ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ସ୍ୱର୍ଗତ ନାୟକଙ୍କ ପ୍ରତିମୂର୍ତ୍ତି ବିଦ୍ୟାଳୟ ନିକଟ ଖେଳପଡିଆରେ ଉନ୍ମୋଚିତ ହୋଇଛି । ବିଧାୟକ ଦେବୀରଞ୍ଜନ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ପୂର୍ବତନ ବିଧାୟକ ପ୍ରଭାତ କୁମାର ତ୍ରିପାଠୀ, ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ବିଜୟ ମହାପାତ୍ର, କଟକ ଜିଲ୍ଲାପରିଷଦ ଅଧ୍ୟକ୍ଷ କିଶୋର ସାହୁ,
ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ସଭାପତି ସୁବାସ ଚନ୍ଦ୍ର ପାଢ଼ୀ, ଶିକ୍ଷାବିତ୍ କାହ୍ନୁଚରଣ ସାହୁ, ଡକ୍ଟର ଗଣେଶ୍ୱର ସ୍ୱାଇଁ, ଜିଲ୍ଲାପରିଷଦ ସଦସ୍ୟ ଆଶିଷ କୁମାର ସାହୁ, ବାଙ୍କୀ ଏନ୍.ଏ.ସି ଉପନଗରପାଳ ସନ୍ତୋଷ କୁମାର ରଣା, ପ୍ରେସକ୍ଲବ ଉପସଭାପତି ସମରେନ୍ଦ୍ର ମହାପାତ୍ର, ଡମପଡ଼ା ବ୍ଲକ ଅଧ୍ୟକ୍ଷ ପ୍ରଣବ କିଶୋର ପଟେଲ, ସରପଞ୍ଚ ସୁରେଶ ପରିଡା, ନରେଶ ବେଉରା, ସମାଜସେବୀ ଯୁଗଳଭୂତଙ୍କ ସମେତ ବାଙ୍କୀ ଅଞ୍ଚଳର ବହୁବ୍ୟକ୍ତି ଉପସ୍ଥିତ ରହି ସ୍ୱର୍ଗତ ନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧା ସୁମନ ଜ୍ଞାପନ କରିଥିଲେ ।














