୨୬ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ଭୁବନେଶ୍ୱର :- ରାଜଭବନରେ ୭୬ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ତା୨୬.୦୧.୨୦୨୫ ସକାଳ ୮ଘଟିକା ସମୟରେ ରାଜ୍ୟପାଳଙ୍କ ପ୍ରମୁଖ ଶାସନ ସଚିବ ଏନ୍ବିଏସ୍ ରାଜପୁତ ଜାତୀୟ ପତାକା ଉତ୍ତୋଳନ କରିଥିଲେ ।

ଉକ୍ତ କାର୍ଯ୍ୟକ୍ରମରେ ସ୍ଥାନୀୟ ରାଜଭବନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀ ଆନନ୍ଦ ଉଲ୍ଲାସର ସହ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ରାଜଭବନର ଅଧିକାରୀ ଓ କର୍ମଚାରୀମାନେ ଯୋଗଦେଇଥିଲେ ।
















