୦୬ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ଆର,ଉଦୟଗିରି :- ନୁଆଗଡ ବ୍ଲକର ଖଜୁରିପଦା ବାବା ସାହେବ ଆମ୍ବେଦକର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଖେଳ ପଡିଆରେ ନୁଆଗଡ ବ୍ଲକ ପ୍ରଶାସନ ପକ୍ଷରୁ ବିକଶିତ ଗାଁ ବିକଶିତ ଓଡିଶା କାର୍ଯ୍ଯକ୍ରମ ଅନୁଷ୍ଠିତ ହୋଇଥିଲା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଉକ୍ତ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲା ବେଳେ ଏଲଇଡି ମାଧ୍ୟମରେ ଏହାର ସିଧା ପ୍ରସାରଣ କରାଯାଇଥିଲା । ଓଡିଶା ସରକାରଙ୍କ ପଞ୍ଚାୟତରାଜ ଓ ପାନୀୟ ଜଳ ବିଭାଗ ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମ ଅବସରରେ ମୌଳିକ ଭିତ୍ତିଭୂମି ବିକାଶ ସହ ଗ୍ରାମୀଣ ଯୋଗାଯୋଗ ବ୍ୟବସ୍ଥାର ସୁଦୃଢୀକରଣ ,

କ୍ଷୁଦ୍ର ପର୍ଯ୍ଯଟନସ୍ଥଳୀର ବିକାଶ ଓ ଉନ୍ନତିକରଣ, ଶିକ୍ଷା ଓ କ୍ରୀଡା ଭିତ୍ତିଭୂମିର ସମ୍ପ୍ରସାରଣ ଓ ଆଧୁନିକୀକରଣ , ନୂତନ ଅଭିନବ ଜନମଙ୍ଗଳକାରୀ ବହୁମୂଖୀ ପ୍ରକଳ୍ପର ନିର୍ମାଣ ଓ କାର୍ଯ୍ୟାନ୍ବୟନ ଏବଂ ବିଶେଷ ଭାବରେ ଅନୁନ୍ନତ ଜନଜାତି ସମୁଦାୟ ବସବାସ କରୁଥିବା ଅଞ୍ଚଳରେ ଆଭ୍ୟନ୍ତରୀଣ ଓ ଆନ୍ତଃ ଗ୍ରାମ୍ଯ ସଡକ ସଂଯୋଗୀକରଣ ଆଦି ବିଷୟରେ ଆଲୋକପାତ କରାଯାଇଥିଲା ।















