• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ପୂଜା ଛୁଟି ପର୍ଯ୍ୟନ୍ତ ସ୍କୁଲ କଲେଜ ବନ୍ଦ ରହିବ, MSME, କୃଷି, ମତ୍ସ୍ୟ ଓ ପଶୁପାଳନ ଏବଂ SHG ଉପରେ ଅଧିକ ଫୋକସ୍‌ – ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
August 27, 2020
in Uncategorized, ଓଡ଼ିଶା, ଦେଶ, ବାଣିଜ୍ୟ, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ପୂଜା ଛୁଟି ପର୍ଯ୍ୟନ୍ତ ସ୍କୁଲ କଲେଜ ବନ୍ଦ ରହିବ, MSME, କୃଷି,  ମତ୍ସ୍ୟ ଓ ପଶୁପାଳନ ଏବଂ SHG ଉପରେ ଅଧିକ ଫୋକସ୍‌ – ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୨୭ ଅଗଷ୍ଟ ଗୁରୁବାର) ଭୁବନେଶ୍ୱର : – ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ କୋଭିଡ ମୁକାବିଲା ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପୂଜା ଛୁଟି ପର୍ଯ୍ୟନ୍ତ ସ୍କୁଲ କଲେଜ ବନ୍ଦ ରହିବ ଗ୍ରାମ୍ୟ ଅର୍ଥନୀତିର ପୁନଃରୁଦ୍ଧାର ପାଇଁ ଅଧିକ ଋଣ ସହାୟତା, MSME, କୃଷି, ମତ୍ସ୍ୟ ଓ ପଶୁପାଳନ ଏବଂ SHG ଉପରେ ଅଧିକ ଫୋକସ୍‌ ମହାମାରୀ ଲଢେଇରେ ଆତ୍ମସନ୍ତୋଷ ସବୁଠାରୁ ବଡ ଶତ୍ରୁ ସବୁବେଳେ ସତର୍କ ରୁହନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ବର, ୨୬.୮.୨୦ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟରେ କୋଭିଡ ପରିଚାଳନା ସଂପର୍କରେ ସମୀକ୍ଷା କରିଥିଲେ । ବର୍ତ୍ତମାନର ପରିସ୍ଥିତିରେ ଛାତ୍ରଛାତ୍ରୀ ଓ ଅଭିଭାବକ ମାନଙ୍କ ଉଦ୍‌ବେଗକୁ ଦୃଷ୍ଟିରେ ରଖି ସ୍କୁଲ କଲେଜ ପୂଜା ଛୁଟି ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ସେହିପରି ଗ୍ରାମ୍ୟ ଅର୍ଥନୀତିର ପୁନଃରୁଦ୍ଧାର ପାଇଁ ଅଧିକ ଋଣ ସହାୟତା, MSME, କୃଷି, ମତ୍ସ୍ୟ ଓ ପଶୁପାଳନ ଏବଂ SHG ଉପରେ ଅଧିକ ଫୋକସ୍‌ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। କୋଭିଡ ପରିସ୍ଥିତି ଯୋଗୁ ଅନ୍ୟ ରାଜ୍ୟରୁ ଆସିଥିବା ଭାଇଭଉଣୀମାନେ ଯେପରି ଓଡିଶାରେ ରୋଜଗାର ପାଇପାରିବେ, ସେଥିପାଇଁ ସେମାନଙ୍କୁ ଛୋଟ ଛୋଟ ବ୍ୟବସାୟ ପାଇଁ ରିହାତିରେ ଋଣ ଯୋଗାଇ ଦିଆଯିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ ।

ସେହିପରି ନିର୍ମାଣ ଶ୍ରମିକ ଯୋଜନାରେ ସେମାନଙ୍କର ଦକ୍ଷତା ନିରୂପଣ ଓ ପଞ୍ଜିକରଣ ସୁବିଧାରେ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଛେଳି, କୁକୁଡା ପାଳନ, ମତ୍ସ୍ୟ ଚାଷ ଆଦି ବିଭିନ୍ନ ଜୀବିକା କାର୍ଯ୍ୟକ୍ରମ ଲୋକଙ୍କୁ ରୋଜଗାର ଦେବାରେ ବିଶେଷ ସଫଳ ହେଉଥିବାରୁ, ଏହାକୁ ଅଧିକ ବ୍ୟାପକ କରିବା ଏବଂ ଅଧିକ ଲୋକଙ୍କୁ ଏଥିରେ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ମାସ୍କ ତିଆରିରେ ନିୟୋଜିତ ଥିବା SHGର ମା ମନେ ଯେଭଳି ଏହି ସମୟରେ ରୋଜଗାର କରିପାରିବେ, ସେଥିପାଇଁ ବିଧାୟକ ଆଞ୍ଚଳିକ ବିକାଶ ପାଣ୍ଠି ଅର୍ଥରେ SHGରୁ ମାସ୍କ କିଣାଯାଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। SHG ମାନେ ଯେପରି ସୁବିଧାରେ ଋଣ ପାଇପାରିବେ, ସେଥିପାଇଁ ଦୃଷ୍ଟି ରଖିବା ସହିତ ବ୍ୟାଙ୍କ ମାନଙ୍କ ସହିତ ଯୋଗାଯୋଗରେ ରହିବା ପାଇଁ ପରାମର୍ଶ ଦେଇଥିଲେ। ଗ୍ରାମାଞ୍ଚଳରେ ନିର୍ମାଣ କାର୍ଯ୍ୟ ବିଶେଷ କରି ଗୃହ ନିର୍ମାଣ କାମ ଉପରେ ଅଧିକ ଗୁରୁତ୍ବ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏତଦ୍‌ବ୍ୟତୀତ ଚାଷୀ ମାନଙ୍କୁ ସୁବିଧାରେ ଏବଂ ଶୀଘ୍ର କୃଷି ଋଣ ଯୋଗାଣ ଏବଂ କ୍ଷୁଦ୍ର, ମଧ୍ୟମ ଓ ଅଣୁ ଶିଳ୍ପର ପୁନରୁଦ୍ଧାରର ଆବଶ୍ୟକତାକୁ ଦୃଷ୍ଟିରେ ରଖି ସହାୟତା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

କୋଭିଡ ପରିଚାଳନା ସଂପର୍କରେ ମୁଖ୍ୟମନ୍ତ୍ରୀ କହିଥିଲେ ମହାମାରୀ ସମୟରେ ଆତ୍ମସନ୍ତୋଷ ହିଁ ସବୁଠାରୁ ବଡ ଶତ୍ରୁ । ତେଣୁ ସାଧାରଣ ଲୋକ ହୁଅନ୍ତୁ, ବା ସରକାରୀ କର୍ମଚାରୀ ସମସ୍ତେ ଏଥିପ୍ରତି ସତର୍କ ରହି କାମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ରାଜ୍ୟରେ ଅଧିକ testing କରାଯାଉଥିବା ସହିତ positivity ହାର କମିଥିବା ଏବଂ ମୃତ୍ୟୁ ହାର ମଧ୍ୟ କମି ଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ। Hotspot ଜିଲ୍ଲା ମାନଙ୍କରେ ଯେଉଁ ଅଞ୍ଚଳଭିତ୍ତିକ ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ କରାଯାଇଛି, ତାକୁ କଡାକଡ ଭାବରେ ପାଳନ କରିବା ସହିତ ଆଗାମୀ ସପ୍ତାହ ବେଳକୁ ଯେଭଳି ପରିସ୍ଥିତିରେ ଆଖିଦୃଶିଆ ଉନ୍ନତି ଆସିପାରିବ, ସେ ଦିଗରେ କାମ କରିବା ପାଇଁ ଜିଲ୍ଲା ପର୍ଯ୍ୟବେକ୍ଷକ ମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ବିଭିନ୍ନ ଆଞ୍ଚଳିକ କୋଭିଡ ଚିକିତ୍ସାଳୟ ମାନଙ୍କରେ ଆବଶ୍ୟକ ମୁତାବକ ICU ଶଯ୍ୟାର ଉପଲବ୍‌ଧତା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ। ତା ସହିତ କୋଭିଡ ନିୟମାବଳୀକୁ କଡାକଡି ଭାବରେ ପାଳନ କରି ସରକାରୀ ଅଫିସ ଗୁଡିକୁ ସଂକ୍ରମଣମୁକ୍ତ ରଖିବାକୁ ସବୁପ୍ରକାର ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। କୋଭିଡ ଯୋଦ୍ଧା ମାନଙ୍କ ଭିତରେ ସଂକ୍ରମଣ ହାର କମୁଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ ଏବଂ ମାସ୍କର ବ୍ୟବହାର, ସାମାଜିକ ଦୂରତା ବିଷୟରେ ଆହୁରି ଜନସଚେତନତା କରିବା ପାଇଁ ପରାମର୍ଶ ଦେଇଥିଲେ। ସହିଦ୍‌ କୋଭିଡ ଯୋଦ୍ଧା ମାନଙ୍କର ବ୍ୟକ୍ତିଗତ ପାଉଣା ଆସନ୍ତା ଶୁକ୍ରବାର ସୁଦ୍ଧା ତାଙ୍କ ଆତ୍ମୀୟ ମାନଙ୍କୁ ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ କଡା ନିର୍ଦ୍ଦେଶ ଦେଇଥିଲେ।

କୃଷି ମନ୍ତ୍ରୀ ଶ୍ରୀ ଅରୁଣ ସାହୁ, ସରକାରୀ ମୁଖ୍ୟ ସଚେତକ ଶ୍ରୀମତୀ ପ୍ରମିଳା ମଲ୍ଲିକ, ବିଧାୟକ ସର୍ବଶ୍ରୀ ଦେବୀ ପ୍ରସାଦ ମିଶ୍ର, ଓ ଅତନୁ ସବ୍ୟସାଚୀ ନାୟକ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରି ଗ୍ରାମ୍ୟ ଅର୍ଥନୀତି ପୁନରୁଦ୍ଧାର ପ୍ୟାକେଜ, ପ୍ଲାଜମା ସଂଗ୍ରହ ଏବଂ ଅନ୍ୟ ରାଜ୍ୟରୁ ଆସିଥିବା ଓଡିଆ ଶ୍ରମିକ ମାନଙ୍କର ପଞ୍ଜିକରଣ ସମସ୍ୟା ଆଦି ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ମୁଖ୍ୟ ଶାସନ ସଚିବ ଶ୍ରୀ ଅସିତ ତ୍ରିପାଠୀ ରାଜ୍ୟର ଅର୍ଥନୀତି ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ବିସ୍ତୃତ ଭାବରେ ଅବଗତ କରାଇଥିଲେ ଏବଂ ଜୁଲାଇ ମାସରୁ ପରିସ୍ଥିତିରେ ସୁଧାର ପରିଲକ୍ଷିତ ହେଉଛି ବୋଲି ଜଣାଇଥିଲେ। ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ୍ତ କୁମାର ମହାପାତ୍ର ତାଙ୍କ ଉପସ୍ଥାପନାରେ କୋଭିଡ ପରିସ୍ଥିତି ସଂପର୍କରେ ବିସ୍ତୃତ ସୂଚନା ଦେଇଥିଲେ। ଉପସ୍ଥାପନାରୁ ଜଣାଯାଇଛି ଯେ ରାଜ୍ୟରେ recovery rate ଗତ ସପ୍ତାହରୁ ବଢି ୭୧.୩ ପ୍ରତିଶତରେ ପହଞ୍ଚିଥିବା ବେଳେ ମୃତ୍ୟୁ ହାର ହ୍ରାସ ପାଇ ୦.୦୫ ପ୍ରତିଶତ ହୋଇଛି। ୫୪ ପ୍ରତିଶତ ସକ୍ରିୟ ସଂକ୍ରମିତ ରୋଗୀ ଗୃହ ସଂଗରୋଧରେ ରହୁଛନ୍ତି । ସେହିପରି ପୋଲିସ, ଅଗ୍ନିଶମ ଓ NDRAFର କର୍ମଚାରୀ ପ୍ଲାଜମା ଦାତା ମାନଙ୍କ ମଧ୍ୟରେ ଆଗୁଆ ରହିଛନ୍ତି । କଟକ, ବାଲେଶ୍ବର ଓ କେନ୍ଦ୍ରାପଡା ଜିଲ୍ଲା ପ୍ଲାଜମା ସଂଗ୍ରହ କ୍ଷେତ୍ରରେ ବହୁତ ଭଲ କାମ କରିଥିବା ବେଳେ ମାଲକାନଗିରି, ବୌଦ ଓ ରାୟଗଡ ଜିଲ୍ଲା ଗୃହ ସଂଗରୋଧ କ୍ଷେତ୍ରରେ ବହୁତ ଭଲ କାମ କରିଛନ୍ତି। ଆସନ୍ତା ୨୮ ତାରିଖରୁ ଭୁବନେଶ୍ବରରେ ଦ୍ବିତୀୟ ପର୍ଯ୍ୟାୟ ଏବଂ ରାଉରକେଲାରେ ପ୍ରଥମ ପର୍ଯ୍ୟାୟ ସେରୋ ସର୍ଭେ କାର୍ଯ୍ୟ ଆରମ୍ଭ କରାଯିବ ବୋଲି ସେ ସୂଚନା ଦେଇଥିଲେ। ଆସନ୍ତାକାଲି କୋରାପୁଟରେ ଆଉ ଏକ ପ୍ଲାଜମା ବ୍ୟାଙ୍କ ଖୋଲାଯିବ।

କଟକ,ଖୋର୍ଦ୍ଧା, ସୁନ୍ଦରଗଡ ଓ ରାୟଗଡା ଜିଲ୍ଲାର କୋଭିଡ ପରିସ୍ଥିତି ଓ ମୁକାବିଲା ସଂପର୍କରେ ଜିଲ୍ଲା ପର୍ଯ୍ୟବେକ୍ଷକ ଓ ମ୍ୟୁନିସପାଲ କମିଶନର ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। କଟକରେ କୋଭିଡ ମୁକାବିଲା ପାଇଁ ଯେକୌଣସି ଅତିରିକ୍ତ ସହାୟତା ଆବଶ୍ୟକ ହେଲେ ତୁରନ୍ତ ରାଜ୍ୟ ସରକାରଙ୍କୁ ଜଣାଇ ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ସେହିପରି ରାଉରକେଲାରେ କୋଭିଡ ମୁକାବିଲାରେ ନିୟୋଜିତ ବିଭିନ୍ନ ସଂସ୍ଥା ମାନଙ୍କ ମଧ୍ୟରେ ଅଧିକ ସମନ୍ବୟ ରଖି କୋଭିଡ ପରିଚାଳନା କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ବୈଠକରେ ରାଜ୍ୟରେ ବର୍ଷା ଓ ସମ୍ଭାବିତ ବନ୍ୟା ସଂପର୍କରେ ମଧ୍ୟ ଆଲୋଚନା ହୋଇଥିଲା। ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ପ୍ରଦୀପ କୁମାର ଜେନା ସୂଚନା ଦେଇ କହିଥିଲେ ଗତ ଦୁଇ ଦିନ ଭିତରେ ରାଜ୍ୟର ୯ଟି ଜିଲ୍ଲାରେ ହାରାହାରି ୧୦୦ ମିଲିମିଟର ବର୍ଷା ହୋଇଛି। ବୈତରଣୀ, ବୁଢାବଳଙ୍ଗ ଓ ସାଳନ୍ଦୀ ନଦୀରେ ଅଧିକ ପାଣି ଆସିଛି। ଆଜି ରାତି ଠାରୁ ଆସନ୍ତା କାଲି ମଧ୍ୟରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ବୈତରଣୀ, ବୁଢାବଳଙ୍ଗ ଓ ତେଲ ଆଦି ନଦୀରେ ମଧ୍ୟମ ଧରଣର ବନ୍ୟା ଆସିବାର ସମ୍ଭାବନା ରହିଛି। ଲୋକଙ୍କୁ ବନ୍ୟା ସମୟରେ ଉଦ୍ଧାର କରିବା ପାଇଁ ୧୦ଟି ODRAF team ଓ ଅଗ୍ନିଶମ ସେବା ୟୁନିଟ୍‌ ନିୟୋଜିତ ହୋଇଛନ୍ତି। ନଦୀବଂଧ ଗୁଡିକରେ patrolling କରାଯାଉଛି । ଜଳପ୍ଲାବିତ ଅଞ୍ଚଳ ଗୁଡିକରେ ଜଳ ନିଷ୍କାସନର ବ୍ୟବସ୍ଥା କରାଯାଉଛି। ମୁଖ୍ୟ ଶାସନ ସଚିବ ବିଭିନ୍ନ ବିଭାଗୀୟ ସଚିବ ମାନଙ୍କ ସହିତ ଆଲୋଚନା କରି ଆବଶ୍ୟକ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଏହି ବୈଠକରେ ମୁଖ୍ୟ ଶାସନ ସଚିବ, ପୋଲିସ ମହାନିର୍ଦ୍ଦେଶକ, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଗୃହ ବିଭାଗର ପ୍ରମୁଖ ସଚିବ ଆଦି ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ବୈଠକ ସଞ୍ଚାଳନ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

March 9, 2026
ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

March 9, 2026
ବଲାଙ୍ଗିର ରେ ଓମ୍ ଏଣ୍ଟରପ୍ରାଇଜେସ୍ ର ନୂତନ ବ୍ରାଞ୍ଚ ଉଦଘାଟିତ

ବଲାଙ୍ଗିର ରେ ଓମ୍ ଏଣ୍ଟରପ୍ରାଇଜେସ୍ ର ନୂତନ ବ୍ରାଞ୍ଚ ଉଦଘାଟିତ

March 9, 2026
AIG Hospitals Launches South India’s First ZAP-X®️ Gyroscopic Neuro-Radiosurgery Platform, Transforming Brain Tumor Treatment into a Non-Invasive Day-Care Procedure

AIG Hospitals Launches South India’s First ZAP-X®️ Gyroscopic Neuro-Radiosurgery Platform, Transforming Brain Tumor Treatment into a Non-Invasive Day-Care Procedure

March 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

March 9, 2026
ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

March 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version