• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭୁବନେଶ୍ବରର ସପ୍ତମ ବାଟାଲିୟନ ପଡିଆରେ ୭୩ତମ ସର୍ବଭାରତୀୟ ପୁଲିସ ହକି ଚାମ୍ପିଅନସିପ୍ – ୨୦୨୫ ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଯାଇଛି

Proprietor Abhimanyu Maharana by Proprietor Abhimanyu Maharana
April 8, 2025
in ଓଡ଼ିଶା, ଖେଳ, ଖୋର୍ଦ୍ଧା, ହୋମ୍
0
ଭୁବନେଶ୍ବରର ସପ୍ତମ ବାଟାଲିୟନ ପଡିଆରେ ୭୩ତମ ସର୍ବଭାରତୀୟ ପୁଲିସ ହକି ଚାମ୍ପିଅନସିପ୍ – ୨୦୨୫ ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଯାଇଛି
Share on FacebookShare on TwitterWhatsapp

ଭୁବନେଶ୍ବରର  (ଓଡ଼ିଶା ତାଜା ନ୍ୟୁଜ୍)  :- ଭୁବନେଶ୍ବରର ସପ୍ତମ ବାଟାଲିୟନ ପଡିଆରେ ୭୩ତମ ସର୍ବଭାରତୀୟ ପୁଲିସ ହକି ଚାମ୍ପିଅନସିପ୍ – ୨୦୨୫ ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଯାଇଛି। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ଯୋଗ ଦେଇ ଭବ୍ୟ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିବା ସମସ୍ତ ପ୍ରତିଯୋଗୀ ଓ କ୍ରୀଡା ପରିଚାଳକମାନଙ୍କୁ ଖେଳୁଆଡ ମନୋଭାବ ନେଇ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିବାକୁ ପରାମର୍ଶ ଦେଇଥିଲେ।

ଏହି ଅବସରରେ ଡିଜିପି ଶ୍ରୀ ଖୁରାନିଆ ସମସ୍ତ ଅଂଶଗ୍ରହଣକାରୀ ଦଳ, ପ୍ରଶିକ୍ଷକ ଓ କ୍ରୀଡ଼ା ଅଧିକାରୀଙ୍କୁ ସ୍ୱାଗତ କରିବା ସହ ସଫଳତା କାମନା କରିଥିଲେ। ଏହି ଅବସରରେ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଖୁରାନିଆ ଓଡିଶା ପୋଲିସକୁ ଏହି ଗୁରୁଦାୟିତ୍ଵ ପ୍ରଦାନ କରିଥିବାରୁ ସର୍ବ ଭାରତୀୟ ପୋଲିସ କ୍ରୀଡା ନିୟନ୍ତ୍ରଣ ବୋର୍ଡକୁ କୃତଜ୍ଞତା ଜଣାଇଥିଲେ। ଏହି ସର୍ବଭାରତୀୟ କ୍ରୀଡ଼ା ପ୍ରତିଯୋଗିତା ଆୟୋଜନରେ ରାଜ୍ୟ ସରକାରଙ୍କ କ୍ରୀଡ଼ା ଓ ଯୁବ ସେବା ବିଭାଗ ସହଯୋଗ ପ୍ରଦାନ କରିଥିବାରୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ।

ଚଳିତ ପ୍ରତିଯୋଗିତାରେ ଖେଳାଳୀ ମାନେ ସେମାନଙ୍କ ଶ୍ରେଷ୍ଠ କ୍ରୀଡ଼ା କୌଶଳ ପ୍ରଦର୍ଶନ କରିବେ ବୋଲି ଶ୍ରୀ ଖୁରାନିଆ ଆଶା ବ୍ୟକ୍ତ କରିଛନ୍ତି । କିଛି ଦିନ ତଳେ ଓଡ଼ିଶା ପୋଲିସର କ୍ରୀଡାବିତମାନେ ସର୍ବ ଭାରତୀୟ ପୋଲିସ ଜଳ କ୍ରୀଡା, ବନ୍ଧୁକ ଚାଳନା, ଫୁଟବଲ, ହକି ଆଦି ଖେଳରେ ପଦକ ହାସଲ କରି ଗୌରବ ବଢାଇଛନ୍ତି । ଆଗାମୀ ଦିନରେ ଓଡ଼ିଶା ପୋଲିସର କ୍ରୀଡାବିତ ମାନେ ରାଜ୍ୟ ପୋଲିସ ପାଇଁ ଆହୁରି ସୁନାମ ଆଣିବେ ବୋଲି ଡିଜିପି ଆଶାବ୍ୟକ୍ତ କରିଛନ୍ତି ।

ଭାରତୀୟ ହକିର ପୀଠ ଭାବେ ପରିଚିତ ସୁନ୍ଦରଗଡ଼ ଜିଲ୍ଲାର ଉଲ୍ଲେଖନୀୟ ପରମ୍ପରା ସମ୍ପର୍କରେ ଡିଜିପି ଉଲ୍ଲେଖ କରିବା ସହ ପଦ୍ମଶ୍ରୀ ଦିଲୀପ ତିର୍କୀ, ଲାଜରସ୍ ବାର୍ଲା, ପ୍ରବୋଧ ତିର୍କୀ, ବୀରେନ୍ଦ୍ର ଲାକ୍ରା ଏବଂ ଲିଲିମା ମିଞ୍ଜଙ୍କ ଭଳି ଅନେକ କିମ୍ବଦନ୍ତୀ ଖେଳାଳି ଅନ୍ତର୍ଜାତୀୟ ସ୍ତରରେ ଉଭୟ ଓଡ଼ିଶା ଓ ଭାରତର ପ୍ରତିନିଧିତ୍ୱ କରି ଦେଶ ପାଇଁ ଗୌରବ ଆଣିଛନ୍ତି ବୋଲି ମତବ୍ୟକ୍ତ କରିଥିଲେ।

ସମାରୋହର ପ୍ରାରମ୍ଭରେ ଆଇଜି (ପ୍ରଶିକ୍ଷଣ) ତଥା ଆୟୋଜକ କମିଟିର ସମ୍ପାଦକ ଅନୁପ କୁମାର ସାହୁ ପ୍ରାରମ୍ଭିକ ଅଭିଭାଷଣ ଦେଇ କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ । ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ମୁଖ୍ୟାଳୟ) ତଥା ଆୟୋଜକ କମିଟିର ଉପାଧ୍ୟକ୍ଷ ଶ୍ରୀ ଦୟାଲ ଗଙ୍ଗୱାର ସ୍ୱାଗତ ଭାଷଣ ଦେଇଥିଲେ ।  ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ସଶସ୍ତ୍ର )ତଥା କମିଟିର ଉପସଭାପତି ରାଜେଶ କୁମାର ଧନ୍ୟବାଦ ଅର୍ପଣ କରିଥିଲେ ।

୨୦୨୫ ଏପ୍ରିଲ ୭ରୁ ଏପ୍ରିଲ ୧୫ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଏହି ପ୍ରତିଯୋଗିତା ଅନୁଷ୍ଠିତ ହେବ। ଲିଗ୍ କମ୍ ନକଆଉଟ୍ ଫର୍ମାଟରେ ଖେଳାଯିବାକୁ ଥିବା ଏହି ଟୁର୍ଣ୍ଣାମେଣ୍ଟରେ ବିଭିନ୍ନ ରାଜ୍ୟ ପୁଲିସ ଓ କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ବାହିନୀର ଦଳ ଅଂଶଗ୍ରହଣ କରୁଛନ୍ତି । 26 ଟି ପୁରୁଷ ଓ ୯ ଟି ମହିଳା ଦଳ ଏହି ଚାମ୍ପିଅନସିପରେ ଭାଗ ନେଉଛନ୍ତି ।

ଡିଜିପି ସମସ୍ତ ଆୟୋଜକ ସଦସ୍ୟଙ୍କୁ ଆତିଥ୍ୟ, ଅନୁସଙ୍ଗିକ ସୁବିଧା ଏବଂ ମ୍ୟାଚ୍ ପରିଚାଳନା ସମ୍ବନ୍ଧୀୟ ତ୍ରୁଟିମୁକ୍ତ ବ୍ୟବସ୍ଥା ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦେବା ସହ ରାଜ୍ୟର ଗୌରବକୁ ପ୍ରତିନିଧିତ୍ୱ କରିବାରେ ଉଚ୍ଚ ମାନଦଣ୍ଡ ବଜାୟ ରଖିବାକୁ ଓଡ଼ିଶା ପୁଲିସକୁ ଅନୁରୋଧ କରିଛନ୍ତି । ଏହି ଉଦଘାଟନି ସମାରୋହରେ ଅବସରପ୍ରାପ୍ତ ପୋଲିସ ଅଧିକାରୀ, ବରିଷ୍ଠ ପୋଲିସ ଅଧିକାରୀ, ସମସ୍ତ ଟିମର ଅଧିନାୟକ, ଖେଳାଳି ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

April 28, 2026
ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

April 27, 2026
ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

April 27, 2026
ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

April 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

April 28, 2026
ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

April 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version