No Result
View All Result
ବାଙ୍କୀ (ଓଡ଼ିଶା ତାଜା ନ୍ୟୁଜ୍ ) :- ବାଙ୍କୀ ସ୍ୱୟଂଶାସିତ ମହାବିଦ୍ୟାଳୟର ସମାଜବିଜ୍ଞାନ ବିଭାଗ ଆନୁକୁଲ୍ୟରେ + ୩ ଶେଷ ବର୍ଷ ଛାତ୍ରଛାତ୍ରୀମାନଙ୍କୁ କଲେଜ ଦୃଶ୍ୟଶ୍ରାବ ଗୃହ ଠାରେ ବିଦାୟକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ବିଭାଗୀୟ ମୁଖ୍ୟ ଅଧ୍ୟାପିକା ଚିନ୍ମୟୀ ମିଶ୍ର ସଭାପତିତ୍ୱ କରିବା ସହିତ ଅତିଥିମାନଙ୍କର ପରିଚୟ ପ୍ରଦାନ କରିଥିଲେ । ମୁଖ୍ୟଅତିଥି ଭାବେ ଅଧ୍ୟକ୍ଷ ଡକ୍ଟର ନିରଞ୍ଜନ ମହାନ୍ତି ଯୋଗଦାନ କରି ବିଦାୟ ନେଉଥିବା ଛାତ୍ରଛାତ୍ରୀମାନଙ୍କୁ ଆଶୀର୍ବାଦ ପ୍ରଦାନ କରିଥିଲେ ।
ମୁଖ୍ୟବକ୍ତା ଭାବେ ପୂର୍ବତନ ଉପାଧ୍ୟକ୍ଷ ପ୍ରାଧ୍ୟାପକ ମନୋଜ କୁମାର ମହାପାତ୍ର ଯୋଗଦାନ କରି ଛାତ୍ରଛାତ୍ରୀମାନେ ଭଲ ପାଠ ପଢ଼ିବା ସହିତ ଭଲ ମଣିଷ ହୋଇ ସମାଜରେ ପ୍ରତିଷ୍ଠିତ ହେବାପାଇଁ ପରାମର୍ଶ ଦେଇଥିଲେ । ସମ୍ମାନିତ ଅତିଥି ଭାବେ ପ୍ରଶାସନିକ ଅଧିକାରୀ ଡକ୍ଟର ଶୈଳେନ୍ଦ୍ର ଚନ୍ଦ୍ର ଦେଓ, ଅଧ୍ୟାପିକା ଯୁଗନଜ୍ୟୋସ୍ନା ଓ ଅଧ୍ୟାପିକା ରୋଜାଲିନ୍ ମହାନ୍ତି ଯୋଗଦାନ କରି ଛାତ୍ରଛାତ୍ରୀମାନେ ଆମ ବିଭାଗର ସଂପଦ ଭାବେ ବର୍ଣ୍ଣନା କରିଥିଲେ । ପରେ ବିଦାୟ ନେଉଥିବା ଛାତ୍ରଛାତ୍ରୀମାନଙ୍କୁ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀମାନେ ପୁଷ୍ପଗୁଚ୍ଛ ଓ ଉପଢ଼ୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ । ଶେଷରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।
No Result
View All Result