• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୂର୍ବତନ ବିଧାୟକ ବଂଶୀଧର ସାହୁଙ୍କ ସ୍ମୃତିରେ ୩୨ତମ ବିଷୁବ ମିଳନ ଓ ରାଜ୍ୟ ସ୍ତରୀୟ କବିତା ପାଠୋତ୍ସବ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
April 14, 2025
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ପୂର୍ବତନ ବିଧାୟକ ବଂଶୀଧର ସାହୁଙ୍କ ସ୍ମୃତିରେ ୩୨ତମ ବିଷୁବ ମିଳନ ଓ ରାଜ୍ୟ ସ୍ତରୀୟ କବିତା ପାଠୋତ୍ସବ ପାଳିତ
Share on FacebookShare on TwitterWhatsapp

ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) :-  ବଂଶୀଧର ଇଣ୍ଟରନ୍ୟାସନାଲ ଫାଉଣ୍ଡେସନ ଫର ପିସ ଆଣ୍ଡ ଡେଭଲପମେଣ୍ଟ ଏବଂ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡ଼ିଶା ସରକାରଙ୍କ ମିଳିତ ଆନୁକୂଲ୍ୟରେ ବିଶିଷ୍ଟ ରାଜନେତା, ସାହିତ୍ୟିକ, ଶିକ୍ଷାବିତ୍, ନାଟ୍ୟକାର ସମାଜସେବୀ ତଥା ପୂର୍ବତନ ବିଧାୟକ ନୟାଗଡ଼ ସ୍ୱର୍ଗତ ବଂଶୀଧର ସାହୁଙ୍କ ସ୍ମୃତିରେ ପ୍ରତିବର୍ଷ ପରି ଚଳିତ ବର୍ଷ ୩୨ତମ ବିଷୁବ ମିଳନ ଓ ରାଜ୍ୟସ୍ତରୀୟ କବିତା ପାଠୋତ୍ସବ ୨୦୨୫ ବଂଶୀଧର ମହାବିଦ୍ୟାଳୟ, ଇଟାମାଟି ପରିସରରେ ପାଳିତ ହୋଇଯାଇଛି ।

ଅନୁଷ୍ଠାନର ଅଧକ୍ଷ ମନୋଜ କୁମାର ସାହୁଙ୍କ ପରିଚାଳନାରେ ଏହି ଉତ୍ସବରେ ମୁଖ୍ୟ ଅତିଥିଭାବେ ନୟାଗଡ଼ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଡ଼. ଜ୍ୟୋତି ରଞ୍ଜନ ସାମନ୍ତରାୟ, ମୁଖ୍ୟ ବକ୍ତା ଭାବେ ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟର ପ୍ରାଧ୍ୟାପକ ଡ଼. ଆଶୁତୋଷ ମିଶ୍ର, ସମ୍ମାନିତ ଅତିଥିଭାବେ ବଂଶୀଧର ମହାବିଦ୍ୟାଳୟର ଅଧକ୍ଷ ଗୋପୀନାଥ ମାର୍ଥା ନୟାଗଡ଼ ଜିଲ୍ଲା ଲେଖକ ପରିଷଦର ସମ୍ପାଦକ ଶେଖ ଅବଦୁଲ ଖାଲ୍ଲିକ, ଶିକ୍ଷାବିତ୍ ଅଶୋକ କୁମାର ମଲ୍ଲ ଯୋଗଦେଇ ବଂଶୀଧର ସାହୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ କବିତା ପାଠୋତ୍ସବକୁ ଅନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ।

ବଂଶୀଧର ବାବୁ ଏଭଳି ଜଣେ ବିରଳ ବ୍ୟକ୍ତିତ୍ୱ ଥିଲେ ଯିଏକି ମାତ୍ର ପାଞ୍ଚବର୍ଷ ବିଧାୟକ ହୋଇ ମଧ୍ୟ ନୟାଗଡ଼ର ଅନେକ ବିକାଶ ମୂଳକ କାର୍ଯ୍ୟ କରିବା ସହିତ ଗଳ୍ପ, କବିତା, ନାଟକ ଓ ଭ୍ରମଣ କାହାଣୀ ଆଦି ଷାଠିଏରୁ ଉର୍ଦ୍ଧ ପୁସ୍ତକ ରଚନା କରି ଓଡ଼ିଶା ବାଣୀ ଭଣ୍ଡାରକୁ ରୁଦ୍ଧିମନ୍ତ କରିଛନ୍ତି ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ । ସଭା ମୁଖ୍ୟ ଭାବେ ବଂଶୀଧର ବାବୁଙ୍କ ସହଧର୍ମିଣୀ ବିଦ୍ୟୁଲତା ସାହୁ ମଞ୍ଚାସିନ ଥିବାବେଳେ ଅନୁଷ୍ଠାନର ସମ୍ପାଦକ ଉମେଶ ଚନ୍ଦ୍ର ପଟ୍ଟନାୟକ ସଭାକାର୍ଯ୍ୟ ପରିଚାଳନା କରିଥିଲେ । କବିତା ପାଠୋତ୍ସବକୁ କବି ଗୋପୀନାଥ ସେଠୀ ଓ ଅଧ୍ୟାପିକା ନୀଳିମା ନନ୍ଦ ସଂଯୋଜନା କରିଥିଲେ।

ବ୍ୟଙ୍ଗ କଲମ ସମ୍ପାଦକ ତଥା ଅଭିନେତା ରବୀନ୍ଦ୍ର ରାଉତ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ କବୟିତ୍ରୀ ଡ଼. ସୁକାନ୍ତି ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ। ଏହା ସହ ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠା ଅର୍ଜନ କରିଥିବା ବ୍ୟକ୍ତି ବିଶେଷ ଯଥା କବୟିତ୍ରୀ କଳ୍ପଲତା ମହାପାତ୍ର (ବେଗୁନିଆପଡା, ଗଞ୍ଜାମ )ଙ୍କୁ “ବଂଶୀଧର ସାରସ୍ୱତ ସମ୍ମାନ” ବିଶିଷ୍ଟ ନାଟ୍ୟ ସଂଗଠନ ଅନିଲ କୁମାର ପାତ୍ର (ବ୍ରହ୍ମପୁର, ଗଞ୍ଜାମ )ଙ୍କୁ “ବଂଶୀଧର ନାଟ୍ୟ ସମ୍ମାନ”, ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥ,ନୟାଗଡ଼ଙ୍କୁ “ବଂଶୀଧର ପତ୍ରକାର ସମ୍ମାନ “, କବୟତ୍ରୀ ହରପ୍ରିୟା ଦ୍ୱିବେଦୀଙ୍କୁ “ବଂଶୀଧର ସାହିତ୍ୟ ସମ୍ମାନ”ରେ ସମ୍ମାନିତ କରାଯାଇଥିଲା ।

ଏହି କାର୍ଯ୍ୟକ୍ରମରେ ପରମ୍ପରା ସମ୍ପାଦକ ଡ଼. ନିର୍ମଳ ଚନ୍ଦ୍ର ସୁରଦେଓ, ଡ଼. ରଙ୍ଗନାଥ ବେହେରା,
କବି ଗୋଲକ ନାୟକ, ଗାଳ୍ପିକ ଲଳିତ ମୋହନ ମିଶ୍ର, କବୟିତ୍ରୀ ଶୁକ୍ମିଣୀ ଆନନ୍ଦ, କବି ଦେବେନ୍ଦ୍ର ପରମଗୁରୁ, ବ୍ୟଙ୍ଗ କବି ଘରବୁଡ଼ା ପ୍ରତାପ କୁମାର ସାହୁ , ଅଧ୍ୟାପକ ଦିବାକର ରାଉତ, ରୀନାବାଳା ସାହୁ, ସୁଜାତା ସାହୁ,ବରିଷ୍ଠ କିରାଣୀ ସୂର୍ଯ୍ୟ ନାରାୟଣ ପ୍ରଧାନ, ବଂଶୀବାବୁଙ୍କ ସୁପୁତ୍ର ମାନସ ରଞ୍ଜନ ସାହୁ, ମଧୁସୂଦନ ସାହୁ, ମନ୍ମଥ ସାହୁ, ଝିଅ ମୋନାଲିଶା ସାହୁ, ଏବଂ ଦୀପକ ସୁନ୍ଦରକା, ସମାଜସେବୀ ଶ୍ରୀଧର ପ୍ରଧାନ, କଣ୍ଠଶିଳ୍ପୀ ତାନସେନ ରଫି କିଶୋର ସିଂ, ପ୍ରହଲ୍ଲାଦ ସାହୁ, ଅଧିବକ୍ତା ବଂଶୀଧର ରାଉତରାୟ, ତପନ କୁମାର, ନାୟକ, କୃପାସିନ୍ଧୁ ଦାସ, ରମେଶ ଚନ୍ଦ୍ର ମହାରଣା ଏବଂ ମନୋଜ କୁମାର ନାୟକ ଯୋଗ ଦେଇଥିବା ବେଳେ ଶତାଧିକ କବି ଓ କବୟିତ୍ରୀ ସ୍ଵ ରଚିତ କବିତା ପାଠ କରିଥିଲେ। ସମସ୍ତଙ୍କୁ ବେଲ ପଣା ଓ ମଧ୍ୟାହ୍ନ ଭୋଜନ ଦ୍ୱାରା ଆପ୍ୟାୟିତ କରା ଯାଇଥିଲା ।

ରିପୋର୍ଟ-ରାମକୃଷ୍ଣ ରଥ, ନୟାଗଡ଼

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

May 7, 2026
ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

May 6, 2026
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

May 7, 2026
ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version