• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରଥଯାତ୍ରା ପ୍ରସ୍ତୁତି ବୈଠକ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
April 16, 2025
in ଓଡ଼ିଶା, ପୁରୀ, ହୋମ୍
0
ରଥଯାତ୍ରା ପ୍ରସ୍ତୁତି ବୈଠକ ଅନୁଷ୍ଠିତ
Share on FacebookShare on TwitterWhatsapp

ପୁରୀ  (ଓଡ଼ିଶା ତାଜା ନ୍ୟୁଜ୍) :- ଚଳିତ ବର୍ଷ ପୁରୀର ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଏକ ପ୍ରସ୍ତୁତି ବୈଠକ ଆଜି ଅପରାହ୍ନରେ ସର୍କିଟ ହାଉସ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇ ଯାଇଛି । ଏଥିରେ ଅଧ୍ୟକ୍ଷତା କରି ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ସମସ୍ତଙ୍କୁ ସ୍ୱାଗତ କରିବା ସହ ବିଗତ ବର୍ଷ ମାନଙ୍କ ଭଳି ଚଳିତ ବର୍ଷ ମଧ୍ୟ ସମସ୍ତଙ୍କ ସହଯୋଗ ରେ ମହାପ୍ରଭୁଙ୍କ ରଥଯାତ୍ରା କୁ ସୁନ୍ଦର ଓ ଶୃଙ୍ଖଳିତ ଭାବେ ପରିଚାଳନା କରିବାକୁ ଆହ୍ଵାନ ଦେଇଥିଲେ । ବିଭିନ୍ନ ବିଭାଗ କୁ ଯେଉଁ ଦାୟିତ୍ୱ ଦିଆଯାଉଛି ତାହାକୁ ଅଗ୍ରାଧିକାର ଭିତ୍ତିରେ ସମ୍ପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ।ଚଳିତ ବର୍ଷ କେବଳ ରଥଯାତ୍ରା ନୁହେଁ ସ୍ନାନ ପୂର୍ଣ୍ଣିମା ରେ ମଧ୍ୟ ଭିଡର ଆଶା କରାଯାଉ ଥିବାରୁ ସମସ୍ତ ବିଭାଗ ସେଥିପାଇଁ ଉପଯୁକ୍ତ ବ୍ୟବସ୍ଥା କରିବାକୁ ପରାମର୍ଶ ଦେଇଥିଲେ ।

ରଥକାଠ ସଂଗ୍ରହ, ରଥ ନିର୍ମାଣ, ରଥଖଳା ପରିଷ୍କାର, ରଥଯାତ୍ରା ନିମନ୍ତେ ବିଭିନ୍ନ ସାମଗ୍ରୀ ସଂଗ୍ରହ ଓ ଯୋଗାଣ, ରଥକପଡା ସଂଗ୍ରହ, ନୀତି ସଂପାଦନ, ରଥଟଣା, ସ୍ୱାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା, ପାନୀୟ ଜଳ ଯୋଗାଣ, ବିଦ୍ୟୁତ ଯୋଗାଣ, ପରିବହନ ବ୍ୟବସ୍ଥା, ରାସ୍ତା ଘାଟ ମରାମତି ଓ ଉନ୍ନତି କରଣ,ପାର୍କିଂ ସ୍ଥଳ ବ୍ୟବସ୍ଥା,ଶାନ୍ତି ଶୃଙ୍ଖଳା ରକ୍ଷା, ସୂଚନା ଓ ପ୍ରସାରଣ ବ୍ୟବସ୍ଥା, ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ,ସୂଚନା କେନ୍ଦ୍ର ଓ ହଜିବା ଖୋଜିବା କେନ୍ଦ୍ର ବ୍ୟବସ୍ଥା, ପଲ୍ଲିଶ୍ରୀ ମେଳା ଓ ପ୍ରଦର୍ଶନୀ ଆୟୋଜନ, ସ୍ୱେଛାସେବୀ ନିୟୋଜନ ଇତ୍ୟାଦି ସମ୍ବନ୍ଧ ରେ ବିସ୍ତୃତ ଆଲୋଚନା ହେବା ସହ ସମ୍ପୃକ୍ତ ବିଭାଗ ମାନେ କାର୍ଯ୍ୟ ତ୍ୱରାନ୍ୱିତ ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ।

ଏସ ପି ବିନୀତ ଅଗ୍ରୱାଲ ରଥଯାତ୍ରା ପାଇଁ ଆଇନଶୃଙ୍ଖଳା ରକ୍ଷା,ଟ୍ରାଫିକ ନିୟନ୍ତ୍ରଣର ବିଭିନ୍ନ ପଦକ୍ଷେପ ସମ୍ପର୍କରେ ସୂଚନା ଦେବା ସହ ସମସ୍ତ କାର୍ଯ୍ୟ ର ସଫଳତା ପାଇଁ ସମ୍ମିଳିତ ଭାବେ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ।ଅସୁରକ୍ଷିତ ବିଲ୍ଡିଂ ର ଚିହ୍ନଟ ଓ କାର୍ଯ୍ୟାନୁଷ୍ଠାନ, ଅଗ୍ନି ନିର୍ବାପକ ବ୍ୟବସ୍ଥା ର ସମୀକ୍ଷା ଇତ୍ୟାଦି କୁ ଯୁଗ୍ମ ତଦନ୍ତ ମାଧ୍ୟମରେ ତ୍ୱରାନ୍ୱିତ ପାଇଁ ପରାମର୍ଶ ଦିଆଯାଇଥିଲା। ନିତୀ ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ ରଥକାଠ ର ଆବଶ୍ୟକତା, ଉପଲବ୍ଧ କାଠର ବିବରଣୀ, ଅନ୍ୟାନ୍ୟ ସାମଗ୍ରୀ ସଂଗ୍ରହ ସମ୍ପର୍କରେ ଆଲୋଚନା କରିଥିଲେ।

ଅନ୍ୟ ମାନଙ୍କ ମଧ୍ୟରେ ଶ୍ରୀଜଗନ୍ନାଥ ମନ୍ଦିର ସୁରକ୍ଷା ମୁଖ୍ୟ ହେମନ୍ତ କୁମାର ପାଢୀ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ ଡଃ ଶରତ ଚନ୍ଦ୍ର ମହାପାତ୍ର, ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା,ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନୀଳମାଧବ ଭୋଇ,ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି, ପୌରନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା,ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଦେବବ୍ରତ ସାହୁ, ଅତିରିକ୍ତ ଏସପି ଦେବବ୍ରତ ଚକ୍ର, ବିଷ୍ଣୁ ପ୍ରସାଦ ପତି,ଉପ ଜିଲ୍ଲାପାଳ ରାଜ କିଶୋର ଜେନା, , ଡେପୁଟି କଲେକ୍ଟର ପ୍ରିୟଦର୍ଶିନୀ ମଲ୍ଲିକ,

ମନୀଷା ଷଡ଼ଙ୍ଗୀ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡା ରୂପଭାନୁ ମିଶ୍ର,ବିଭିନ୍ନ ବିଭାଗର ଅଧିକାରୀ ପ୍ରମୁଖ ଯୋଗ ଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ସୂଚନା ଯୋଗ୍ୟ ଯେ ଚଳିତ ବର୍ଷ ରଥଯାତ୍ରା ଜୁନ ୨୭ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଅକ୍ଷୟ ତୃତୀୟା ଅପ୍ରେଲ ୩୦ତାରିଖରେ, ଦେବସ୍ନାନ ପୂର୍ଣ୍ଣିମା ଜୁନ ୧୧ ତାରିଖରେ ଅନୁଷ୍ଠିତ ହେବ।ସେହିପରି ସଂଧ୍ୟା ଦର୍ଶନ ଜୁଲାଇ ୪ ତାରିଖ, ବାହୁଡା ଯାତ୍ରା ଜୁଲାଇ ୫ ତାରିଖ, ସୁନାବେଶ ଜୁଲାଇ ୬ ତାରିଖ, ଅଧରପଣା ଜୁଲାଇ ୭ ତାରିଖ ଓ ନୀଳାଦ୍ରି ବିଜେ ଜୁଲାଇ ୮ ତାରିଖ ରେ ଅନୁଷ୍ଠିତ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅବଗତ କରାଯାଇଛି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

March 12, 2026
ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

March 11, 2026
ମହିଳା ଦିବସ ଅବସରରେ ଆଫସାର ହର୍ ଓଡ଼ିଶା କାର୍ଯ୍ୟକ୍ରମ ଆୟୋଜିତ ୯ଜଣ ମହିଳା ଚେଞ୍ଜମେକର ଏବଂ ୧୨ଜଣ ହର୍ ଓଡ଼ିଶା ଏକ୍ସିଲେନ୍ସ ଆୱାର୍ଡ଼ରେ ସମ୍ମାନିତ

AAFSA’s “Her Odisha” Program on the Occasion of International Women’s Day

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

March 12, 2026
ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

March 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version