No Result
View All Result
ବାଲିପାଟଣା (ଓଡ଼ିଶା ତାଜା ନ୍ୟୁଜ୍) :- ଖୋର୍ଦ୍ଧା ଜିଲ୍ଲା ବାଲିପାଟଣା ବ୍ଲକ ଅନ୍ତର୍ଗତ ଆମଣାକୁଦ ସ୍ଥିତ ମଦର ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ ପାଳନ ମହାସମାରୋହ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ପ୍ରିତିଶ ପ୍ରହରାଜଙ୍କ ପୌରୋହିତରେ ଏହି କାର୍ଯ୍ୟକ୍ରମରେ ପୂର୍ବତନ ଅର୍ଥମନ୍ତ୍ରୀ ପଞ୍ଚାନନ କାନୁନଗୋ,ଜୟଦେବ ବିଧାୟକ ନବକିଶୋର ମଲ୍ଲିକ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ବିଜୟ ବେହେରା,
ବ୍ଲକ ଚେୟାରମେନ ହରପ୍ରିୟା ଦାସ,ଭାଇସ ଚେୟାରମେନ ରାଜଲକ୍ଷ୍ମୀ ଜେନା, ଜିଲ୍ଲା ପରିଷଦ ସଭ୍ୟ ପବିତ୍ର ପଟେଲ,ଗଙ୍ଗାଧର ମଲ୍ଲିକ,ବିଶିଷ୍ଟ ଚିକିତ୍ସକ ଡ୍ ଚିତ୍ତରଞ୍ଜନ ମିଶ୍ର ଓ କିଶୋର ଜେନା ପ୍ରମୁଖ ଯୋଗ ଦେଇଥିଲେ।ବିଦ୍ୟାଳୟରେ ଏକ ଶିକ୍ଷା ଅନୁକୂଳ ପରିବେଶ ପାଇଁ ପିତାମାତାଙ୍କ ସହିତ ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କ ଭୂମିକା ଗୁରୁତ୍ଵପୂର୍ଣ୍ଣ ଓ ସମାଜରେ ତିଷ୍ଠି ରହିବା ପାଇଁ ସମସ୍ତେ ସମସ୍ତଙ୍କୁ ସହଯୋଗ କରିବାର ଆବଶ୍ୟକତା ରହିଛି
ବୋଲି ଅତିଥିମାନେ ବକ୍ତବ୍ୟ ରଖିଥିଲେ।କାର୍ଯ୍ୟକ୍ରମରେ ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନେ ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟତ୍ରୀ,ଛାତ୍ର ଛାତ୍ରୀ ଓ ବହୁ ଅବିଭାବକ ମାନେ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।
No Result
View All Result