• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜିଲ୍ଲା ଉନ୍ନୟନ ସମନ୍ଵୟ ଓ ପର୍ଯ୍ୟଲୋଚନା କମିଟି (ଦିଶା) ବୈଠକରେ ରେଳ ପ୍ରକଳ୍ପ କାର୍ଯ୍ୟକୁ ତ୍ଵରାନିତ ଉପରେ ଗୁରୁତ୍ବ

Proprietor Abhimanyu Maharana by Proprietor Abhimanyu Maharana
April 24, 2025
in ଓଡ଼ିଶା, ମାଲକାନଗିରି, ହୋମ୍
0
ଜିଲ୍ଲା ଉନ୍ନୟନ ସମନ୍ଵୟ ଓ ପର୍ଯ୍ୟଲୋଚନା କମିଟି (ଦିଶା) ବୈଠକରେ ରେଳ ପ୍ରକଳ୍ପ କାର୍ଯ୍ୟକୁ ତ୍ଵରାନିତ ଉପରେ ଗୁରୁତ୍ବ
Share on FacebookShare on TwitterWhatsapp

ମାଲକାନଗିରି (ଓଡ଼ିଶା ତାଜା ନ୍ୟୁଜ୍) :- ବିଭିନ୍ନ ଗ୍ରାମୀଣ ଉନ୍ନୟନ କାର୍ଯ୍ୟକ୍ରମର ସମନ୍ଵୟ ଓ ପର୍ଯ୍ୟଲୋଚନା ନିମନ୍ତେ ଗଠିତ କମିଟି (ଦିଶା) ର ଏକ ବୈଠକ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷଠାରେ ନବରଙ୍ଗପୁର ଲୋକସଭା ସାଂସଦ ଈଂ ବଳଭଦ୍ର ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସମାରୀ ତାଙ୍ଗୁଲ, ଚିତ୍ରକୋଣ୍ଡା ବିଧାୟକ ମଙ୍ଗୁ ଖିଲ , ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ, ବନଖଣ୍ଡ ଅଧିକାରୀ ପ୍ରତାପ କଟ୍ଟାପଲ୍ଲୀ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ନରେଶ ଚନ୍ଦ୍ର ଶବର, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ତପନ ନାରାୟଣ ରଥ ଓ ମାଲକାନଗିରି ବିଧାୟକ ପ୍ରତିନିଧି ନିହାର ରୟ ପ୍ରମୁଖ ମଞ୍ଚାସୀନ ଥିଲେ।.

ବିଭିନ୍ନ କାର୍ଯ୍ୟର ଅଗ୍ରଗତିକୁ ନେଇ ସାଂସଦ ସମୀକ୍ଷା କରିବା ସହ ଚାଲୁଥିବା କାର୍ଯ୍ୟ ଗୁଡ଼ିକୁ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ ଶେଷ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି। ମାଲକାନଗିରି ଭଳି ଆଦିବାସୀ ଅଧ୍ୟୁଷିତ ଜିଲ୍ଲାରେ ଆତ୍ମ ନିର୍ଭର ଭାରତ ଓ ୨୦୪୭ ସୁଦ୍ଧା ବିକଶିତ ଭାରତର ସ୍ବପ୍ନକୁ ସାକାର କରିବା ପାଇଁ ଶିକ୍ଷା ଓ ସ୍ଵାସ୍ଥ୍ୟ ଭଳି ଅନେକ କ୍ଷେତ୍ରରେ କାର୍ଯ୍ୟ କରିବାର ଆବଶ୍ୟକତା ରହିଛି ବୋଲି ସାଂସଦ ଶ୍ରୀ ମାଝୀ ଗୁରୁତ୍ଵାରୋପ କରିଛନ୍ତି। ଅନ୍ତତଃ ଦୁଇ ଦିନ ବ୍ୟବଧାନରେ ମନରେଗା ଶ୍ରମିକଙ୍କୁ ମଜୁରୀ ଦେବାର ବ୍ୟବସ୍ଥା ହେଲେ ଜିଲ୍ଲାର ଦାଦନ ହାର କମିବ ବୋଲି ସେ ମତବ୍ୟକ୍ତ କରିଛନ୍ତି। ସାଂସଦ ଇଂ ମାଝୀ ରେଳ ପ୍ରକଳ୍ପ କାର୍ଯ୍ୟକୁ ତ୍ଵରାନିତ କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ବୈଠକରେ ପ୍ରତି ଘରକୁ ବିଜୁଳି ସଂଯୋଗୀକରଣ, ପାନୀୟ ଜଳ, କୃଷି, ଜଳ ସେଚନ, ପଶୁ ପାଳନ ସହ ଦୁଗ୍ଧ ଓ ମାଛ ଉତ୍ପାଦନ କ୍ଷେତ୍ରରେ ସ୍ବାବଲମ୍ବୀ ହେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଗ୍ରାମାଂଚଳର ସ୍ଵାସ୍ଥ୍ୟ ସେବା ଓ ଶିକ୍ଷା ବ୍ୟବସ୍ଥାରେ ଗୁଣାତ୍ମକ ମାନ ବୃଦ୍ଧି ନିମନ୍ତେ ବିଭାଗୀୟ ଅଧିକାରୀଙ୍କୁ କୁହାଯାଇଛି। ରେଞ୍ଜ ଅନୁସାରେ ଜିଲ୍ଲାର ଜଙ୍ଗଲ ଗୁଡ଼ିକର ସର୍ଭେ କରି ରିପୋର୍ଟ ପ୍ରଦାନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ପ୍ରଧାନମନ୍ତ୍ରୀ ଜନ କଲ୍ୟାଣ ଯୋଜନା, ପ୍ରଧାନମନ୍ତ୍ରୀ ଜୀବନ ଜ୍ୟୋତି ଯୋଜନା, ସୁକନ୍ୟା, ଲକ୍ଷପତି ଦିଦି, ଅଟଳ ପେନସନ ଓ ମୁଦ୍ରା ଯୋଜନା ବିଷୟରେ ଆଲୋଚନା କରାଯାଇ କିଭଳି ଏହା ବିଷୟରେ ସମସ୍ତେ ଅବଗତ ହୋଇ ଏହାର ଲାଭ ଉଠାଇ ପାରିବେ ସେ ନେଇ ଆଲୋଚନା କରାଯାଇଛି। ଅପହଞ୍ଚ ଗ୍ରାମ ଗୁଡିକୁ ସଡ଼କ ପଥ ମାଧ୍ୟମରେ ଯୋଡିବା ପାଇଁ ଗୁରୁତ୍ଵାରୋପ କରାଯାଇଛି ।

ସେହିପରି ନୂତନ ଶିକ୍ଷା ନୀତି ଆଧାରରେ ସମସ୍ତ ବିଦ୍ୟାଳୟରେ ଆନୁଷଙ୍ଗିକ ବ୍ୟବସ୍ଥା କରିବା ପାଇଁ କୁହାଯାଇଛି । ପ୍ରତ୍ୟେକ ଗ୍ରାମକୁ ବିଜୁଳି ସେବା କିଭଳି ଯୋଗାଇ ଦିଆଯିବ ସେଥି ନିମନ୍ତେ ନିର୍ଦ୍ଦେଶ ଦିଆଯାଇଛି। ପ୍ରତ୍ୟେକ ଗ୍ରାମରେ ମୋବାଇଲ ନେଟୱର୍କ ସେବାକୁ ସୁନିଶ୍ଚିତ କରିବା ପାଇଁ ମଧ୍ଯ ଆଲୋଚନା କରାଯାଇଥିଲା।ସାଂସଦଙ୍କ ନିର୍ଦ୍ଦେଶ ପ୍ରକାରେ ସମସ୍ତ ଉନ୍ନୟନ ମୂଳକ କାର୍ଯ୍ୟ ଓ ଯୋଜନା ଗୁଡିକ ତୃଣମୂଳ ସ୍ତରରେ ପହଞ୍ଚାଇ ନିମନ୍ତେ ସମସ୍ତ ବିଭାଗ ପଦକ୍ଷେପ ନେବେ ବୋଲି ଜିଲ୍ଲାପାଳ କହିଛନ୍ତି। ଅନ୍ୟ ମାନଙ୍କ ମଧ୍ୟରେ ଉପ ଜିଲ୍ଲାପାଳ ଦୁର୍ଯ୍ୟଧନ ଭୋଇ ଓ ଜିଲ୍ଲାର ସମସ୍ତ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ।ଶେଷରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଧନ୍ୟବାଦ ଅର୍ପଣ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Chandi Bhandar Celebrates Savitri with the Exquisite “Sangam” Collection

Chandi Bhandar Celebrates Savitri with the Exquisite “Sangam” Collection

May 4, 2026
କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

May 4, 2026
ପୁସ୍ତକ “ଶାକ୍ୟମୁନି ଗୌତମ” ଉନ୍ମୋଚିତ

ପୁସ୍ତକ “ଶାକ୍ୟମୁନି ଗୌତମ” ଉନ୍ମୋଚିତ

May 4, 2026
ଆଉ ନାହାନ୍ତି ବିଶିଷ୍ଟ ଲେଖିକା ଛାୟାପୂରବି

ଆଉ ନାହାନ୍ତି ବିଶିଷ୍ଟ ଲେଖିକା ଛାୟାପୂରବି

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Chandi Bhandar Celebrates Savitri with the Exquisite “Sangam” Collection

Chandi Bhandar Celebrates Savitri with the Exquisite “Sangam” Collection

May 4, 2026
କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version