• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ବନ୍ୟାଞ୍ଚଳ ପରିଦର୍ଶନ ପରିସ୍ଥିତିର ସମୀକ୍ଷା ; କ୍ଷତିଗ୍ରସ୍ତ ପରିବାରକୁ ୫୦ କେଜି ଚାଉଳ ଓ ୫୦୦ ଟଙ୍କା ସହାୟତା ଘୋଷଣା – ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
August 31, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ବନ୍ୟାଞ୍ଚଳ ପରିଦର୍ଶନ ପରିସ୍ଥିତିର ସମୀକ୍ଷା ; କ୍ଷତିଗ୍ରସ୍ତ ପରିବାରକୁ ୫୦ କେଜି ଚାଉଳ ଓ  ୫୦୦ ଟଙ୍କା ସହାୟତା ଘୋଷଣା – ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

ମୁଖ୍ୟମନ୍ତ୍ରୀଙ୍କ ବନ୍ୟାଞ୍ଚଳ ପରିଦର୍ଶନ ପରିସ୍ଥିତିର ସମୀକ୍ଷା, ସହାୟତା ଘୋଷଣା କ୍ଷତିଗ୍ରସ୍ତ ପରିବାରକୁ ୫୦ କେଜି ଚାଉଳ ଓ ୫୦୦ ଟଙ୍କା ଏବଂ ନିୟମାନୁଯାୟୀ ଅନ୍ୟ ସହାୟତା ,ମାସ୍କ ଓ ସାମାଜିକ ଦୂରତା ନିୟମ ପାଳନ ପାଇଁ ବନ୍ୟାଦୁର୍ଗତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ଓଡ଼ିଶା ତାଜା ନ୍ୟୁଜ୍ (୩୧ ଅଗଷ୍ଟ ସୋମବାର) ଭୁବନେଶ୍ୱର :– ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଆକାଶମାର୍ଗରୁ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଥିଲେ । ସେଠାରୁ ଫେରିବା ପରେ ଏକ ଉଚ୍ଚସ୍ତରୀୟ ବୈଠକରେ ବନ୍ୟା ପରିସ୍ଥିତି, ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସାଂପ୍ରତିକ ବନ୍ୟାରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାର ଅନେକ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଛି। ଅନେକ ଗାଁରେ ବନ୍ୟା ଜଳ ପଶି ଥିବା ବେଳେ ଅନେକ ଚାଷଜମି ଜଗମଗ୍ନ ଅବସ୍ଥାରେ ଅଛି । ଘର ଭାଙ୍ଗିବା ସହ ରାସ୍ତା ଭାଙ୍ଗିଛି ଏବଂ ଅନେକ ସ୍ଥାନରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି । ଅନେକ ଛୋଟ ବନ୍ଧ ଭାଙ୍ଗିଛି । ସରକାରୀ ଭିତ୍ତିଭୂମି ମଧ୍ୟ କ୍ଷିତିଗ୍ରସ୍ତ ହୋଇଛି । ଲୋକଙ୍କ ଏହି ବିପତ୍ତି ସମୟରେ ଓଡ୍ରାଫ, NDRF, ଅଗ୍ନିଶମ, SRC ଓ ସ୍ଥାନୀୟ ନାଉରୀଆମାନେ ସର୍ବୋପରି ସ୍ଥାନୀୟ ଲୋକମାନେ ଯେପରି ସାହସ ଓ ପ୍ରତିବଦ୍ଧତାର ସହ ଲୋକଙ୍କୁ ସେବା ଯୋଗାଉଛନ୍ତି, ମୁଖ୍ୟମନ୍ତ୍ରୀ ତାର ଉଚ୍ଚପ୍ରଶଂସା କରିଥିଲେ। ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ମାନେ, ସରକାରୀ କର୍ମଚାରୀ ଓ ପଞ୍ଚାୟତ ପ୍ରତିନିଧି ମାନେ ଦିନରାତି ଲୋକଙ୍କୁ ସେବା ଯୋଗାଇ ଚାଲିଛନ୍ତି । ଜଳସଂପଦ ବିଭାଗର ତତ୍ପରତା ଯୋଗୁଁ ଅନେକ ବନ୍ଧକୁ ରକ୍ଷା କରାଯାଇପାରିଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ । ଲୋକଙ୍କ କଷ୍ଟ ଲାଘବ ସହ କ୍ଷତି ହ୍ରାସ କରିବା ଏବଂ ରାସ୍ତା, ଯୋଗାଯୋଗ, ବିଦ୍ୟୁତ ସରବରାହ ପୁନଃ ପ୍ରତିଷ୍ଠା ଏବଂ ବନ୍ଧବାଡର ମରାମତି କ୍ଷେତ୍ରରେ ତ୍ବରିତ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଆମେ ବର୍ତ୍ତମାନ ଏକ କଠିନ ପରିସ୍ଥିତିରେ ଗତି କରୁଛୁ । ବନ୍ୟା ଓ କରୋନା ଦୁଇଟି ବିପଦକୁ ଆମେ ମୁକାବିଲା କରୁଛୁ । ଏହି ପରିପ୍ରେକ୍ଷୀରେ ସମସ୍ତେ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ନିୟମ ପାଳନ କରି କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ମୁଖ୍ୟମନ୍ତ୍ରୀ ବନ୍ୟାଦୁର୍ଗତ ମାନଙ୍କୁ ନିବେଦନ କରିଛନ୍ତି । ସମସ୍ତଙ୍କ ସହଯୋଗରେ ଏହି କଠିନ ପରିସ୍ଥିତିରୁ ଆମେ ଶୀଘ୍ର ମୁକୁଳି ପାରିବା ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଥିଲେ । ବନ୍ୟାଜନିତ ଲୋକଙ୍କ ଦୁର୍ଦ୍ଦଶା ଲାଘବ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିମ୍ନୋକ୍ତ ଜରୁରୀ ସହାୟତା ଘୋଷଣା କରିଛନ୍ତି ।

(୧) ବନ୍ୟା ଯୋଗୁଁ ସ୍ଥାନାନ୍ତରିତ ସବୁ ଲୋକଙ୍କୁ ଆଶ୍ରୟସ୍ଥଳରେ ସେମାନେ ଥିବା ପର୍ଯ୍ୟନ୍ତ ସମସ୍ତଙ୍କୁ ରନ୍ଧା ଖାଦ୍ୟ/ଶୁଖିଲା ଖାଦ୍ୟ ଯୋଗାଇ ଦିଆଯିବ।

(୨) ଗୁରୁତର ଭାବରେ କ୍ଷତିଗ୍ରସ୍ତ/ଜଳମଗ୍ନ ଗ୍ରାମର ପରିବାରବର୍ଗରୁ ୫୦ କେଜି ଚାଉଳ ଓ ୫୦୦ ଟଙ୍କା ତୁରନ୍ତ ସହାୟତା ଯୋଗାଇ ଦିଆଯିବ ।

(୩) ଘର ଭାଙ୍ଗିଥିବା ପ୍ରତି ଯୋଗ୍ୟ ପରିବାରକୁ ଗୋଟିଏ ପଲିଥିନ ସିଟ୍ ଯୋଗାଇ ଦିଆଯିବ ।

(୪) SDRF ନିୟମ ଅନୁଯୋୟୀ ଘରଭଙ୍ଗା ସହାୟତା ଦିଆଯିବ । ୧୫ ଦିନ ଭିତରେ ଜିଲ୍ଲାପାଳ ଘରଭଙ୍ଗା କ୍ଷୟକ୍ଷତି ଆକଳନ କରିବେ ଏବଂ ପରବର୍ତ୍ତୀ ଏକ ସପ୍ତାହରେ ସହାୟତା ପ୍ରଦାନ କରାଯିବ ।

(୫) SDRF ନିୟମ ଅନୁଯାୟୀ କ୍ଷତିଗ୍ରସ୍ତକୁ ଲୁଗାପଟା ଓ ବାସନକୁସନ ଦିଆଯିବ।

(୬) SDRF ନିୟମ ଅନୁଯାୟୀ ଦୁଗ୍ଧ ଚାଷୀଙ୍କୁ ଗୋଖାଦ୍ୟ ସହାୟତା ଦିଆଯିବ।

(୭) କ୍ଷତିଗ୍ରସ୍ତ ଅଞ୍ଚଳରେ ପଶୁପକ୍ଷୀଙ୍କୁ ମାଗଣାରେ ଚିକିତ୍ସା ଓ ଟୀକାକରଣ ସୁବିଧା ମିଳବ ।

(୮) କ୍ଷତିଗ୍ରସ୍ତ ଅଞ୍ଚଳରେ ମାଗଣାରେ ପଶୁ ଚିକିତ୍ସା ଶିବିର ଖୋଲାଯାଇ ପଶୁପକ୍ଷୀଙ୍କ ଚିକିତ୍ସା କରାଯିବ । ଅନ୍ୟ ସମସ୍ତ କ୍ଷତିଗ୍ରସ୍ତ ଜିଲ୍ଲାମାନଙ୍କରେ SDRF ନିୟମ ଅନୁଯାୟୀ ସହାୟତା ଯୋଗାଇ ଦିଆଯିବ। ସମୀକ୍ଷା ବୈଠକରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ କମିଶନର ଏବଂ ଜଳସଂପଦ ବିଭାଗର ପ୍ରମୁଖ ସଚିବ ବନ୍ୟା ପରିସ୍ଥିତି, ଉଦ୍ଧାର ଓ ସହାୟତା ଏବଂ ବନ୍ଧବାଡର ସୁରକ୍ଷା ପାଇଁ ନିଆଯାଇଥିବା ପଦକ୍ଷେପ ସଂପର୍କରେ ଉପସ୍ଥାପନା କରିଥିଲେ। ସମୀକ୍ଷାରୁ ଜଣାଯାଇଛି ଯେ ସାଂପ୍ରତିକ ବନ୍ୟାରେ ରାଜ୍ୟର ୨୦ଟି ଜିଲ୍ଲାର ୧୧୦ ବ୍ଲକ୍‌, ୩୯୯୦ଟି ଗାଁ ଏବଂ ୨୧ଟି ପୌରାଞ୍ଚଳ କ୍ଷତିଗ୍ରସ୍ତ ହୋଇଛି । ବିଭିନ୍ନ ସ୍ଥାନରେ ୩୬ଟି ଛୋଟ ଓ ଗୋଟିଏ ବଡ ଘାଇ ହୋଇଛି । ହୀରାକୁଦରେ ଜଳପ୍ରବାହ କମିଥିବାରୁ ପରିସ୍ଥିତିରେ ଖୁବଶୀଘ୍ର ଉନ୍ନତି ଆସିବ ବୋଲି ବୈଠକରେ ଆଶାପ୍ରକାଶ କରାଯାଇଥିଲା। ଏହି ବୈଠକରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ଶାସନ ସଚିବ ଏବଂ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବେଣ୍ଟ ଠାରୁ ମିଳିଥିବା ନର କଂକାଳର ଦୁଇ ଜଣ ହତ୍ୟାକାରୀଙ୍କୁ ପୁଲିସ ଗିରଫ କରିଛି ଓ ତାହା ଦିବ୍ୟପ୍ରକାଶ ଙ୍କର ବୋଲି ପୁଲିସ ଦୃଢତାର ସହ କହୁଛି

ବେଣ୍ଟ ଠାରୁ ମିଳିଥିବା ନର କଂକାଳର ଦୁଇ ଜଣ ହତ୍ୟାକାରୀଙ୍କୁ ପୁଲିସ ଗିରଫ କରିଛି ଓ ତାହା ଦିବ୍ୟପ୍ରକାଶ ଙ୍କର ବୋଲି ପୁଲିସ ଦୃଢତାର ସହ କହୁଛି

September 4, 2026
ରଣପୁର ଥାନା : ଯୁବକଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର – ଅଭିଯୋଗ ଆଣିଲେ ପରିବାର ଲୋକ

ରଣପୁର ଥାନା : ଯୁବକଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର – ଅଭିଯୋଗ ଆଣିଲେ ପରିବାର ଲୋକ

September 4, 2026
ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କ ୧୮ତମ ବଳିଦାନ ଦିବସ ପାଇଁ ଜାଲେଶପଟ୍ଟାରେ ପହଞ୍ଚିଲେ ବହୁ ସାଧୁସନ୍ଥ : ସମଗ୍ର ଜିଲ୍ଲା

ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କ ୧୮ତମ ବଳିଦାନ ଦିବସ ପାଇଁ ଜାଲେଶପଟ୍ଟାରେ ପହଞ୍ଚିଲେ ବହୁ ସାଧୁସନ୍ଥ : ସମଗ୍ର ଜିଲ୍ଲା

September 4, 2026
ବାଲିଗୁଡା ରେ ସ୍ୱାୟତ୍ତ ଶାସନ ଦିବସ ପାଳିତ

ବାଲିଗୁଡା ରେ ସ୍ୱାୟତ୍ତ ଶାସନ ଦିବସ ପାଳିତ

September 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବେଣ୍ଟ ଠାରୁ ମିଳିଥିବା ନର କଂକାଳର ଦୁଇ ଜଣ ହତ୍ୟାକାରୀଙ୍କୁ ପୁଲିସ ଗିରଫ କରିଛି ଓ ତାହା ଦିବ୍ୟପ୍ରକାଶ ଙ୍କର ବୋଲି ପୁଲିସ ଦୃଢତାର ସହ କହୁଛି

ବେଣ୍ଟ ଠାରୁ ମିଳିଥିବା ନର କଂକାଳର ଦୁଇ ଜଣ ହତ୍ୟାକାରୀଙ୍କୁ ପୁଲିସ ଗିରଫ କରିଛି ଓ ତାହା ଦିବ୍ୟପ୍ରକାଶ ଙ୍କର ବୋଲି ପୁଲିସ ଦୃଢତାର ସହ କହୁଛି

September 4, 2026
ରଣପୁର ଥାନା : ଯୁବକଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର – ଅଭିଯୋଗ ଆଣିଲେ ପରିବାର ଲୋକ

ରଣପୁର ଥାନା : ଯୁବକଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର – ଅଭିଯୋଗ ଆଣିଲେ ପରିବାର ଲୋକ

September 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version