• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମାଲକାନଗିରି ଜିଲ୍ଲା ସ୍ତରୀୟ ବିକାଶ ମେଳାରେ ଯୋଗ ଦେଲେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
June 16, 2025
in ଓଡ଼ିଶା, ମାଲକାନଗିରି, ହୋମ୍
0
ମାଲକାନଗିରି ଜିଲ୍ଲା ସ୍ତରୀୟ ବିକାଶ ମେଳାରେ ଯୋଗ ଦେଲେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ
Share on FacebookShare on TwitterWhatsapp

ଜନଜାତିଙ୍କ ବିକାଶରେ ଜିଲ୍ଲାର ବିକାଶ ସମ୍ଭବ : ମନ୍ତ୍ରୀ ଶ୍ରୀ ମଲ୍ଲିକ

ମାଲକାନଗିରି (ଓଡ଼ିଶା ତାଜା ନ୍ୟୁଜ୍) :- ମାଲକାନଗିରି ଜିଲ୍ଲା ଜନଜାତି ବହୁଳ ଜିଲ୍ଲା। ଜନଜାତିଙ୍କ ବିକାଶ ହେଲେ ଜିଲ୍ଲାର ବିକାଶ ହୋଇପାରିବ ବୋଲି ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ ବିକାଶ ମେଳାରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରକାଶ କରିଛନ୍ତି ମାଲକାନଗିରି ଜିଲ୍ଲା ପ୍ରଭାରୀ ତଥା ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ଏବଂ ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ । ମାତ୍ର ଏକ ବର୍ଷ ମଧ୍ୟରେ ରାଜ୍ୟ ସରକାର- କୃଷକ, ମହିଳା, ଜନଜାତି, ଯୁବଶକ୍ତି, ଛାତ୍ରଛାତ୍ରୀ, ଭିନ୍ନକ୍ଷମ, ଗରିବ ଆଦି ସବୁ ବର୍ଗ ଲୋକଙ୍କର ସର୍ବସ୍ପର୍ଶୀ ଓ ସମାବେଶୀ ଉନ୍ନତି ପାଇଁ ବିଭିନ୍ନ ଯୋଜନା ଆରମ୍ଭ କରିଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦୂରଦର୍ଶୀ ନେତୃତ୍ୱରେ ଆଜି ଆମ ରାଜ୍ୟ ସଶକ୍ତ, ସମୃଦ୍ଧ ଓ ଆତ୍ମନିର୍ଭର ହୋଇପାରିଛି ବୋଲି ମନ୍ତ୍ରୀ କହିଛନ୍ତି। ମନ୍ତ୍ରୀ ନିଜ ବିଭାଗ ବିଷୟରେ ସୂଚନା ଦେଇ କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା ଅଧୀନରେ ୨୪ ଜଣ ଗୋପାଳନ,୦୬ ଜଣ ମଇଁଷି ପାଳନ,୦୭ ଜଣ ଘାସ ଚାଷ ଉଦ୍ୟୋଗ,୬୦ ଜଣ ମାଇ ବାଛୁରୀ ପାଳନ, ୧୩୦ ଜଣ ଗାଈ ମଇଁଷି ବୀମାକରଣ, ୨,୯୮୯ ଜଣ ଆଦିମ ଜନଜାତିଙ୍କୁ ବାଡ଼ି ଅଗଣାରେ କୁକୁଡ଼ା ପାଳନ ଯୋଜନାରେ ଉପକୃତ ହୋଇଛନ୍ତି । ସେହିପରି ନବରଙ୍ଗପୁର ଲୋକସଭା ସାଂସଦ ଇଂ ବଳଭଦ୍ର ମାଝୀ କହିଛନ୍ତି ଯେ ସ୍ୱଚ୍ଛ, ଉତ୍ତରଦାୟୀ ଓ ଲୋକାଭିମୁଖୀ ଶାସନର ଏକ ବର୍ଷ ପୂରଣ ଅବସରରେ, ଜନ ସାଧାରଣଙ୍କ ଦ୍ୱାର ନିକଟରେ ବିକାଶର ବାର୍ତ୍ତା ପହଞ୍ଚାଇବା ପାଇଁ ‘ବିକାଶ ବାହନ’ ର ଶୁଭାରମ୍ଭ କରାଯାଇଛି ।

ଏହି ବିକାଶ ବାହନ ବିଭିନ୍ନ କଲ୍ୟାଣକାରୀ ଯୋଜନା ସମ୍ବନ୍ଧରେ ଗାଁ ଗାଁ ବୁଲି ଲୋକଙ୍କ ପାଖରେ ସରକାରୀ ଯୋଜନାର ସୁଫଳ ପହଞ୍ଚାଇବ । ମାଲକାନଗିରି ବିଧାୟକ ନରସିଂହ ମାଡ଼କାମୀ ଏହି ଅବସରରେ କହିଛନ୍ତି ଯେ ବିକଶିତ ଓଡ଼ିଶା ଗଠନର ମୂଳଦୁଆ ହେଉଛନ୍ତି ମହିଳା । ବିଗତ ଏକ ବର୍ଷରେ ରାଜ୍ୟ ସରକାର ମହିଳା ସଶକ୍ତିକରଣ ପାଇଁ ସୁଭଦ୍ରା ଓ ଭାରତ ସରକାରଙ୍କ ଫ୍ଲାଗସିପ କାର୍ଯ୍ୟକ୍ରମ ଲକ୍ଷ୍ୟପତି ଦିଦି ଭଳି ଅନେକ ଯୁଗାନ୍ତକାରୀ ଏବଂ ଐତିହାସିକ ଯୋଜନା କର୍ଯ୍ୟକାରୀ କରିଛନ୍ତି । ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ବିକାଶ ମେଳାର ଆଭିମୁଖ୍ୟ ସଂପର୍କରେ ଉଦବୋଧନ ଦେଇ ଏହି କାର୍ଯ୍ୟକ୍ରମରେ ସମସ୍ତଙ୍କୁ ସ୍ୱାଗତ କରିଥିଲେ । ଏଠାରେ ୨୫ ଜଣ ହିତାଧୀକାରୀ ମାନଙ୍କୁ ବିଭିନ୍ନ ବିଭାଗର ସହାୟତା ବଣ୍ଟନ କରାଯାଇଥିଲା ।

ସେହିପରି ବିକାଶ ମେଳାରେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ମାନପତ୍ର ଓ ଆର୍ଥିକ ରାଶି ପ୍ରଦାନ କରି ପୁରସ୍କୃତ କରାଯାଇଥିଲା। ପରିଶେଷରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ନରେଶ ଚନ୍ଦ୍ର ଶବର ଧନ୍ୟବାଦ ଅର୍ପଣ କରିଥିଲେ । ସଭା କାର୍ଯ୍ୟ କୁ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରମିଳା ମାଝୀ ପରିଚାଳନା କରିଥିଲେ । କାର୍ଯ୍ୟକ୍ରମ ପ୍ରାରମ୍ଭ ରେ ରାଜ୍ୟ ସଙ୍ଗୀତ ବନ୍ଦେ ଉତ୍କଳ ଜନନୀ ପରିବେଷଣ କରାଯାଇଥିଲା । ଏହି ମେଳାରେ ପ୍ରାୟ ୪ ହଜାରରୁ ଅଧିକ ମହିଳା ଯୋଗ ଦେଇଥିଲେ । ପରିଶେଷରେ ମୁଖ୍ୟ ଅତିଥି ମେଳାର ବିଭିନ୍ନ ଷ୍ଟଲ ବୁଲି ଦେଖିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବିନୋଦ ପଟେଲ ଏଚ୍, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନ, ଉପ ଜିଲ୍ଲାପାଳ ଦୁର୍ଯ୍ୟୋଧନ ଭୋଇ, ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଓ ଲୋକ ପ୍ରତିନିଧି ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Vedanta Aluminium Coal Mines Supports Tuberculosis Patients Through Nikshay Mitra Initiative in Sundargarh District

ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

July 26, 2026

ରଣପୁର ଚକାଶିଳା କ୍ଷେତ୍ରରେ ଲକ୍ଷାଧିକ ଭକ୍ତ ରୂପା ବେଶ ରେ ସଜେଇ ହେଲେ ତିନି ଠାକୁର ଶ୍ରୀଜିଉଙ୍କ ଦର୍ଶନ ପାଇ ପ୍ରବଳ ଭିଡ

ରଣପୁର ଚକାଶିଳା କ୍ଷେତ୍ରରେ ଲକ୍ଷାଧିକ ଭକ୍ତ ରୂପା ବେଶ ରେ ସଜେଇ ହେଲେ ତିନି ଠାକୁର ଶ୍ରୀଜିଉଙ୍କ ଦର୍ଶନ ପାଇ ପ୍ରବଳ ଭିଡ

July 26, 2026
ଜଙ୍ଗଲ ରାସ୍ତାରେ ଡକାୟତି ଅଭିଯୋଗ ରେ ଦୁଇ ଗିରଫ

ଜଙ୍ଗଲ ରାସ୍ତାରେ ଡକାୟତି ଅଭିଯୋଗ ରେ ଦୁଇ ଗିରଫ

July 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Vedanta Aluminium Coal Mines Supports Tuberculosis Patients Through Nikshay Mitra Initiative in Sundargarh District

ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

July 26, 2026
Vedanta Aluminium Coal Mines Supports Tuberculosis Patients Through Nikshay Mitra Initiative in Sundargarh District

Vedanta Aluminium Coal Mines Supports Tuberculosis Patients Through Nikshay Mitra Initiative in Sundargarh District

July 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version