• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରଥଯାତ୍ରା ସମୀକ୍ଷା କଲେ ଉଚ୍ଚ ସ୍ତରୀୟ ମନ୍ତ୍ରୀ କମିଟି : ଶ୍ରଦ୍ଧାଳୁ ଙ୍କ ସୁଖଦ ଓ ସୁରକ୍ଷିତ ଦର୍ଶନ ପାଇଁ ଦେଲେ ପରାମର୍ଶ

Proprietor Abhimanyu Maharana by Proprietor Abhimanyu Maharana
June 20, 2025
in ଓଡ଼ିଶା, ପୁରୀ, ହୋମ୍
0
ରଥଯାତ୍ରା ସମୀକ୍ଷା କଲେ ଉଚ୍ଚ ସ୍ତରୀୟ ମନ୍ତ୍ରୀ କମିଟି : ଶ୍ରଦ୍ଧାଳୁ ଙ୍କ ସୁଖଦ ଓ ସୁରକ୍ଷିତ ଦର୍ଶନ ପାଇଁ ଦେଲେ ପରାମର୍ଶ
Share on FacebookShare on TwitterWhatsapp

ପୁରୀ  (ଓଡ଼ିଶା ତାଜା ନ୍ୟୁଜ୍)  :- ଚଳିତ ବର୍ଷର ରଥଯାତ୍ରା ନିକଟ ହୋଇ ଆସିଲାଣି।ସମସ୍ତ କାର୍ଯ୍ୟ କୁ ଚୁଡାନ୍ତ ରୂପ ଦେବାକୁ ସରକାର, ପ୍ରଶାସନ ଓ ସେବାୟତ ପ୍ରସ୍ତୁତ ରହିଛନ୍ତି।ଚଳିତ ବର୍ଷ ସମସ୍ତ ଶ୍ରଦ୍ଧାଳୁ ଓ ଦର୍ଶନାର୍ଥୀ ଯେପରି ସୁନ୍ଦର, ସୁଖଦ ଓ ଶୃଙ୍ଖଳିତ ଦର୍ଶନ କରିବେ ସେଥି ପାଇଁ ପ୍ରତ୍ୟେକ ଉତ୍ତରଦାୟୀ ଭାବେ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଛନ୍ତି ରଥଯାତ୍ରା ପାଇଁ ଗଠିତ ଉଚ୍ଚ ସ୍ତରୀୟ ମନ୍ତ୍ରୀ କମିଟି।ଆଜି ପୂର୍ବାହ୍ନରେ ଉପ ମୁଖ୍ୟମନ୍ତ୍ରୀ ତଥା ରଥଯାତ୍ରା ଉଚ୍ଚ ସ୍ତରୀୟ ମନ୍ତ୍ରୀ କମିଟିର ଅଧ୍ୟକ୍ଷ ପ୍ରଭାତୀ ପରିଡା ପୁରୀ ସ୍ବତନ୍ତ୍ର ସର୍କିଟ ହାଉସ ଠାରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗ,

ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ପ୍ରମୁଖ ପହଞ୍ଚି ଥିଲେ।ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ସମସ୍ତଙ୍କୁ ସ୍ବାଗତ କରିବା ସହ ରଥଯାତ୍ରା ପ୍ରସ୍ତୁତି ସମ୍ପର୍କରେ ବିଷଦ ଭାବେ ଅବଗତ କରାଇଥିଲେ।ପରେ ପରେ ସମସ୍ତ ମନ୍ତ୍ରୀ ମାନଙ୍କ ସହ ଉପ ମୁଖ୍ୟମନ୍ତ୍ରୀ ରଥଖଳା ପରିଦର୍ଶନ କରି ରଥ ନିର୍ମାଣର ଅଗ୍ରଗତି ଅନୁଧ୍ୟାନ କରିଥିଲେ।ଏହା ପରେ ସିଂହ ଦ୍ଵାର ଓ ଶ୍ରୀମନ୍ଦିର ପରିଦର୍ଶନ କରିବା ସହ ଅତିଥି ମାନଙ୍କ ବସିବା ବ୍ୟବସ୍ଥା କୁ ତଦାରଖ କରିଥିଲେ।ଶ୍ରୀମନ୍ଦିର କାର୍ଯ୍ୟାଳୟ ରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା।

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ.ଅରବିନ୍ଦ ପାଢ଼ୀ ସମସ୍ତଙ୍କୁ ସ୍ବାଗତ କରି ରଥଯାତ୍ରା ନିତୀ କାନ୍ତି ସମ୍ପର୍କରେ ସୂଚନା ଦେବା ସହ ନିର୍ଦ୍ଧାରିତ ସମୟ ମଧ୍ୟରେ ନିତୀ ସମ୍ପର୍ଣ୍ଣ ପାଇଁ ସେବାୟତ ମାନଙ୍କ ସହ ଆଲୋଚନା ସମ୍ପର୍କରେ ଅବଗତ କରାଇଥିଲେ।
ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ମହାଲିଙ୍ଗ ସ୍ବାସ୍ଥ୍ୟ ବ୍ୟବସ୍ଥା ସମ୍ପର୍କରେ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡା ମହାପାତ୍ର ସ୍ବଛତା, ଡ୍ରେନ ସଫା,ଆଲୋକ ବ୍ୟବସ୍ଥା ସମ୍ପର୍କରେ ଏବଂ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀ ଜେନା ପରିବହନ ବ୍ୟବସ୍ଥା, ପାର୍କିଂ ସ୍ଥଳ,୨୦୦ ଅଟୋ ମାଧ୍ୟମରେ ମାଗଣାରେ ଯାତ୍ରୀ ପରିବହନ ବ୍ୟବସ୍ଥା ଓ ଯାତ୍ରୀ ମାନଙ୍କ ସୁବିଧା ପାଇଁ ସମସ୍ତ ବ୍ୟବସ୍ଥା ସମ୍ପର୍କରେ ସୂଚନା ଦେଇଥିଲେ।

ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ପାଢ଼ୀ ସମସ୍ତଙ୍କୁ ଖଣ୍ଡୁଆ ପାଟ ଦେଇ ସମ୍ବର୍ଦ୍ଧିତ କରିଥିଲେ।ପରେ ପରେ ଉଚ୍ଚ ସ୍ତରୀୟ ମନ୍ତ୍ରୀ କମିଟି ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚି ସ୍ବାସ୍ଥ୍ୟ ବ୍ୟବସ୍ଥା ର ଅନୁଧ୍ୟାନ କରିବା ସହ ବିଭିନ୍ନ ପରାମର୍ଶ ମାନ ଦେଇଥିଲେ।ଶେଷରେ ଗୁଣ୍ଡିଚା ମନ୍ଦିର ପରିଦର୍ଶନ କରିଥିଲେ। ଅପରାହ୍ନରେ ସର୍କିଟ ହାଉସ ଠାରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା।ଶ୍ରୀମତୀ ପରିଡା ଏଥିରେ ଅଧ୍ୟକ୍ଷତା କରିବା ସହ ସ୍ବାସ୍ଥ୍ୟ ବ୍ୟବସ୍ଥା କୁ ଅଧିକ ସୁଦୃଢ କରିବା, ସୂଚନା କେନ୍ଦ୍ର ଗୁଡିକ ସଠିକ ପରିଚାଳନା କରିବା, ଯାତ୍ରୀ ମାନଙ୍କୁ ସମସ୍ତ ସୁବିଧା ଯୋଗାଇ ଦେବା,ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସ୍ତା ମରାମତି, ସୁରକ୍ଷା ବ୍ୟବସ୍ଥା, ଶାନ୍ତି ଶୃଙ୍ଖଳା ରକ୍ଷା,

ଟ୍ରାଫିକ ନିୟନ୍ତ୍ରଣ, ଦୂରଦର୍ଶନ ମାଧ୍ୟମରେ ରଥଯାତ୍ରା ର ସିଧା ପ୍ରସାରଣ ଇତ୍ୟାଦି ସମ୍ପର୍କରେ ବିଷଦ ସମୀକ୍ଷା କରିବା ସହ କାର୍ଯ୍ୟ ତ୍ବରାନ୍ବିତ ପାଇଁ ନିର୍ଦ୍ଦେଶ ଦେଇଥିଲେ।ରଥ ନିର୍ମାଣ କାର୍ଯ୍ୟ ବେଶ ଅଗ୍ରଗତି କରିଛି ଓ ନିର୍ଦ୍ଧାରିତ ସମୟ ପୂର୍ବରୁ ସରିବାର ଆଶା ରହିଛି।ସେହିପରି ଅନ୍ୟାନ୍ୟ କାର୍ଯ୍ୟ କୁ ପ୍ରଶାସନ ତ୍ବରାନ୍ବିତ କରିଛି।ମହାପ୍ରଭୁଙ୍କ ରଥଯାତ୍ରା ମହାପ୍ରଭୁ ନିଜେ କରାନ୍ତି।ଆମେ ସମସ୍ତଙ୍କ ସହଯୋଗ ଓ ସମନ୍ୱୟ ରେ ଚଳିତ ରଥଯାତ୍ରା ଶୃଙ୍ଖଳିତ ହେବ ଓ ସମସ୍ତ ଶ୍ରଦ୍ଧାଳୁ ମାନେ ଅତିଥି ଦେବୋ ଭବର ପରମ୍ପରା ରେ ଏକ ସୁଖଦ ଅନୁଭୂତି ନେଇ ଘରକୁ ଫେରିବେ ବୋଲି ଉପ ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ।

ଏହି ସମୀକ୍ଷା ରେ ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ଦୟାଲ ଗଙ୍ଗୱ୍ବର,ଗୁଇନ୍ଦା ନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶି,ଆଇନ ବିଭାଗ ପ୍ରମୁଖ ସଚିବ ମାନସ ରଞ୍ଜନ ବାରିକ,କେନ୍ଦ୍ରାଞ୍ଚଳ ଆଇ ଜି ପ୍ରବୀଣ କୁମାର,ଆଇ ଜି ଟ୍ରେନିଂ ଅନୁପ କୁମାର ସାହୁ,ଏସ ପି ବିନୀତ ଅଗ୍ରୱାଲ, ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା, ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ ଡଃ ଶରତ ଚନ୍ଦ୍ର ମହାପାତ୍ର, ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି, ପୌର ନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା, ଉପ ଜିଲ୍ଲାପାଳ ରାଜ କିଶୋର ଜେନା ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଯୋଗ ଦେଇ ଆଲୋଚନା ରେ ଅଂଶଗ୍ରହଣ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

May 6, 2026
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

May 6, 2026
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version