• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାୟପୁର ଜଗନ୍ନାଥ ମନ୍ଦିରରେ ମହାସମାରୋହରେ ରଥଯାତ୍ରା ଆୟୋଜନ

Proprietor Abhimanyu Maharana by Proprietor Abhimanyu Maharana
June 28, 2025
in ଓଡ଼ିଶା, ଦେଶ, ମନୋରଞ୍ଜନ, ହୋମ୍
0
ରାୟପୁର ଜଗନ୍ନାଥ ମନ୍ଦିରରେ ମହାସମାରୋହରେ ରଥଯାତ୍ରା ଆୟୋଜନ
Share on FacebookShare on TwitterWhatsapp

ରାୟପୁର (ଓଡ଼ିଶା ତାଜା ନ୍ୟୁଜ୍) :- ଏଠାକାର ଗାୟତ୍ରୀ ନଗରସ୍ଥିତ ଛତିଶଗଡ଼ର ସର୍ବବୃହତ ଜଗନ୍ନାଥ ମନ୍ଦିରଠାରେ ରଥଯାତ୍ରା ଉତ୍ସବ ମହାସମାରୋହରେ ପାଳନ କରାଯାଇଛି। ମନ୍ଦିରରେ ବଢି ଭୋରରୁ ବିଶେଷ ଅଭିଷେକ, ପୂଜାର୍ଚ୍ଚନା ଏବଂ ହୋମ ଯଜ୍ଞ ଆଦି କରାଯିବା ପରେ ଦିଅଁମାନଙ୍କୁ ରକ୍ତ ଚନ୍ଦନ, କେଶର, ଗୋଚରଣ, କସ୍ତୁରୀ ଏବଂ କର୍ପୁର ଦ୍ୱାରା ସ୍ନାନ କରାଯାଇ ଗଜାମୁଗ ଭୋଗ ଅର୍ପଣ କରାଯାଇଥିଲା।ଚଳିତ ବର୍ଷ ଏଠାରେ ରାୟପୁର ଓ ଏହାର ଆଖପାଖ ଇଲାକାରୁ ଆସିଥିବା ଲକ୍ଷାଧିକ ଓଡ଼ିଆ ଓ ଅଣ ଓଡ଼ିଆ ଭକ୍ତମାନଙ୍କର ସମାଗମ ଘଟିଥିବା ଦେଖାଯାଇଥିଲା। ଭକ୍ତ ଓ ଭଗବାନଙ୍କର ମହାମିଳନର ଏହି ମହାନ ପର୍ବକୁ କେନ୍ଦ୍ରକରି ଶ୍ରଦ୍ଧାଳୁମାନଙ୍କ ମଧ୍ୟରେ ପ୍ରବଳ ଆନନ୍ଦ, ଅପୂର୍ବ ଉଲ୍ଲାସ, ଅଜସ୍ର ଉତ୍ସାହ ଓ ଅଦମ୍ୟ ଉଦ୍ଦୀପନା ପରିଲକ୍ଷିତ କରାଯାଇଥିଲା।
ଦିନ ୧୧ ଟା୪୫ ମିନିଟ ସମୟରେ ମନ୍ଦିର ସାମନାର ବଡ଼ଦାଣ୍ଡରେ ଦଣ୍ଡାୟମାନ ତିନୋଟି ରଙ୍ଗାରଙ୍ଗ ରଥ ଉପରକୁ ଠାକୁର ମାନଙ୍କର ପହଣ୍ଡି ବିଜେ ଆରମ୍ଭ କରାଯାଇଥିଲା। ପ୍ରଥମେ ପ୍ରଭୁ ସୁଦର୍ଶନ, ତାପରେ ବଡ଼ଭାଇ ବଳଭଦ୍ର ,ପରେ ପରେ ଦେବୀ ଶୁଭଦ୍ରା ଓ ସବାଶେଷରେ ଜଗତର ନାଥ ଶ୍ରୀ ଜଗନ୍ନାଥଙ୍କୁ ସାହି ରୋଷଣୀ କରାଯାଇ ରଥ ଉପରକୁ ନିଆ ଯାଇଥିଲା। ଉପସ୍ଥିତ ସେବାୟତ ଓ ଦର୍ଶକ ମାନଙ୍କ ଦ୍ୱାରା ଶଙ୍ଖ, ଘଣ୍ଟ, କର୍ତାଳ, ଝାଞ୍ଜ ଓ ମୃଦଙ୍ଗ ବାଜଣାର ଗହ ଗହ ନାଦ,ହରିବୋଲ ,ହୁଳହୁଳି ଓ ଜୟ ଜଗନ୍ନାଥ ଧ୍ୱନୀରେ ସମଗ୍ର ଗଗନ ପବନ ପ୍ରକମ୍ପିତ ହୋଇଉଠିଥିଲା। ମନ୍ଦିର ପରିଚାଳନା କମିଟି ଶ୍ରୀ ଜଗନ୍ନାଥ ମନ୍ଦିର ସେବା ସମିତିର ସଭାପତି ପୁରନ୍ଦର ମିଶ୍ର ଙ୍କର ତତ୍ୱାବଧାନରେ ସ୍ବେଚ୍ଛାସେବକମାନଙ୍କ ଦ୍ଵାରା ଶାନ୍ତି ଶୃଙ୍ଖଳା ରକ୍ଷା ଏବଂ ବ୍ୟାପକ ମାତ୍ରାରେ ପ୍ରସାଦ ବଣ୍ଟନର ବ୍ୟବସ୍ଥା କରାଯାଇଥିଲ l
ଏଠାରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଛତିଶଗଡ଼ର ରାଜ୍ୟପାଳ ରମେନ ଡେକା ରଥ ଗୁଡିକ ସାମ୍ନାରେ ଛେରାପହଁରା କାର୍ଯ୍ୟ ସମ୍ପନ୍ନ କରିଥିଲେ । ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ତାଙ୍କୁ ସହଯୋଗ କରିଥିଲେ । ଅନ୍ୟାନ୍ୟ ବିଶିଷ୍ଟ ଅତିଥିମାନଙ୍କ ମଧ୍ଯରେ ରାଜ୍ୟପାଳଙ୍କ ସହଧର୍ମିଣୀ ରାଣୀ ଡେକା କାକୋତି, ରାଜ୍ୟ ରାଜସ୍ୱ ମନ୍ତ୍ରୀ ଟଙ୍କରାମ ବର୍ମା, ପୂର୍ବତନ ମନ୍ତ୍ରୀ ତଥା ସାଂସଦ ବ୍ରିଜମୋହନ ଅଗ୍ରୱାଲ, ମୁଖ୍ୟମନ୍ତ୍ରୀଙ୍କ କନ୍ୟା ସ୍ମୃତିସାଇ, ବିଧାୟକ ଗୁରୁ ଖୁସୱନ୍ତ ସାହାବ, ଧରମ ଲାଲ କୌଶିକ, ମୋତିଲାଲ ସାହୁ ଏବଂ ରାଜ୍ୟ ନାଗରିକ ଆପୂର୍ତ୍ତୀ ନିଗମ ଅଧ୍ୟକ୍ଷ ସଞ୍ଜୟ ଶ୍ରୀବାସ୍ତବ ପ୍ରମୁଖ ଉପସ୍ଥିତ ଥିଲେ।ଅପରାହ୍ନ ୩ଟା ସମୟରେ ତିନି ରଥ ଟଣା ପ୍ରକ୍ରିୟା ଆରମ୍ଭ ହୋଇଥିଲା।ସୁନ୍ଦର ସୁଶୋଭିତ ରଥଗୁଡିକୁ ଗାୟତ୍ରୀ ନଗରରୁ ଟଣାଯାଇ ଏକ କିଲୋମିଟର ଦୂରବର୍ତ୍ତୀ ବି .ଟି. ଆଇ ମଇଦାନକୁ ନିଆଯାଇ ଶଙ୍କର ନଗର ଥାନା ରାସ୍ତା ଦେଇ ପୁଣି ମନ୍ଦିର ବେଢାକୁ ଫେରାଇ ଅଣାଯାଇଥିଲା। ରାସ୍ତାର ଦୁଇ ପାର୍ଶ୍ଵରେ ମହଜୁଦ ଥିବା ଭକ୍ତମାନେ ରଥ ଉପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କର ଦିବ୍ୟ ଦର୍ଶନ ଲାଭ କରି କୃତ କୃତ୍ୟ ଏବଂ ଭାବ ବିହ୍ଵଳ ହେଉଥିବାର ଦୃଶ୍ୟ ଅନୁପମ ଥିଲା।ସନ୍ଧ୍ୟା ୬.୩୦ମିନିଟ ସମୟରେ ଠାକୁରମାନଙ୍କୁ ତିନିରଥ ଉପରକୁ ପୁଣି ପହଣ୍ଡି କରାଯାଇ ମନ୍ଦିର ବେସମେଣ୍ଟରେ ଥିବା ମାଉସୀ ମା’ ଘରକୁ ନିଆ ଯାଇଥିଲା। ସେଠାରେ ଥିବା ସ୍ୱତନ୍ତ୍ର ସିଂହାସନରେ ଆସୀନ ହୋଇ ଚାରି ଦିଅଁ ଆସନ୍ତା ଜୁଲାଇ ୫ ତାରିଖର ବାହୁଡାଯାତ୍ରା ପର୍ଯ୍ୟନ୍ତ ସର୍ବସାଧାରଣଙ୍କୁ ଦର୍ଶନ ଦେବେ ବୋଲି ଜଣାଯାଇଛି।ସମଗ୍ର ଆୟୋଜନକୁ ସୁଚାରୁରୂପେ ସମ୍ପନ୍ନ କରିବାରେ ମନ୍ଦିର ପରିଚାଳନା କମିଟିର ସଂରକ୍ଷକ ବୃନ୍ଦ ଯଥା ସଭାପତି ପୁରନ୍ଦର ମିଶ୍ର, ସଦସ୍ୟ ମନ୍ମଥ କୁମାର ରାଉତ, ସୁବ୍ରତ ସାହୁ, ସୁବାସ ଅଗ୍ରୱାଲ, ଗୋପାଳ ଅଗ୍ରୱାଲ, ଦ୍ଵାରିକାଧୀଶ ମିଶ୍ର,ଗୁଣନିଧି ମିଶ୍ର,ଅଶୋକ ଦୁବେ, ଲଳିତ ପ୍ରଧାନ ଓ ପ୍ରକାଶ ଦାସ ପ୍ରମୁଖଙ୍କର ଭୂମିକା ଉଲ୍ଲେଖଯୋଗ୍ୟ ଥିଲା।ଚଳିତ ଥର ରଥଯାତ୍ରାର ସଫଳତା ପାଇଁ ରାୟପୁର ନଗର ଉତ୍ତର ନିର୍ବାଚନ ମଣ୍ଡଳୀର ସମସ୍ତ ଭାଜପା ନେତା, କାର୍ଯ୍ୟକର୍ତ୍ତା ଓ କର୍ପୋରେଟର ବିଶେଷ କରି ଯୁବ ଓ ମହିଳା ସମ୍ପ୍ରଦାୟ ସବୁ ପ୍ରକାର ସାହାଯ୍ୟ ସହଯୋଗ ଯୋଗାଇ ଦେଇଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

April 27, 2026
ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

April 27, 2026
ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

April 27, 2026
ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

April 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

April 27, 2026
ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

April 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version