ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) :- କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ପଞ୍ଚାୟତ ପାଟାଙ୍ଗି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ୬ ଛାତ୍ରୀଛାତ୍ର ଅସୁସ୍ଥ ଘଟଣାରେ ରାଜ୍ୟ ସରକାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ନିର୍ଦ୍ଦେଶକ୍ରମେ କନ୍ଧମାଳ ଜିଲା ଅତିରିକ୍ତ ସ୍ବାସ୍ଥ୍ୟାଧିକାରୀ ପ୍ରସନ୍ନ କୁମାର ତ୍ରିପାଠୀ ତଦନ୍ତ କରିବାକୁ ପାଟାଙ୍ଗି ବିଦ୍ୟାଳୟ ସମେତ ସିମନବାଡ଼ି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଓ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ତଦନ୍ତ କରିଛନ୍ତି ।















