No Result
View All Result
ମାଲକାନଗିରି (ଓଡ଼ିଶା ତାଜା ନ୍ୟୁଜ୍) :- ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ସୋମେଶ ଉପାଧ୍ୟାୟ ଓ ଆରକ୍ଷୀ ଅଧିକ୍ଷକ ବିନୋଦ ପାଟିଲ ଏଚ୍ ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକ ର ଶୁଣାଣି କରିଥିଲେ । ମୋଟ ୨୫ଗୋଟି ଅଭିଯୋଗର ଶୁଣାଣୀ ହୋଇଥିଲା l ସେଥି ମଧ୍ୟରୁ ୨୩ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବା ବେଳେ ୧ ଗୋଟି ସାମୁହିକ ଅଭିଯୋଗ ରହିଥିଲା । ଏଥି ମଧ୍ୟରୁ ୧ ଗୋଟି ଅଭିଯୋଗ ର ତତ୍ କ୍ଷଣାତ ସମାଧାନ କରାଯାଇଥିଲା ।
ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଜଣଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା । ଆଜି ଆସିଥିବା ଅଭିଯୋଗ ଗୁଡ଼ିକ ମଧ୍ୟରୁ ମୁଖ୍ୟତଃ ରାସ୍ତା ଘାଟ ସମସ୍ୟା, ପେନସନ, ବିଦ୍ୟୁତ୍ ସମସ୍ୟା, ଆବାସ ସମସ୍ୟା, ରାସନ୍ କାର୍ଡ ସମସ୍ୟା, ପାନୀୟ ଜଳ ସମସ୍ୟା ଆଦି ପ୍ରମୁଖ ରହିଥିଲା । ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି ରେ ଅତିରିକ୍ତ ଜିଲ୍ଲାପାଳ ସାଧାରଣ ସୋମନାଥ ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନ,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ନରେଶ ଚନ୍ଦ୍ର ଶବର, ଉପଜିଲ୍ଲାପାଳ ଦୁର୍ଯ୍ୟଧନ ଭୋଇଙ୍କ ସମେତ ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ l

No Result
View All Result