ଭାପୁର (ଓଡ଼ିଶା ତାଜା ନ୍ୟୁଜ୍) :- ନୟାଗଡ ଜିଲ୍ଲା ଭାପୁର ବ୍ଲକ ପଦ୍ମାବତୀ ଗ୍ରାମ ସ୍ଥିତ ପିଏମ୍ ଶ୍ରୀ ଗୋପୀନାଥ ଦେବ ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ବୁଧବାର ଦିନ ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ ଉତ୍ସବରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ସରୋଜ କୁମାର ସେଠୀ ସଭାପତିତ୍ବ କରିଥିଲେ। ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ବିଧାୟକ ଇଂ ଦୁଷ୍ମନ୍ତ କୁମାର ସ୍ବାଇଁ ଯୋଗ ଦେଇଥିଲେ । ସମ୍ମାନୀତ ଅତିଥି ଭାବେ ସାଂସଦଙ୍କ ବ୍ଲକ ପ୍ରତିନିଧି ତୋଫାନ କୁମାର ପ୍ରଧାନ,

୧୮ ନଂ ଜୋନ ଜିଲ୍ଲା ପରିଷଦ ଧର୍ମେନ୍ଦ୍ର କୁମାର ଧଳ, ପଞ୍ଚସଖା ଶିକ୍ଷା ସେତୁ ସଂଗଠନର ସଭାପତି ନାରାୟଣ ତ୍ରିପାଠୀ, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ସନ୍ତୋଷ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ତର୍କ, ପ୍ରବନ୍ଧ, କୁଇଜ, ଗୀତ, ଡ୍ୟାନ୍ସ, ଫ୍ୟାନ୍ସି ଆଦି କୋଡିଏଟି ପ୍ରତିଯୋଗିତାରେ ପ୍ରଥମ, ଦ୍ୱିତୀୟ, ତୃତୀୟ ହୋଇଥିବା ଛାତ୍ର ଛାତ୍ରୀ ମାନଙ୍କୁ ମଞ୍ଚାସିନ ଅତିଥି ମାନଙ୍କ ଦ୍ଵାରା ଟ୍ରଫି ସହ ମାନପତ୍ର ପ୍ରଦାନ କରି ପୁରସ୍କୃତ କରାଯାଇଥିଲା ।
ଆଜିର ସଭାକୁ ଶିକ୍ଷୟିତ୍ରୀ ସତ୍ୟଭାମା ମହାପାତ୍ର ପରିଚାଳନା କରିଥିବା ବେଳେ ଶିକ୍ଷକ ମନୋଜ କୁମାର ସାହୁ ଧନ୍ୟବାଦ ଅର୍ପଣ ପୂର୍ବକ ସଭାସାଙ୍ଗ କରିଥିଲେ. ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ, କର୍ମଚାରି ଓ ଛାତ୍ର ଛାତ୍ରୀ ମାନେ ଉପସ୍ଥିତ ଥିଲେ. ମୁଖ୍ୟ ଅତିଥି ଶ୍ରୀ ସ୍ୱାଇଁ ତାଙ୍କ ବକ୍ତବ୍ୟରେ କହିଥିଲେ ଛାତ୍ର ଛାତ୍ରୀ ମାନଙ୍କୁ ଉଚିତ ମାର୍ଗ ଦର୍ଶନରେ ଶିକ୍ଷକ ଓ ଅଭିଭାବକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ l













