• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା କଟକ-ଭୁବନେଶ୍ୱରରେ ଅଧିକ ଆମ୍ବୁଲାନସ୍‌ ମୁତୟନ, ଅଧିକ ICU Bed ସହିତ ନିୟମର କଡାକଡି ଅନୁପାଳନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ

Proprietor Abhimanyu Maharana by Proprietor Abhimanyu Maharana
September 9, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା କଟକ-ଭୁବନେଶ୍ୱରରେ ଅଧିକ ଆମ୍ବୁଲାନସ୍‌ ମୁତୟନ, ଅଧିକ ICU Bed ସହିତ ନିୟମର କଡାକଡି ଅନୁପାଳନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
Share on FacebookShare on TwitterWhatsapp

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ କୋଭିଡ ମୁକାବିଲା ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା କଟକ-ଭୁବନେଶ୍ୱରରେ ଅଧିକ ଆମ୍ବୁଲାନସ୍‌ ମୁତୟନ, ଅଧିକ ICU Bed ସହିତ ନିୟମର କଡାକଡି ଅନୁପାଳନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ ଆସନ୍ତା ସପ୍ତାହ ମଧ୍ୟରେ ପରିସ୍ଥିତିରେ ଉନ୍ନତି ଆସିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ ଭୁବନେଶ୍ୱର,

ଓଡ଼ିଶା ତାଜା ନ୍ୟୁଜ (୯ ସେପ୍ଟେମ୍ବର ବୁଧବାର) ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କୋଭିଡ ପରିଚାଳନାର ସମୀକ୍ଷା କରିଥିଲେ। ରାଜ୍ୟରେ କୋଭିଡରୁ ଆରୋଗ୍ୟ ଲାଭ କରିଥିବା ରୋଗୀଙ୍କ ସଂଖ୍ୟା ୧ ଲକ୍ଷ ଟପି ଥିବାରୁ ମୁଖ୍ୟମନ୍ତ୍ରୀ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀ ମାନଙ୍କୁ ଅଭିନନ୍ଦନ ଜଣାଇଥିଲେ । ଖୋର୍ଦ୍ଧା ଓ କଟକ ଜିଲ୍ଲାରେ ପଜିଟିଭ ସଂଖ୍ୟା ଅଧିକ ଥିବାରୁ ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ କରିବା ସହ ସଚେତନତା କାର୍ଯ୍ୟକ୍ରମ ଏବଂ କୋଭିଡ ନିୟମାବଳୀର କଡାକଡି ପାଳନ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ । ପରିସ୍ଥିତିକୁ ଦୃଷ୍ଟିରେ ରଖି କଟକ-ଭୁବନେଶ୍ବରରେ ଗୁରୁତର ରୋଗୀମାନଙ୍କ ପାଇଁ ଅଧିକ ICU ବେଡ୍‌ ବ୍ୟବସ୍ଥା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ତାସହିତ ଏହି ଦୁଇ ସହରରେ ଅଧିକ ଆମ୍ବୁଲାନ୍‌ସ ମୁତୟନ ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

ଆଗାମୀ ସପ୍ତାହରେ ଭୁବନେଶ୍ବର-କଟକରେ ପରିସ୍ଥିତିରେ ଉନ୍ନତି ଆସିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ । କୋଭିଡକୁ ନିୟନ୍ତ୍ରଣ କରିବାରେ ସାମାଜିକ ଦୂରତା, ମାସ୍କ ପିନ୍ଧିବା ଏବଂ ସର୍ବସାଧାରଣ ସ୍ଥାନରେ ଛେପ ନ ପକାଇବା ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ ଅଟେ। ସେହିପରି ଛୋଟ ଦୋକାନୀ ଓ ଉଠା ଦୋକାନୀମାନେ ମଧ୍ୟ କୋଭିଡ ନିୟମାବଳୀ ଉଲଙ୍ଘନ କରୁଥିବା ନଜରକୁ ଆସୁଥିବାରୁ ମୁଖ୍ୟମନ୍ତ୍ରୀ ଉଦ୍‌ବେଗ ପ୍ରକାଶ କରିବା ସହିତ ପୋଲିସ, ସ୍ବାସ୍ଥ୍ୟ ବିଭାଗ ଏବଂ ପୌରସଂସ୍ଥା ପରସ୍ପର ସମନ୍ବୟ ରଖି ନିୟମାବଳୀ କଡାକଡି ପାଳନ ପାଇଁ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଅନେକ ଲୋକ ନିୟମାବଳୀ ଠିକ୍‌ ଭାବରେ ପାଳନ କରୁଥିବା ବେଳେ କିଛି ଲୋକଙ୍କ ତ୍ରୁଟି ଯୋଗୁ ସଂକ୍ରମଣ ବ୍ୟାପୁଥିବାରୁ ଏହାକୁ କଦାପି ବରଦାସ୍ତ କରାଯାଇପାରିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଥିଲେ।

ଗଞ୍ଜାମ, ସୁନ୍ଦରଗଡ, ଗଜପତି ଓ କୋରାପୁଟରେ କୋଭିଡ ସ୍ଥିତିରେ ଉନ୍ନତି ଆସିଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ  ଏବଂ ବ୍ରହ୍ମପୁର ମଡେଲ ଅନୁସରଣ କରିବା ପାଇଁ କଟକ-ଭୁବନେଶ୍ବର ପୌର ପ୍ରଶାସନ ସମେତ ଯାଜପୁର, ବରଗଡ, ଖୋର୍ଦ୍ଧା ଓ କଟକ  ଜିଲ୍ଲାପାଳ ମାନଙ୍କୁ ପରାମର୍ଶ ଦେଇଥିଲେ।
ଯେଉଁ ଜିଲ୍ଲା ମାନଙ୍କରେ କୋଭିଡ ସ୍ଥିତିରେ ଉନ୍ନତି ଆସିଛି, ସେଠାରେ ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ମାନେ TMC, Covid Care Centre ଏବଂ Covid Care Home ବନ୍ଦ କରିବାପାଇଁ ନିଷ୍ପତ୍ତି ନେଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସେହିପରି ଘରୋଇ ଡାକ୍ତରଖାନାରେ କୋଭିଡ ରୋଗୀଙ୍କ ପାଇଁ ଅଧିକ ଶଯ୍ୟା ସଂରକ୍ଷିତ ରଖିବା, ଡାକ୍ତରଖାନା ଗୁଡିକରେ ଗୁଣାତ୍ମକ ସେବା ଯୋଗାଇବା ଏବଂ ଗୃହ ସଂଗରୋଧରେ ଥିବା ରୋଗୀମାନଙ୍କ ଚିକିତ୍ସା ତଦାରଖ କରିବା, ଗୋଷ୍ଠୀକୁ ସାଥିରେ ନେଇ ବିଭିନ୍ନ ଜୋନ୍ଭିତ୍ତିକ ତଦାରଖ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ବିଭିନ୍ନ ସରକାରୀ କର୍ମଚାରୀ ମାନେ ସଂକ୍ରମିତ ହେଉଥିବା ଖବରରେ ମୁଖ୍ୟମନ୍ତ୍ରୀ ଉଦ୍ବେଗ ପ୍ରକାଶ କରିବା ସହିତ ସରକାରୀ ଅଫିସରେ କୋଭିଡ ନିୟମାନବଳୀକୁ ଆହୁରି କଡାକଡି ପାଳନ କରିବାପାଇଁ ପରାମର୍ଶ ଦେଇଥିଲେ। ହଟ୍ସ୍ପଟ୍ ଜିଲ୍ଲାକୁ ଅଧିକ ଡାକ୍ତର ଏବଂ ପ୍ରଶାସନିକ ଅଧିକାରୀ ପଠାଯିବ ବୋଲି ମୁଖ୍ୟ ଶାସନ ସଚିବ ସୂଚନା ଦେଇଥିଲେ।

କୋଭିଡ ପରିଚାଳନା ସଂପର୍କରେ ସୂଚନା ଦେଇ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ କହିଥିଲେ ଯେ ବର୍ତ୍ତମାନ ରାଜ୍ୟରେ ଆରୋଗ୍ୟ ହାର ୭୭.୮ ପ୍ରତିଶତ ରହିଛି, ଯାହାକି ଜାତୀୟ ହାର ଠାରୁ ସାମାନ୍ୟ ଅଧିକ। ସେହିପରି ମୃତ୍ୟୁ ହାର ସାରା ଦେଶରେ ସର୍ବନିମ୍ନ ରହିଛି ଏବଂ ଏହା ୦.୪୩ ପ୍ରତିଶତ । ଗୁରୁତର ରୋଗୀଙ୍କ ପାଇଁ Step-down ICU ସୁବିଧା କରାଯିବ ବୋଲି ଶ୍ରୀ ମହାପାତ୍ର ସୂଚନା ଦେଇଥିଲେ। ଖୋର୍ଦ୍ଧା ଓ କଟକ ଜିଲ୍ଲାର ପର୍ଯ୍ୟବେକ୍ଷକ ଦ୍ବୟ ଏବଂ ଭୁବନେଶ୍ବର-କଟକ ମ୍ୟୁନିସପାଲ କର୍ପୋରେସନର କମିଶନର ଦ୍ବୟ କୋଭିଡ ପରିସ୍ଥିତ ସଂପର୍କରେ ବିସ୍ତୃତ ଉପସ୍ଥାପନା କରିଥିଲେ ଏବଂ ପରିସ୍ଥିତିରେ ଉନ୍ନତି ପରିଲକ୍ଷିତ ହେଉଛି ବୋଲି କହିଥିଲେ।
ଆଲୋଚନାରେ ଅନ୍ୟ ମାନଙ୍କ ମଧ୍ୟରେ ପୋଲିସ ମହାନିର୍ଦ୍ଦେଶକ, ଭୁବନେଶ୍ବର-କଟକର ପୋଲିସ କମିଶନର କୋଭିଡ ନିୟମ କଡାକଡି ପାଳନ ପାଇଁ ନିଆଯାଇଥିବା ପଦକ୍ଷେପ ସଂପର୍କରେ ସୂଚନା ଦେଇଥିଲେ। ଏହି ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ଉନ୍ନୟନ କମିଶନର, ସ୍ବତନ୍ତ୍ର ରିଲିଫ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ, ସ୍ବରାଷ୍ଟ୍ର ବିଭାଗର ପ୍ରମୁଖ ସଚିବ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ବୈଠକ ସଂଚାଳନା କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଲୋକସେବା ଭବନରେ ରାଜ୍ୟ କ୍ୟବିନେଟ ବୈଠକ ପରେ ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ବିବୃତ୍ତି 

ଲୋକସେବା ଭବନରେ ରାଜ୍ୟ କ୍ୟବିନେଟ ବୈଠକ ପରେ ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ବିବୃତ୍ତି 

July 1, 2026
ଓଡ଼ିଶା ବିଧାନ ସଭାରେ କଫିଟେବୁଲ ବୁକ୍‌ ଉନ୍ମୋଚିତ ଏବଂ ଫିଜିଓଥେରାପି ସେଣ୍ଟର ଉଦ୍‌ଘାଟିତ

ଓଡ଼ିଶା ବିଧାନ ସଭାରେ କଫିଟେବୁଲ ବୁକ୍‌ ଉନ୍ମୋଚିତ ଏବଂ ଫିଜିଓଥେରାପି ସେଣ୍ଟର ଉଦ୍‌ଘାଟିତ

July 1, 2026
ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

July 1, 2026
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

July 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଲୋକସେବା ଭବନରେ ରାଜ୍ୟ କ୍ୟବିନେଟ ବୈଠକ ପରେ ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ବିବୃତ୍ତି 

ଲୋକସେବା ଭବନରେ ରାଜ୍ୟ କ୍ୟବିନେଟ ବୈଠକ ପରେ ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ବିବୃତ୍ତି 

July 1, 2026
ଓଡ଼ିଶା ବିଧାନ ସଭାରେ କଫିଟେବୁଲ ବୁକ୍‌ ଉନ୍ମୋଚିତ ଏବଂ ଫିଜିଓଥେରାପି ସେଣ୍ଟର ଉଦ୍‌ଘାଟିତ

ଓଡ଼ିଶା ବିଧାନ ସଭାରେ କଫିଟେବୁଲ ବୁକ୍‌ ଉନ୍ମୋଚିତ ଏବଂ ଫିଜିଓଥେରାପି ସେଣ୍ଟର ଉଦ୍‌ଘାଟିତ

July 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version