• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କମଳାକାନ୍ତ ସରକାରୀ ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
August 22, 2025
in ଓଡ଼ିଶା, କଟକ, ରାଜନୀତି, ହୋମ୍
0
କମଳାକାନ୍ତ ସରକାରୀ ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ପାଳିତ
Share on FacebookShare on TwitterWhatsapp

କଟକ  (ଓଡ଼ିଶା ତାଜା ନ୍ୟୁଜ୍)  :- କଟକର‌‌ କମଳାକାନ୍ତ ସରକାରୀ ଉଚ୍ଚ ବିଦ୍ୟାଳୟ ଏକ ଜ୍ଞାନ ଦୀପସ୍ତମ୍ଭ, ୬୦ ବର୍ଷ ହେଲାଣି କଟକ ସହରରେ ଜ୍ଞାନର ଆଲୋକ ବିକିରଣ କରୁଛି । କଟକ କାଳିଆବୁଦା ସ୍ଥିତ କମଳାକାନ୍ତ ସରକାରୀ ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ସମାରୋହରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହି ବିଦ୍ୟାଳୟକୁ ଏକ ଜ୍ଞାନ ଦୀପସ୍ତମ୍ଭ, ଯାହା ୬୦ ବର୍ଷ ହେଲାଣି କଟକ ସହରରେ ଜ୍ଞାନର ଆଲୋକ ବିକିରଣ କରୁଛି ବୋଲି କହିଥିଲେ ।ଏହି ଅବସରରେ ମୁଖ୍ୟମନ୍ତ୍ରୀ କମଳାକାନ୍ତ ଉଚ୍ଚ ବିଦ୍ୟାଳୟର ଡାଇମଣ୍ଡ ଜୁବୁଲି ହଲ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ୧ କୋଟି ଟଙ୍କା ସହାୟତା ଘୋଷଣା କରିଛନ୍ତି । ଏଥିସହିତ ମୁଖ୍ୟମନ୍ତ୍ରୀ, ଏହି ବିଦ୍ୟାଳୟକୁ ଖୁବ ଶୀଘ୍ର ପିଏମ ଶ୍ରୀ ଯୋଜନାରେ ସାମିଲ କରିବା, ମିନି ଷ୍ଟାଡିଅମ ନିର୍ମାଣ, ଦୁଇ ମହଲା ବିଶିଷ୍ଟ ଅଟ୍ଟାଳିକା ନିର୍ମାଣ କରିବା ଓ ବିଦ୍ୟାଳୟର ଆନୁସଙ୍ଗିକ ଆବଶ୍ୟକତା ସବୁ ଖୁବ ଶୀଘ୍ର ପୂରଣ କରିବା ପାଇଁ ଘୋଷଣା କରିଛନ୍ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ହୀରକ ଜୟନ୍ତୀ କେବଳ ବର୍ତ୍ତମାନର ଛାତ୍ରଛାତ୍ରୀଙ୍କ ପାଇଁ ନୁହେଁ, ଏହା ପୂର୍ବତନ ଛାତ୍ରଛାତ୍ରୀମାନଙ୍କର ମିଳନ ମହୋତ୍ସବ ।ଯେଉଁମାନେ ଏହି ବିଦ୍ୟାଳୟରୁ ପଢ଼ି ସମାଜରେ ବଡ଼ ବଡ଼ ସ୍ଥାନରେ ପହଞ୍ଚିଛନ୍ତି, ସେମାନଙ୍କ ଉପଲବ୍ଧି ଏହି ବିଦ୍ୟାଳୟର ପ୍ରତିଷ୍ଠାକୁ ଆରୋହିତ କରିଛି । ଆଜି ସେମାନଙ୍କୁ ଦେଖି, ଆମେ ଅନୁଭବ କରୁଛୁ, ବିଦ୍ୟାଳୟର ସଫଳତା ହେଉଛି ଏହାର ଛାତ୍ରଛାତ୍ରୀଙ୍କର ସଫଳତା । ଆଜିର ଛାତ୍ରଛାତ୍ରୀମାନେ ହେଉଛନ୍ତି ଆଗାମୀ ଭବିଷ୍ୟତ ଏବଂ ସେମାନ ହେବେ ବିକଶିତ ଭାରତର ନିର୍ମାତା । ତେଣୁ, ଆଜିର ବିଦ୍ୟାର୍ଥୀଙ୍କୁ ସବୁ ପ୍ରକାର ସୁବିଧା ସୁଯୋଗ ପ୍ରଦାନ କରିବା ଉଚିତ । ଏହା ଯେ କୌଣସି ସରକାରଙ୍କ ମୌଳିକ ଏବଂ ନୈତିକ କର୍ତ୍ତବ୍ୟ ।ଆମ ସରକାର ଆସିବା ଦିନ ଠାରୁ ହିଁ ଶିକ୍ଷାକ୍ଷେତ୍ରରେ ସଂସ୍କାର ଆଣିବାକୁ ପ୍ରୟାସ କରୁଛନ୍ତି । ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଏହାର ଏକ ପ୍ରକୃଷ୍ଟ ଉଦାହରଣ । ରାଜ୍ୟର ପ୍ରତ୍ୟେକ ପଞ୍ଚୟତରେ ଏହି ବିଶ୍ଵସ୍ତରୀୟ ବିଦ୍ୟାଳୟ ନିର୍ମାଣ ହେବ ଏବଂ ଏହି ଦିଗରେ କାର୍ଯ୍ୟ ଆରମ୍ଭ ହୋଇ ସାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।  ୧୦୦ ବର୍ଷରୁ ଅଧିକ ପୁରୁଣା ସମସ୍ତ ବିଦ୍ୟାଳୟକୁ ସଂରକ୍ଷଣ ଏବଂ ପୁନଃନିର୍ମାଣ କରିବା ଲକ୍ଷ୍ୟ ନେଇ ଐତିହ୍ୟ ବିଦ୍ୟାଳୟ ଯୋଜନା ଲାଗୁ କରାଯାଇଛି । ‘ଆସ ସ୍କୁଲ ଯିବା’ ଅଭିଯାନ ଅଧୀନରେ ସାରା ରାଜ୍ୟରେ ୧୮ ବର୍ଷ ବୟସ ପର୍ଯ୍ୟନ୍ତ ପିଲାମାନଙ୍କର ଘରକୁ ଘର ସର୍ଭେ କରାଯାଇଛି ।ସ୍କୁଲ  ଯାଉନଥିବା ପିଲାମାନଙ୍କୁ ଚିହ୍ନଟ କରିବା, ସେମାନଙ୍କ ପାଠ ଛାଡ଼ିବାର କାରଣ ବୁଝିବା, ସ୍ୱତନ୍ତ୍ର ଆବଶ୍ୟକତା ଥିବା ପିଲାମାନଙ୍କ ସ୍ଥିତି ମୂଲ୍ୟାଙ୍କନ କରିବା, ସ୍ଥାନୀୟ ଭାଷାର ଆବଶ୍ୟକତା ନିର୍ଣ୍ଣୟ କରିବା ଏବଂ ଆଗାମୀ ପାଞ୍ଚ ବର୍ଷ ମଧ୍ୟରେ ଶିକ୍ଷା ବ୍ୟବସ୍ଥାରେ ପ୍ରବେଶ କରିବାକୁ ଆଶା କରାଯାଉଥିବା ପିଲାଙ୍କ ସଂଖ୍ୟା ଆକଳନ କରିବା ଏହି ଅଭିଯାନର ମୂଳ ଉଦ୍ଦେଶ୍ୟ ବୋଲି ‌ମୁଖ୍ୟ‌ମନ୍ତୀ‌ ପ୍ରକାଶ‌‌ କରିଥିଲେ ।‌ ବିଦ୍ୟାଳୟ ଶିକ୍ଷାର ଉନ୍ନତି ପାଇଁ କେତେ ଗୁଡିଏ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିନିଆଯାଇଛି । ଏକ ମୂଖ୍ୟ ନିଷ୍ପତ୍ତି ହେଉଛି ଯେ, ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ କରିବା ପାଇଁ ନୂତନ ଶିକ୍ଷାନୀତି ଅନୁଯାୟୀ ଅଧିକ ଶିକ୍ଷକଙ୍କର ଆବଶ୍ୟକତା ରହିଛି ।ରାଜ୍ୟରେ ବର୍ତ୍ତମାନ ୪୫, ୨୯୨ଟି ପ୍ରାଥମିକ ବିଦ୍ୟାଳୟରେ ୧, ୬୦, ୩୧୯ଟି ଶିକ୍ଷକ ପଦବୀ ରହିଛି । ନୂତନ ଶିକ୍ଷାନୀତି ଅନୁଯାୟୀ ଆଉ ୩୯, ୩୬୬ଟି ପଦବୀ ସୃଷ୍ଟି କରାଯିବ । ଏହା ସହିତ ଡିସେମ୍ବର ୨୦୨୫ ସୁଦ୍ଧା ୫,୦୬୭ଟି ଶିକ୍ଷକ ପଦବୀ ମଧ୍ୟ ଖାଲି ହେବ । ତେଣୁ ଏହି ସମସ୍ତ ପଦବୀକୁ ମିଶାଇ ଆସନ୍ତା ୩ ବର୍ଷ ମଧ୍ୟରେ ୪୪, ୪୩୩ଟି ପଦବୀ ପୂରଣ କରାଯିବ । ଏହି ଅବସରରେ , ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଓ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ନିଜ ଅଭିଭାଷଣ ରଖିଥିଲେ ।ମୁଖ୍ୟମନ୍ତ୍ରୀ ଏହି ଅବସରରେ ବିଦ୍ୟାଳୟର ସମସ୍ତ ପୁରାତନ ଶିକ୍ଷକ ମାନଙ୍କୁ ସମ୍ବର୍ଦ୍ଧିତ କରିବା ସହିତ ବିଦ୍ୟାଳୟର ହୀରକ ଜୟନ୍ତୀ ସ୍ମରଣିକା ଉନ୍ମୋଚନ କରିଥିଲେ । କାର୍ଯ୍ୟକ୍ରମରେ କଟକ ସାଂସଦ ଡକ୍ଟର ଭତ୍ତୃହରି ମହତାବ ସ୍ୱାଗତ ଭାଷଣ ଦେଇଥିବା ବେଳେ ସମାଜସେବୀ ଶ୍ରୀ ନୟନ କିଶୋର ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ କଟକ ସଦର ବିଧାୟକ ପ୍ରକାଶ ଚନ୍ଦ୍ର ସେଠୀ, କଟକ-ଚୌଦୁ।ର ବିଧାୟକ ସୌଭିକ ବିଶ୍ୱାଳ, ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ, ଶ୍ରୀମତୀ ଶୁଭଦର୍ଶିନୀ ନନ୍ଦ ପ୍ରମୁଖ ମଂଚାସୀନ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

April 27, 2026
ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

April 27, 2026
ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

April 27, 2026
ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

April 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

April 27, 2026
ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

April 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version