• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମାଟ୍ରିକ ମେଧା ସମ୍ବର୍ଦ୍ଧନା ସମାରୋହ

Proprietor Abhimanyu Maharana by Proprietor Abhimanyu Maharana
September 16, 2025
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ମାଟ୍ରିକ ମେଧା ସମ୍ବର୍ଦ୍ଧନା ସମାରୋହ
Share on FacebookShare on TwitterWhatsapp

ବୋଲଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) ନି : ପ୍ର :-  ବୋଲଗଡ଼ ସଦର ମହକୁମା ସ୍ଥିତ ଶ୍ରୀ ଶ୍ରୀ ତୃତୀୟାଦେବ ସ୍ମୃତି ପରିଷଦ ର ପ୍ରତିଷ୍ଠାତା ହରିହର ସାହୁଙ୍କର ପୃଷ୍ଠପୋଷକତାରେ ଏବଂ ବୋଲଗଡ଼ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରମୋଦ କୁମାର ସ୍ବାଇଁ ଙ୍କ ଅଧ୍ୟକ୍ଷତାରେ ,ପରିଷଦ ର ଉପସଭାପତି ପଦ୍ମଚରଣ ବେହେରା ଙ୍କ ସହଯୋଗ ରେ ଗତ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ ବ୍ଳକ ଅନ୍ତର୍ଗତ ସମସ୍ତ ଉଚ୍ଚ ବିଦ୍ୟାଳୟ ର ସର୍ବୋଚ୍ଚ ନମ୍ବର ରଖିଥିବା ଏବଂ ଏ୧ପାଇଥିବା ଛାତ୍ର ଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧନା ଉତ୍ସବ ବୋଲଗଡ଼ ବାମନ ସରକାରୀ ଉଚ୍ଚ ବିଦ୍ୟାଳୟ ସମ୍ମିଳନୀ କକ୍ଷରେ ଆଜି ଅନୁଷ୍ଠିତ ହୋଇଛି ।

ମୁଖ୍ୟ ଅତିଥି ଭାବେ ଅଖିଳ ଭାରତୀୟ ଶୈକ୍ଷିକ ମହାସଂଘ, ଓଡ଼ିଶାର ସଙ୍ଗଠନ ସମ୍ପାଦକ ଡଃ ନିରଞ୍ଜନ ମହାନ୍ତି, ମୁଖ୍ୟ ବକ୍ତା ରୂପେ ଖୋର୍ଦ୍ଧା ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ଯାଜ୍ଞସେନୀ ସାହୁ, ସମ୍ମାନିତ ଅତିଥି ଭାବେ ଖୋର୍ଦ୍ଧା, ଓଷ୍ଟା ର ସଭାପତି ଯୋଗେଶ ଚନ୍ଦ୍ର ସାମନ୍ତ ସିଂହାର,ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ କୈଳାସ ନାଥ ସ୍ୱାଇଁ, ଅବସର ପ୍ରାପ୍ତ ବ୍ୟାଙ୍କ ଶାଖା ପରିଚାଳକ ଲଲାଟେନ୍ଦୁ କେଶରୀ ସିଂହ,ବାମନ ସରକାରୀ ଉଚ୍ଚ ବିଦ୍ୟାଳୟ ର ପ୍ରଧାନଶିକ୍ଷକ ପୀତବାସ ଲେଙ୍କା,

ମାଣିବନ୍ଧ ସରକାରୀ ଉଚ୍ଚ ବିଦ୍ୟାଳୟ ର ପ୍ରଧାନଶିକ୍ଷକ ଅମର କୁମାର ବେହେରା,ଅରଖପଲ୍ଲୀ ଉଚ୍ଚ ବିଦ୍ୟାଳୟ ର ପ୍ରଧାନଶିକ୍ଷକ ଧ୍ରୁବଚରଣ ତ୍ରିପାଠୀ, ସାଗର ଗୁଆନ୍ ସରକାରୀ ଉଚ୍ଚ ବିଦ୍ୟାଳୟ ର ପ୍ରଧାନଶିକ୍ଷକ ରବିନ୍ଦ୍ର କୁମାର ବେହେରା ପ୍ରମୁଖ ଯୋଗଦାନ କରିଥିଲେ। ଗତ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ ବ୍ଳକ ଅନ୍ତର୍ଗତ ୨୮ଟି ଉଚ୍ଚ ବିଦ୍ୟାଳୟ ର ସର୍ବୋଚ୍ଚ ନମ୍ବର ରଖିଥିବା ଛାତ୍ର ଛାତ୍ରୀ ଏବଂ ଏ-୧ ଗ୍ରେଡ ରେ ଉତ୍ତୀର୍ଣ୍ଣ ହୋଇଥିବା ମୋଟ ୩୧ଜଣଛାତ୍ର ଛାତ୍ରୀ ମାନଙ୍କୁ ଟ୍ରଫି ଓ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଛି।

ମୁଖ୍ୟ ଅତିଥି ଡଃ ମହାନ୍ତି କେବଳ ପରୀକ୍ଷାରେ ଅଧିକ ନମ୍ବରପ୍ରତି ଦୃଷ୍ଟି ନ ଦେଇ ପ୍ରକୃତ ମାନବୀୟ ସହୃଦୟତାର ଗୁଣ ହାସଲ କରିବା ପାଇଁଁ କୃତି ବିଦ୍ୟାର୍ଥୀଙ୍କୁ ଉପଦେଶ ପ୍ରଦାନ କରିଥିଲେ। ସୁଶ୍ରୀ ସାହୁ ପିତା ମାତାଙ୍କ ସେବା କରିବା ସହ ଯେତେ ବଡ଼ ପଦ ପଦବୀ ରେ ଥିଲେ ମଧ୍ୟ ନିଜର ଅତୀତ ର ପାରିବାରିକ ପୃଷ୍ଠଭୂମିକୁ ନ ଭୁଲିବା ପାଇଁ ପରାମର୍ଶ ଦେଇଥିଲେ। ରବିନ୍ଦ୍ର କୁମାର ବେହେରା ପିଲାମାନେ ଏହି ଆଦ୍ୟ ଯୋୖବନ ସମୟରେ ସତର୍କତା ଅବଲମ୍ବନ କରିବା ସହିତ ଯୋଗାଭ୍ୟାସ କରି ସଫଳ ଭାବେ ଅଧ୍ୟୟନ କରି ପିତାମାତା ଙ୍କ ସ୍ୱପ୍ନ ସଫଳ କରିବା ପାଇଁଁ ଉପଦେଶ ଦେଇଥିଲେ।

ଯୋଗେଶ ଚନ୍ଦ୍ର ସାମନ୍ତ ସିଂହାର ପିଲାମାନେ ନିଜ ମଧ୍ୟରେ ଆଧ୍ୟାତ୍ମିକ ଭାବନା, ମୁନି ଋଷି ମାନଙ୍କ ବାଣୀ କୁ ଜୀବନ ରେ ପରିଣତ କରି ସକାରାତ୍ମକ ଭାବନା ମନରେ ପୋଷଣ କଲେ ଏକ ଦିବ୍ୟ ଭାରତ ବର୍ଷ ସୃଷ୍ଟି ହୋଇପାରିବ ବୋଲି ପ୍ରକାଶ କରିଥିଲେ। ଉକ୍ତ ମଞ୍ଚରେ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ତରଫରୁ ବୋଲଗଡ଼ ବ୍ଳକ ର ମୁଖ୍ୟମନ୍ତ୍ରୀଙ୍କ ପୁରସ୍କାର ରେ ସମ୍ମାନିତ ଶିକ୍ଷକ ସୁକାନ୍ତକୁମାର ଜେନା,ମାନସ ରଞ୍ଜନ ବେହେରା,ଶିକ୍ଷୟିତ୍ରୀ ସ୍ୱର୍ଣ୍ଣ ପ୍ରଭା ସେଠୀ ଙ୍କୁ ଉତ୍ତରୀୟ ଓ ପଗଡ଼ି ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରାଯାଇଥିଲା ।

ଏହି ଅବସରରେ ନିରପେକ୍ଷ ସାମ୍ବାଦିକତା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସାମ୍ବାଦିକ ପ୍ରଫୁଲ୍ଲ କୁମାର ସିଂହ, କାଶୀନାଥ ହୋତା, ଦେବବ୍ରତ ହୋତା, ପାଣ୍ଡବ ସାହୁ ଓ ନିରଞ୍ଜନ ନାୟକ ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଉକ୍ତ ଉତ୍ସବରେ ସମସ୍ତ ଉଚ୍ଚ ବିଦ୍ୟାଳୟ ର ପ୍ରଧାନଶିକ୍ଷକ ପ୍ରଧାନଶିକ୍ଷୟିତ୍ରୀ, ଛାତ୍ର ଛାତ୍ରୀ ଙ୍କ ପିତାମାତା, ସମସ୍ତ ସାଧନ କେନ୍ଦ୍ର ସଂଯୋଜକ ଏବଂ ନିମନ୍ତ୍ରିତ ଭଦ୍ରବ୍ୟକ୍ତି ଉପସ୍ଥିତ ରହିଥିଲେ । ଶିକ୍ଷକ ମନମୋହନ କହଲସି°ହ ସଂଯୋଜନା କରିଥିଲେ। ପ୍ରଧାନ ଶିକ୍ଷକ ଭିକାରୀ ପୁଷ୍ଟି ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

April 30, 2026
ଆଇପିଏଲ ବେଟିଂ ରାକେଟ ୪ ଗିରଫ ୫୭ ଲକ୍ଷ ଟଙ୍କା ଜବତ

ଆଇପିଏଲ ବେଟିଂ ରାକେଟ ୪ ଗିରଫ ୫୭ ଲକ୍ଷ ଟଙ୍କା ଜବତ

April 30, 2026
ସ୍ବଚ୍ଛ ପୁରୀ ଗର୍ବ ଆମରି ବଳଗଣ୍ଡି ଛକରେ ଅଳିଆ ପାହଡ

ସ୍ବଚ୍ଛ ପୁରୀ ଗର୍ବ ଆମରି ବଳଗଣ୍ଡି ଛକରେ ଅଳିଆ ପାହଡ

April 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

April 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version