• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜିଲ୍ଲାସ୍ତରୀୟ ଏକ୍ ପେଡ୍ ମା କେ ନାମ୍ ୨.୦’ ଅଭିଯାନ କାର୍ଯ୍ୟକ୍ରମ – ଜିଲ୍ଲାରେ ଲାଗିବ ୨ ଲକ୍ଷ ରୁ ଉର୍ଦ୍ଧ୍ବ ଚାରା

Proprietor Abhimanyu Maharana by Proprietor Abhimanyu Maharana
September 19, 2025
in ଓଡ଼ିଶା, ମାଲକାନଗିରି, ହୋମ୍
0
ଜିଲ୍ଲାସ୍ତରୀୟ ଏକ୍ ପେଡ୍ ମା କେ ନାମ୍ ୨.୦’ ଅଭିଯାନ କାର୍ଯ୍ୟକ୍ରମ – ଜିଲ୍ଲାରେ ଲାଗିବ ୨ ଲକ୍ଷ ରୁ ଉର୍ଦ୍ଧ୍ବ ଚାରା
Share on FacebookShare on TwitterWhatsapp

ମାଲକାନଗିରି (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- ଆମ ପରିବେଶର ସୁରକ୍ଷା ପାଇଁ ଗଛ ନିହାତି ଜରୁରୀ। ଏହାକୁ ଦୃଷ୍ଟିରେ ରଖି ‘ଏକ୍ ପେଡ୍ ମା’ କେ ନାମ୍ ୨.୦’ ଅଭିଯାନରେ ସେପ୍ଟେମ୍ବର ୧୭ ରେ ସାରା ରାଜ୍ୟରେ ୭୫ ଲକ୍ଷ ଚାରାରୋପଣ କରାଯାଇଛି। ସେହିଭଳି ମାଲକାନଗିରି ଜିଲ୍ଲାରେ ୨ ଲକ୍ଷ ୧୬ ହଜାର ରୁ ଉର୍ଦ୍ଧ୍ବ ଚାରା ରୋପଣ ପାଇଁ ଲକ୍ଷ୍ୟ ରଖା ଯାଇଛି ବୋଲି ଏମ୍ ଭି -୭ ଜଗନ୍ନାଥପଲ୍ଲୀ ଉଚ୍ଚ ବିଦ୍ୟାଳୟ ଠାରେ ଆୟୋଜିତ ଜିଲ୍ଲା ସ୍ତରୀୟ ‘ଏକ୍ ପେଡ୍ ମା’ କେ ନାମ୍ ୨.୦’ ଅଭିଯାନ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ ସୂଚନା ଦେଇଛନ୍ତି।

ସେ ଆହୁରି ମଧ୍ୟ କହିଛନ୍ତି ଯେ ରାଜ୍ୟ ସରକାର ମାଲକାନଗିରି ଜିଲ୍ଲାରେ ୧ ଲକ୍ଷ ୪୦ ହଜାର ଚାରା ରୋପଣ ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରିଥିଲେ। ଜିଲ୍ଲାରେ ସବୁଠାରୁ ଅଧିକ ଅର୍ଥାତ୍ ୭୦୦ ରୁ ଉର୍ଦ୍ଧ୍ବ ଚାରା ରୋପଣ ସ୍ଥାନ ଚୟନ କରାଯାଇଛି । ଭୋର ୫ ଟାରୁ ଜିଲ୍ଲାର ସମସ୍ତ ବ୍ଲକ୍ ତଥା ପଞ୍ଚାୟତ ସ୍ତରରେ ପ୍ରଶାସନିକ କର୍ମଚାରୀ, ସ୍ଵେଚ୍ଛାସେବୀ ଅନୁଷ୍ଠାନ, ଛାତ୍ରଛାତ୍ରୀ, ସ୍ଵୟଂ ସହାୟକ ଗୋଷ୍ଠୀ ମହିଳା ଓ ଜନ ସାଧାରଣ ଙ୍କ ସହଯୋଗରେ ଏହି ଅଭିଯାନ କୁ ବ୍ୟାପକ କରାଯାଇଛି ବୋଲି ଜିଲ୍ଲାପାଳ ମତବ୍ୟକ୍ତ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି ଯେ ବଜାରରେ ସଜନା ଛୁଇଁ ର ଚାହିଦା ଅଧିକ ରହିଛି।

ତେଣୁ ଜିଲ୍ଲାର ଚାଷୀଙ୍କ ଅର୍ଥନୀତି ସୁଦୃଢ଼ କରିବାର ଲକ୍ଷ୍ୟ ରଖାଯାଇ ସଜନା ଛୁଇଁ କ୍ଲୋଷ୍ଟର କରାଯାଉଛି । ଆଜିର ଏହି ଅଭିଯାନ ଦ୍ୱାରା ସବୁଜ ସୁନ୍ଦର ମାଲକାନଗିରି ହେବା ସହ ପ୍ରତ୍ୟେକ ଗ୍ରାମ କୁ ଭଲ ବୃକ୍ଷ ମଧ୍ଯ ମିଳି ପାରିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଛନ୍ତି। ମାଲକାନଗିରି ବିଧାୟକ ନରସିଂହ ମାଡକାମୀ କହିଛନ୍ତି ଯେ ଭାରତର ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ୭୫ ତମ ଜନ୍ମଦିବସ ସାରା ଭାରତରେ ପାଳିତ ହେଉଛି। ଏହି ଅବସରରେ ଆଜି ଗୋଟିଏ ଦିନରେ “ଏକ ପେଡ୍ ମା’ କେ ନାମ ୨.୦” ଅଭିଯାନ ମାଧ୍ୟମରେ ସାରା ଓଡ଼ିଶାରେ ୭୫ ଲକ୍ଷ ଚାରା ରୋପଣ କରାଯାଉଛି ।

ଜଙ୍ଗଲ ବିଭାଗ ଏବଂ କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ଏଥିରେ ପ୍ରମୁଖ ଦାୟିତ୍ୱ ରହିଥିଲେ ମଧ୍ୟ ଏହି ପ୍ରକ୍ରିୟାକୁ ଆହୁରି ବ୍ୟାପକ କରିବା ପାଇଁ ଏହି ଅଭିଯାନରେ ସମସ୍ତଙ୍କ ସହଯୋଗର ଆବଶ୍ୟକତା ରହିଛି ବୋଲି ଶ୍ରୀ ମାଡକାମୀ ମତବ୍ୟକ୍ତ କରିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ କେବଳ ଗଛ ଲଗାଇଦେଲେ ହେବ ନାହିଁ, ଏହି ଗଛକୁ କିଭଳି ଉତ୍ତମ ଭବିଷ୍ୟତ ମିଳିବ ତା’ର ମଧ୍ୟ ଦାୟିତ୍ୱ ନେବା ଆବଶ୍ୟକ ଓ ବୃକ୍ଷ ରୋପଣ ପରେ ଏହାର ରକ୍ଷଣାବେକ୍ଷଣ ଓ ଯତ୍ନ ପାଇଁ ପ୍ରତ୍ୟେକ ସରକାରୀ କର୍ମଚାରୀ ଏବଂ ଜନସାଧାରଣ ଦାୟିତ୍ୱବାନ ହେବା ଆବଶ୍ୟକ।

ସେହିପରି ପଥପାର୍ଶ୍ଵରେ ଅଧିକ ଛାଇ ପ୍ରଦାନ କରୁଥିବା ଚାରା ରୋପଣ ଏବଂ ବ୍ୟକ୍ତିଗତ ବୃକ୍ଷ ରୋପଣ ପାଇଁ ନିମ୍ବ, କରଞ୍ଜ, ତେନ୍ତୁଳି, ଫାସୀ, ଅର୍ଜୁନ, ହରିଡା, ବାହାଡା, ପଣସ, ତାଳ, ପିଜୁଳୀ, କୃଷ୍ଣଚୁଡା, ପିପଳ, ବର, ଅଶୋକ, ଜାମୁ, କଦମ୍ବ, ଅଁଳା, ଦେବଦାରୁ, ସୁନାରୀ, କରଞ୍ଜ, ଚାକୁଣ୍ଡା ଇତ୍ୟାଦି ଗଛ ଚୟନ କରାଯାଇଛି ବୋଲି ବନଖଣ୍ଡ ଅଧିକାରୀ ସାଇ କିରଣ କହିଛନ୍ତି । ଏହି କାର୍ଯ୍ୟକ୍ରମ ରେ ଅନ୍ୟ ମାନଙ୍କ ମଧ୍ୟରେ ଆରକ୍ଷୀ ଅଧିକ୍ଷକ ବିନୋଦ ପାଟିଲ ଏଚ୍, ବରିଷ୍ଠ ବିଏସଏଫ୍ ଅଧିକାରୀ ଓ ମୁଖ୍ୟ ଉନ୍ନୟନ ଅଧିକାରୀ ନରେଶ ଚନ୍ଦ୍ର ଶବର ଉପସ୍ଥିତ ଥିଲେ । ଏହି ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମ ରେ ଶ୍ରମ ବିଭାଗ ପକ୍ଷରୁ ଶ୍ରମିକ ମାନଙ୍କୁ ଅତିଥି ମାନେ ଚାରା ପ୍ରଦାନ କରିଥିଲେ ।

ଏସିଏଫ୍ ପ୍ରିୟଙ୍କା ମହୁକା ଏହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଏଥି ଅଭିଯାନକୁ ବ୍ୟାପକ କରିବା ପାଇଁ ଜିଲ୍ଲା ପରିଷଦ କାର୍ଯ୍ୟାଳୟ ଠାରେ ଏକ କଣ୍ଟ୍ରୋଲ ରୁମ୍ କରାଯାଇଛି ଏବଂ ସମଗ୍ର ଜିଲ୍ଲାରେ ଲଗା ଯାଇଥିବା ଚାରା ରୋପଣ ତଥ୍ଯ ମେରି ଲାଇଫ୍ ପୋର୍ଟାଲ୍ ରେ ଅପଲୋଡ୍ କରାଯାଉଛି । ଏହି ଅଭିଯାନର ସଫଳତା ନିମନ୍ତେ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଙ୍କୁ ଗ୍ରାମ ପଞ୍ଚାୟତ ଅନୁଯାୟୀ ଦାୟିତ୍ଵ ବଣ୍ଟନ କରାଯାଇଥିଲା । ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମରେ ଜଗନ୍ନାଥପଲ୍ଲୀ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ, ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ, ଜଙ୍ଗଲ ବିଭାଗର ସମସ୍ତ କର୍ମଚାରୀ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

May 2, 2026
ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

May 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version