• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କଳିଙ୍ଗ ଷ୍ଟାଡ଼ିୟମରେ ଆୟୋଜିତ ହେବ ୨୮ତମ ଆଇଆଇଟିଏଫ-ଏଟିଟିୟୁ ଏସୀୟ ଟେବୁଲ ଟେନିସ୍‌ ଟିମ୍ ଚାମ୍ପିୟନସିପ୍

Proprietor Abhimanyu Maharana by Proprietor Abhimanyu Maharana
October 10, 2025
in ଓଡ଼ିଶା, ଖେଳ, ଖୋର୍ଦ୍ଧା, ମହାନଗର, ହୋମ୍
0
କଳିଙ୍ଗ ଷ୍ଟାଡ଼ିୟମରେ ଆୟୋଜିତ ହେବ ୨୮ତମ ଆଇଆଇଟିଏଫ-ଏଟିଟିୟୁ ଏସୀୟ ଟେବୁଲ ଟେନିସ୍‌ ଟିମ୍ ଚାମ୍ପିୟନସିପ୍
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ଆସନ୍ତାକାଲି ଠାରୁ ଅର୍ଥାତ୍‌ ଅକ୍ଟୋବର ୧୧ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ଆଇଆଇଟିଏଫ-ଏଟିଟିୟୁ ଏସୀୟ ଟେବୁଲ ଟେନିସ୍‌ ଟିମ୍ ଚାମ୍ପିୟନସିପ୍‌ର ଆୟୋଜନ ଭୁବନେଶ୍ୱର କଳିଙ୍ଗ ଷ୍ଟାଡ଼ିୟମ୍ ଆଥଲେଟିକ୍ସ ସେଣ୍ଟର ଠାରେ କରାଯିବ। ଅନ୍ତର୍ଜାତୀୟ ଟେବୁଲ ଟେନିସ୍‌ ମହାସଂଘ, ଭାରତୀୟ ଟେବୁଲ ଟେନିସ୍ ମହାସଂଘ, ଏସିଆନ୍‌ ଟେବୁଲ ଟେନିସ୍ ୟୁନିୟନ, ଓଡ଼ିଶା ଟେବୁଲ ଟେନିସ୍ ଆସୋସିଏସନ ଏବଂ ଓଡ଼ିଶା କ୍ରୀଡ଼ା ଓ ଯୁବସେବା ବିଭାଗର ମିଳିତ ଆନୁକୂଲ୍ୟରେ ଏହି ପ୍ରତିଯୋଗିତାର ଆୟୋଜନ କରାଯିବ । ଦୀର୍ଘ ୧୬ ବର୍ଷ ପରେ ଭାରତରେ ଏସୀୟ ଟେବୁଲ ଟେନିସ୍‌ ଚାମ୍ପିୟାନସିପ୍‌ର ଆୟୋଜନ କରାଯାଉଛି । ଓଡ଼ିଶାରେ ପ୍ରଥମ ଥର ପାଇଁ ଏହି ଏସୀୟ ଟେବୁଲ ଟେନିସ୍ ଟିମ୍ ଚାମ୍ପିୟନସିପ୍ ଆୟୋଜିତ ହେଉଛି ।

୨୮ତମ ଆଇଆଇଟିଏଫ-ଏଟିଟିୟୁ ଏସୀୟ ଟେବୁଲ ଟେନିସ୍‌ ଟିମ୍ ଚାମ୍ପିୟନସିପରେ ପ୍ରାୟ ୨୨ଟି ଦେଶ ଯଥା ଭାରତ, ଚୀନ, ଜାପାନ, କୋରିଆ ରିପବ୍ଲିକ, ଡେମୋକ୍ରାଟିକ ପିପୁଲ୍ସ ରିପବ୍ଲିକ ଅଫ କୋରିଆ, ତାଇୱାନ, ହଙ୍ଗକଙ୍ଗ, ସିଙ୍ଗାପୁର, ଚାଇନିଜ ମକାଓ, ବାଙ୍ଗଲାଦେଶ, ଇରାନ, କଜାକିସ୍ତାନ, କିର୍ଗୀସ୍ତାନ, ମାଲେସିଆ, ମାଳଦୀପ, ମଙ୍ଗୋଲିଆ, ନେପାଳ, ଓମାନ, କତାର, ଶ୍ରୀଲଙ୍କା, ଥାଇଲାଣ୍ଡ, ଉଜବେକିସ୍ତାନରୁ ୫୦୦ରୁ ଉର୍ଦ୍ଧ୍ୱ କ୍ରୀଡ଼ାବିତ୍‌, ସପୋର୍ଟ ଷ୍ଟାଫ ଆଦି ଅଂଶଗ୍ରହଣ କରିଛନ୍ତି। ଉଭୟ ପୁରୁଷ ଓ ମହିଳା ଟିମ୍ ଏହି ଚାମ୍ପିୟନସିପ୍‌ରେ ଅଂଶଗ୍ରହଣ କରୁଛନ୍ତି। ଏହି ଚାମ୍ପିୟନସିପ୍‌ରେ ସର୍ବଶ୍ରେଷ୍ଠ ପ୍ରଦର୍ଶନ କରିଥିବା ଟିମ୍ ଗୁଡ଼ିକ ଆଗାମୀ ଦିନରେ ଲଣ୍ଡନରେ ଆୟୋଜିତ ହେବାକୁ ଥିବା ଆଇଆଇଟିଏଫ ୱାର୍ଲଡ଼ ଟେବୁଲ ଟେନିସ୍‌ ଟିମ୍ ଚାମ୍ପିୟନସିପ୍-୨୦୨୬ ପାଇଁ ଯୋଗ୍ୟ ବିବେଚିତ ହେବେ ବୋଲି ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ।

ସେ ଆହୁରି ମଧ୍ୟ କହିଛନ୍ତି ଯେ, ବିଶ୍ୱର ଟପ୍ ରାଙ୍କିଙ୍ଗ ଟେବୁଲ ଟେନିସ୍‌ ଖେଳାଳୀମାନେ ଏହି ୨୮ତମ ଆଇଆଇଟିଏଫ-ଏଟିଟିୟୁ ଏସୀୟ ଟେବୁଲ ଟେନିସ୍‌ ଟିମ୍ ଚାମ୍ପିୟନସିପ୍‌ରେ ଅଂଶ ଗ୍ରହଣ କରିଛନ୍ତି। ଭାରତରୁ ମହିଳା ବିଭାଗରେ ଶ୍ରୀଜା ଅକୁଲା, ମନିକା ବତ୍ରା, ଦିୟା ଚିତଲେ, ଯଶସ୍ଵିନୀ ଘୋରପଡ଼େ, ସ୍ୱସ୍ତିକା ଘୋଷ ଏବଂ ପୁରୁଷ ବିଭାଗରେ ଅଙ୍କୁର ଭଟ୍ଟାଚାର୍ଯ୍ୟ, ପୟାସ ଜୈନ୍‌, ମାନୁଷ ଶାହା, ସ୍ନେହିତ ସୁରବଜ୍ଜୁଲା, ମାନବ ଠକ୍କର ଆଦି କ୍ରୀଡାବିତ୍‌ ଅଂଶଗ୍ରହଣ କରିଛନ୍ତି। ଇତି ମଧ୍ୟରେ ବିଭିନ୍ନ ଦେଶରୁ କ୍ରୀଡ଼ାବିତ୍‌ମାନେ ଆସି ଭୁବନେଶ୍ଵର ଠାରେ ପହଞ୍ଚିଛନ୍ତି। ଖେଳାଳୀମାନେ ପ୍ରତିଯୋଗିତା ପାଇଁ ନିଜର ଅଭ୍ୟାସ ମଧ୍ୟ ଆରମ୍ଭ କରିଛନ୍ତି। ପ୍ରତିଯୋଗିତାକୁ ସଫଳତାର ସହ ଆୟୋଜନ କରିବା ନିମନ୍ତେ ସମସ୍ତ ପ୍ରକାର ପ୍ରସ୍ତୁତିକୁ ବିଭାଗ ପକ୍ଷରୁ ସୁନିଶ୍ଚିତ କରାଯାଇଛି ।

ଅନ୍ତର୍ଜାତୀୟ ଟେବୁଲ ଟେନିସ୍ ମହାସଂଘ ଦ୍ୱାରା ସ୍ୱୀକୃତ ବିଶ୍ୱ ସ୍ତରୀୟ କ୍ରୀଡ଼ା ଭିତ୍ତିଭୂମି ଠାରୁ ଆରମ୍ଭ କରି ସମସ୍ତ ପ୍ରକାର ଆନୁସଙ୍ଗିକ ବ୍ୟବସ୍ଥା, କ୍ରୀଡ଼ାବିତ୍‌ମାନଙ୍କର ଆତିଥ୍ୟ, ରହଣି ଓ ସୁରକ୍ଷା ବ୍ୟବସ୍ଥା ଆଦିକୁ ସୁନିଶ୍ଚିତ କରାଯାଇଛି । ଏଥିସହିତ ବିଗତ ଅକ୍ଟୋବର ୬ ତାରିଖରେ ଟେବୁଲ ଟେନିସ୍‌ ଟିମ୍ ଚାମ୍ପିୟନସିପ୍ ଟ୍ରଫି ଅନାବରଣ କାର୍ଯ୍ୟକ୍ରମ ଆୟୋଜିତ ହେବା ସହିତ ଇତି ମଧ୍ୟରେ ବିଭିନ୍ନ ପର୍ଯ୍ୟଟନ ସ୍ଥଳୀ, ମହାବିଦ୍ୟାଳୟ, ସପିଙ୍ଗ ମଲ୍ ଆଦିରେ ଟ୍ରଫି ଟୁର୍ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ଲୋକମାନଙ୍କ ମଧ୍ୟରେ ଏସୀୟ ଟେବୁଲ ଟେନିସ୍ ଟିମ୍ ଚାମ୍ପିୟନସିପ୍‌ର ଆୟୋଜନକୁ ନେଇ ମଧ୍ୟ ଉତ୍ସାହ ପରିଲକ୍ଷିତ ହୋଇଛି ।

ଏହି ଅନ୍ତର୍ଜାତୀୟ ଟୁର୍ଣ୍ଣାମେଣ୍ଟ ପାଇଁ ବୁକ୍ ମାଇ ସୋ (Book My Show) ୱେବ୍ସାଇଟରେ ମଧ୍ୟ ଟିକେଟ ବୁକିଂ ବ୍ୟବସ୍ଥା କରାଯାଇଛି। କ୍ରୀଡ଼ାପ୍ରେମୀ ଓ ଦର୍ଶକମାନେ ବୁକ୍ ମାଇ ସୋ (Book My Show) ୱେବ୍ସାଇଟକୁ ଯାଇ ଏସୀୟ ଟେବୁଲ ଟେନିସ୍ ଚାମ୍ପିୟନସିପ୍ ଦେଖିବା ପାଇଁ ନିଜର ଟିକେଟ ବୁକ୍ କରିପାରିବେ ବୋଲି କହିଛନ୍ତି କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂରଜ । ଏଥିସହିତ କଳିଙ୍ଗ ଷ୍ଟାଡ଼ିୟମ ଠାରେ ଆଜିଠାରୁ ୪୦ତମ ନ୍ୟାସନାଲ ଜୁନିୟର ଆଥଲେଟିକ୍ସ ଚାମ୍ପିୟନସିପ୍‌ ପ୍ରତିଯୋଗିତା ଆରମ୍ଭ ହୋଇଛି। ଏହା ଆସନ୍ତା ଅକ୍ଟୋବର ୧୪ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ପ୍ରତିଯୋଗିତାରେ ବିଭିନ୍ନ ରାଜ୍ୟରୁ ପ୍ରାୟ ୨୦୦୦ କ୍ରୀଡ଼ାବିତ୍‌ ଅଂଶଗ୍ରହଣ କରିଥିବା ବେଳେ ଓଡ଼ିଶାରୁ ୩୮ଜଣ ପୁରୁଷ ଏବଂ ୩୭ଜଣ ମହିଳା ସର୍ବମୋଟ ୭୫ଜଣ କ୍ରୀଡ଼ାବିତ୍‌ ଅଂଶଗ୍ରହଣ କରିଛନ୍ତି ।

ଓଡ଼ିଶାରେ ଏକା ସହ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର ଟୁର୍ଣ୍ଣାମେଣ୍ଟର ଆୟୋଜନ ହେବା ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ। ବିଗତ ଅଗଷ୍ଟ ମାସରେ ଭାରତର ପ୍ରଥମ ୱାର୍ଲଡ଼ ଆଥଲେଟିକ୍ସ କଣ୍ଟିନେଣ୍ଟାଲ ଟୁର୍ ବ୍ରୋଞ୍ଜର ଆୟୋଜନ ମଧ୍ୟ କଳିଙ୍ଗ ଷ୍ଟାଡ଼ିୟମରେ ସଫଳତାର ସହ କରାଯାଇଥିଲା । ବିଶ୍ୱ ସ୍ତରୀୟ କ୍ରୀଡ଼ା ଭିତ୍ତିଭୂମି ଠାରୁ ନେଇ ବିଭିନ୍ନ ଅନ୍ତର୍ଜାତୀୟ ପ୍ରତିଯୋଗିତାର ଆୟୋଜନ କରିବା ସହ ବିଶ୍ୱ କ୍ରୀଡ଼ା ଜଗତରେ ଓଡ଼ିଶା ନିଜ ପାଇଁ ଏକ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିପାରିଛି ବୋଲି କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂରଜ ମତପ୍ରକାଶ କରିଛନ୍ତି । ଆଜିର କାର୍ଯ୍ୟକ୍ରମରେ କ୍ରୀଡ଼ା ଓ ଯୁବସେବା ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ସଚିନ ରାମଚନ୍ଦ୍ର ଯାଦବ, ଏସିଆ ଟେବୁଲ ଟେନିସ୍‌ ୟୁନିୟନ୍‌ର ରିଜନାଲ ଭାଇସ୍‌ ପ୍ରେସିଡ଼େଣ୍ଟ ଶେଖ୍ ହୟାତ୍ ଅଲ୍ ଖଲିଫା, ଟୁର୍ନାମେଣ୍ଟ ନିର୍ଦ୍ଦେଶକ ଏନ. ଗଣେଶନ, ଅଲମ୍ପିୟାନ୍‌ ତଥା ପଦ୍ମଶ୍ରୀ ଅଚନ୍ତା ଶରତ କମଲ ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାରଙ୍ଗ ଗଙ୍ଗେଶ୍ୱର ଅଞ୍ଚଳରୁ ଗ୍ୟାସ୍ ସିଲିଣ୍ଡର୍ ସହ ବହୁ ଆନୁଷଙ୍ଗିକ ସାମଗ୍ରୀ ଜବତ

ବାରଙ୍ଗ ଗଙ୍ଗେଶ୍ୱର ଅଞ୍ଚଳରୁ ଗ୍ୟାସ୍ ସିଲିଣ୍ଡର୍ ସହ ବହୁ ଆନୁଷଙ୍ଗିକ ସାମଗ୍ରୀ ଜବତ

April 25, 2026
ସାଇ ଆରାଧନା ଦିବସ 

ସାଇ ଆରାଧନା ଦିବସ 

April 25, 2026
ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

Style Baazar Partners with Odia Film Bindusagar to Celebrate Culture, Cinema, and Community in Bhubaneswar

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାରଙ୍ଗ ଗଙ୍ଗେଶ୍ୱର ଅଞ୍ଚଳରୁ ଗ୍ୟାସ୍ ସିଲିଣ୍ଡର୍ ସହ ବହୁ ଆନୁଷଙ୍ଗିକ ସାମଗ୍ରୀ ଜବତ

ବାରଙ୍ଗ ଗଙ୍ଗେଶ୍ୱର ଅଞ୍ଚଳରୁ ଗ୍ୟାସ୍ ସିଲିଣ୍ଡର୍ ସହ ବହୁ ଆନୁଷଙ୍ଗିକ ସାମଗ୍ରୀ ଜବତ

April 25, 2026
ସାଇ ଆରାଧନା ଦିବସ 

ସାଇ ଆରାଧନା ଦିବସ 

April 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version