ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ରୋଟାରୀ କ୍ଲବ ନୟାଗଡ଼ ଏବଂ ରୋଟାରି କ୍ଲବ ଅଫ ବ୍ରହ୍ମପୁର ଇଷ୍ଟର ମିଳିତ ଆନୁକୂଲ୍ୟରେ, ରାଜ୍ୟ ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ, ବିଜୁ ମହାବୀର ଫୁଟ୍ ସେଣ୍ଟର, ଖେlର୍ଦ୍ଧାଙ୍କ ସହଭାଗିତାରେ ନୟାଗଡ ରୋଟାରୀ କ୍ଲବ ପରିସରରେ ଭିନ୍ନକ୍ଷମଙ୍କ ପାଇଁ ମାଗଣାରେ କୃତ୍ରିମ ଅଙ୍ଗ ରୋପଣ ଶିବିର ଆୟୋଜନ କରାଯାଉଛି l ଏହି କ୍ରମରେ ନୟାଗଡଠାରେ ନଭେମ୍ବର 3 ରୁ 7 ପର୍ଯ୍ୟନ୍ତ ଆୟୋଜନ କରାଯିବ । ଏହି ଶିବିରରେ କୃତ୍ରିମ ଅଙ୍ଗ ଯଥା -ଗୋଡ଼ ଓ ହାତ ସହ ଆଶା ବାଡି ଓ ଶ୍ରବଣ ଯନ୍ତ୍ର ମାଗଣାରେ ଯୋଗାଇଦିଆଯିବ l















