ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) :- ଚଳିତ ବର୍ଷ ଅକ୍ଟୋବର ୨୭ ତାରିଖ ଠାରୁ ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ସମଗ୍ର ଦେଶ ରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ କରାଯାଉଛି। ଏହି ଅବସରରେ ଆଜି ଅପରାହ୍ନରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭିଡ଼ିଓ କନଫେରେନ୍ସ ମାଧ୍ୟମରେ ସମସ୍ତ ଙ୍କୁ ଦୁର୍ନୀତି ନିବାରଣ ସଚେତନତା ଶପଥ ପାଠ କରାଇଥିଲେ । ଦୁର୍ନୀତି ବିକାଶ ର ମୁଖ୍ୟ ବାଧକ।ସରକାର ଦୁର୍ନୀତି ପ୍ରତି ଶୂନ୍ୟ ସହନଶୀଳତା ନେଇ କାର୍ଯ୍ୟ କରୁଛନ୍ତି ।















