ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ଶିକ୍ଷାବିତ୍, ସମାଜସେବୀ ତଥା କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ଏସ୍ଆର୍ଏମ୍ ବିଶ୍ୱବିଦ୍ୟାଳୟ, ସୋନିପତ ପକ୍ଷରୁ ସମ୍ମାନସୂଚକ ଡକ୍ଟରେଟ୍ ପ୍ରଦାନ କରାଯାଇଛି। ଏସ୍ଆର୍ଏମ୍ ବିଶ୍ୱବିଦ୍ୟାଳୟର ତୃତୀୟ ସମାବର୍ତ୍ତନ ଉତ୍ସବ ଅବସରରେ ଶୁକ୍ରବାର ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି। ଏହା ହେଉଛି ଶ୍ରୀ ସାମନ୍ତଙ୍କ ୬୯ ତମ ସମ୍ମାନସୂଚକ ଡକ୍ଟରେଟ୍। ଶିକ୍ଷା ଜରିଆରେ ସମାଜର ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି ।















